ଓବିସି ସଂରକ୍ଷଣ ନେଇ ରାଜ୍ୟପାଳଙ୍କୁ ଫେରାଦ

ଭୁବନେଶ୍ୱର, ୨୯।୧(ବ୍ୟୁରୋ): ବେକାରୀ ସମସ୍ୟା, ଓବିସି ସଂରକ୍ଷଣ ଓ ଜାତି ଜନଗଣନାକୁ ନେଇ ସମାଜବାଦୀ ପାର୍ଟି ପକ୍ଷରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ପାର୍ଟିର ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ୱରେ ୩ଜଣିଆ ପ୍ରତିନିଧି ଦଳ ଶୁକ୍ରବାର ରାଜ୍ୟପାଳଙ୍କୁ ଭେଟି ନେଇ ଆଲୋଚନା କରିଛନ୍ତି। ରାଜ୍ୟରେ ପଛୁଆବର୍ଗଙ୍କୁ ନାମଲେଖା ଓ ନିଯୁକ୍ତିରେ ୨୭ ଭାଗ ସ୍ଥାନ ସଂରକ୍ଷଣ ଦିଆଯାଉ। ଜାତି ଜନଗଣନା ନ ହେବା ଯୋଗୁ ରାଜ୍ୟର ପଛୁଆବର୍ଗ ୨୦୨୧ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣରୁ ବଞ୍ଚତ୍ତ ହୋଇଛନ୍ତି। ତେଣୁ ପଛୁଆବର୍ଗ ଜନଗଣନା କରିବା ପାଇଁ ସରକାର ନିର୍ଦ୍ଦିଷ୍ଟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେବାକୁ ସେମାନେ ଅନୁରୋଧ କରିଛନ୍ତି। ଏଥିସହ ବିହାର, ଉତ୍ତରପ୍ରଦେଶ ଜଳୁଥିବା ବେକାରୀ ବିରୋଧ ନିଆଁ ଓଡ଼ିଶାକୁ ବ୍ୟାପିବା ପୂର୍ବରୁ ରାଜ୍ୟ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରି ନିଯୁକ୍ତି ଉପରେ ସମୟୋଚିତ ପଦକ୍ଷେପ ନେବାକୁ ସ୍ମାରକପତ୍ରରେ ଦାବି କରାଯାଇଛି। ସେହିପରି ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନ ଦେଇ ବେକାର ଯୁବତୀଯୁବକଙ୍କୁ ନିୟମିତ ନିଯୁକ୍ତି ସୁଯୋଗ ଦେବାପାଇଁ ବେହେରା ଦାବି କରିଛନ୍ତି।
ସେ କହିଛନ୍ତି, ଦେଶରେ ବେକାରୀ ସମସ୍ୟା ଉତ୍କଟ ରୂପ ଧରିଥିବାବେଳେ ବିହାର, ଉତ୍ତରପ୍ରଦେଶ ଓ ରାଜସ୍ଥାନର ବେକାରୀମାନେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରୁଛନ୍ତି। କେତେବେଳେ ଟ୍ରେନ୍‌ରେ ନିଆଁ ଲଗାଉଛନ୍ତି ତ ଆଉ କେତେବେଳେ ଧାରଣାରେ ବସି ରହୁଛନ୍ତି। ରେଲ୍‌ଓ୍ବେରେ ୩୫ ହଜାର ୨୮୧ ପଦବୀ ପାଇଁ ହୋଇଥିବା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଯୁବତୀଯୁବତକଙ୍କୁ ପୁନଶ୍ଚ କମ୍ପ୍ୟୁଟର ପରୀକ୍ଷା କରିବା ପାଇଁ ନୋଟିସ ପରେ ଏହି ଆନ୍ଦୋଳନ ତେଜିବାରେ ଲାଗିଛି। ଆନ୍ଦୋଳନକୁ ଦମନ କରିବା ପାଇଁ ବିହାର, ଉତ୍ତରପ୍ରଦେଶ ପୋଲିସ ବେକାରୀ ଯୁବତୀଯୁବକଙ୍କୁ ଲାଠି ମାଡ କରିବା ସହିତ ୫ ହଜାର ଯୁବତୀଯୁବକଙ୍କ ବିରୋଧରେ ଜାମିନବିହୀନ ପରୱାନା ଜାରି କରିଛନ୍ତି। ଏବେ ଏହି ଆନ୍ଦୋଳନର ନିଆଁ ବିଭିନ୍ନ ରାଜ୍ୟକୁ ବ୍ୟାପିବାରେ ଲାଗିଲାଣି। ଓଡ଼ିଶାରେ ମଧ୍ୟ ବେକାରୀଙ୍କ ଆନ୍ଦୋଳନ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି କରିବ ବୋଲି ସେ ଚେତାବନୀ ଦେଇଛନ୍ତି। ଓଡ଼ିଶାରେ ନବୀନ ପଟ୍ଟନାୟକ ସରକାର କ୍ଷମତାକୁ ଆସିବା ପୂର୍ବରୁ ବର୍ଷକୁ ୧ ଲକ୍ଷ ବେକାରଙ୍କୁ ନିଯୁକ୍ତି ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ରାଜ୍ୟରେ ୧ଲକ୍ଷ ୩୧ ହଜାର ପଦବୀ ଖାଲି ପଡ଼ିଥିବାବେଳେ ନିୟମିତ ନିଯୁକ୍ତି ଅତି ନଗଣ୍ୟ। ବହୁ ସୂତା କଳ, ଚିନିକଳ ଓ ଟେକ୍ସଟାଇଲ ମିଲ ଓ ଝୋଟକଳ ବନ୍ଦ ହୋଇପଡ଼ିରହିଥିବାରୁ ଲୋକଙ୍କୁ କାମ ମିଳୁନାହିଁ। ତେଣୁ ସେମାନେ ବାଧ୍ୟହୋଇ ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଯାଉଛନ୍ତି ବୋଲି ବେହେରା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri