ମାନସିକ ନିର୍ଯାତନାର ଶିକାର ନର୍ସଙ୍କ ଜୀବନଗଲା, ସାଧାରଣରେ ଉତ୍ତେଜନା

ପାରାଦୀପ,୧୩ା୩(ସ୍ବ.ପ୍ର.): ପାରାଦୀପ ପୋର୍ଟ ହସ୍ପିଟାଲରେ ଗତବର୍ଷ ଅଗଷ୍ଟ ୯ରୁ ଘଟିଥିବା ଅସଦାଚରଣ ଘଟଣାର ଦୁଃଖଦ ଖବର ମିଳିଛି। ନିର୍ଯାତନାର ଶିକାର ନର୍ସଙ୍କ ମଧ୍ୟରୁ ରବିବାର ପ୍ରତ୍ୟୁଷରୁ ଜଣଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ଘଟଣା ପରେ ପୋର୍ଟ ହସ୍ପିଟାଲ ଆଗରେ ସିଏମ୍‌ଓ ଡାକ୍ତର ପ୍ରହଲ୍ଲାଦ ପଣ୍ଡାଙ୍କ ବହିଷ୍କାର ଓ ଗିରଫ ଦାବିରେ ମୃତଦେହ ରଖି ଧାରଣା ଦିଆଯାଇଛି। ଘଟଣାକୁ ନିୟନ୍ତ୍ରଣ ପାଇଁ ପାରାଦୀପ ଆଦର୍ଶଥାନା ପୋଲିସ ଓ ବନ୍ଦର ସୁରକ୍ଷାରେ ଥିବା ସିଆଇଏସ୍‌ଏଫ୍‌ ଫୋର୍ସ ମୁତୟନ କରାଯାଇଛି।

ପ୍ରକାଶ ଯେ, ଗତବର୍ଷ ଅଗଷ୍ଟ ୯ ରାତିରେ ଡ୍ୟୁଟିରେ ଥିବା ଡାକ୍ତର ବାଦଲ ସିଂ ଜଣେ ନର୍ସଙ୍କୁ ଅସଦାଚରଣ କରିଥିଲେ। ଏହି ଘଟଣାରେ ସେତେବେଳେ ସଂପୃକ୍ତ ମହିଳା ନର୍ସ ହସ୍ପିଟାଲ ସିଏମଓଙ୍କୁ ଲିଖିତ ଅଭିଯୋଗ କରିଥିଲେ। କିନ୍ତୁ ତାଙ୍କୁ ନ୍ୟାୟ ନ ମିଳିବାରୁ ପାରାଦୀପ ଆଦର୍ଶଥାନାରେ ଅଭିଯୋଗ କରିଥିଲେ। ପରେ ଡା. ପଣ୍ଡା ଥାନାରେ ପହଞ୍ଚି ବୁଝାମଣା ଭିତରେ ସମାଧାନ ହେବ କହି ମାମଲାକୁ ଆଗକୁ ବଢ଼ିବାକୁ ଦେଇ ନ ଥିଲେ। ପରେ ହସ୍ପିଟାଲର ଏକ ଟିମ୍‌ ଗଠନ କରି ତଦନ୍ତ ଆରମ୍ଭ କରାଯାଇଥିଲା। ୭ ମାସ ମଧ୍ୟରେ ଯାଞ୍ଚ ବେଳେ ଡାକ୍ତରଙ୍କୁ ସୁରକ୍ଷା ଦେଇ ଆମ ୫ ଜଣ ନର୍ସଙ୍କୁ ନିର୍ଯାତନା ଦେଉଥିଲେ ବୋଲି ମୃତ ନର୍ସ ନିବେଦିତା ଜେନା ଶନିବାର ଗଣମାଧ୍ୟମକୁ ସୂଚନା ଦେଇଥିଲେ। ୫ ଜଣ ନର୍ସ ଶନିବାର ଗଣମାଧ୍ୟମ ପ୍ରତିନିଧିଙ୍କୁ ଜଣାଇଥିଲେ। ଏହାପରେ ତାଙ୍କୁ ହସ୍ପିଟାଲକୁ ଡକାଇ ଭୟଙ୍କର ଭାବେ ମାନସିକ ନିର୍ଯାତନା ଦିଆଯାଇଥିଲା ବୋଲି ନର୍ସ ରଶ୍ମିରେଖା କହିଛନ୍ତି। ଏପରିକି ଆମମାନଙ୍କ ନାଁରେ ଥାନାରେ ଏଫ୍‌ଆଇଆର ଲେଖା ଗଲା। ସେତିକି ବେଳେ ନିବେଦିତାଙ୍କ ରକ୍ତଚାପ ବଢ଼ି ଯାଇଥିଲା। ତାଙ୍କୁ ପ୍ରଥମେ ପୋର୍ଟ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ କଟକର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ପୁଣି ଏମ୍ସ ନିଆଯାଇଥିଲା। ରବିବାର ଭୋର୍‌ରୁ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri