ଟିକା ଦେବାକୁ କହି ନବଜାତକକୁ ନେଇଗଲେ ନର୍ସ, ଖୋଜିଖୋଜି ପରିବାର ଲୋକେ ନୟାନ୍ତ

ନୟାଗଡ଼ ଅଫିସ,୨ା୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରୁ ପିଲା ଚୋରି ଅଭିଯୋଗ ହୋଇଛି। ଗତ ୨୮ ତାରିଖରେ ନୋତର ଗାଁର ରବୀନ୍ଦ୍ର ସ୍ବାଇଁଙ୍କ ସ୍ତ୍ରୀ ପ୍ରସବ ଯନ୍ତ୍ରଣା ପାଇଥିଲେ। ସେଠାରୁ ତାଙ୍କୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ଆଣିଥିଲେ। ସେହିଦିନ ସକାଳ ୯ଟାରେ ତାଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା। ଅଭିଯୋଗ ମୁତାବକ ପ୍ରସୂତି ମହିଳାଙ୍କୁ ଜଣେ ନର୍ସ ଆସି ଟିକା ଦେବା ପାଇଁ ଛୁଆକୁ ମାଗି ନେଇଯାଇଥିଲେ। ବିଳମ୍ବ ହେବାରୁ ପ୍ରସ୍ତୁତି ଜଣକ ଖୋଜାଖୋଜି କରି ନୋତର ଗାଁକୁ ଯାଇଥିଲେ। ୩ ଦିନ ପରିବାର ଲୋକେ ଆସି ସମ୍ପୃକ୍ତ ନର୍ସକୁ ଖୋଜାଖୋଜି କରି ଘରକୁ ଫେରୁଥିଲେ। ଆଜି ଆସି ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ପ୍ରସ୍ତୁତି ମହିଳା କାନ୍ଦିବାରୁ କଥା ପ୍ରଘଟ ହୋଇଥିଲା। ଖବର ପାଇ ନୟାଗଡ଼ ଟାଉନ ଥାନା ପୋଲିସ ଆସି ପ୍ରସ୍ତୁତି ମହିଳା ଓ ସ୍ବାମୀଙ୍କୁ ପଚାରଉଚରା କରୁଛି । ଏହି ଘଟଣାକୁ ନେଇ ନୟାଗଡ଼ ସିଡିଏମ୍‌ଓ କହିଛନ୍ତି, ତଦନ୍ତ କରି ଘଟଣାର ସତ୍ୟାସତ ଉନ୍ମୋଚନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ସାରା ଜଗତର କଲ୍ୟାଣ ପାଇଁ ହଜାର ହଜାର କିଲୋମିଟର ପଦଯାତ୍ରା କଲେ ଜୈନ ମୁନି, ସଦମାର୍ଗରେ ଚାଲିବାକୁ…

କେସିଙ୍ଗା,,୧୨।୭(ତୁମେଶ୍ୱର ସାହୁ): ଜୈନ ମୁନି ହିମାଂଶୁ ରାଜସ୍ଥାନରୁ ହଜାର ହଜାର କିଲୋମିଟର ପଦ ଯାତ୍ରା କରି ସାତ ଗୋଟି ନିୟମକୁ ଆଧାର କରି କେସିଙ୍ଗାର ରାଇସ ମିଲରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri