Posted inଜାତୀୟ

ଯୁବତୀଙ୍କ ସହ ଅଶ୍ଳୀଳ ଭିଡିଓ କଂଗ୍ରେସ ନେତାଙ୍କ ପାଇଁ ପଡିଲା ଭାରି, ଅଜୟ ରାୟ ନେଲେ ବଡ଼ ଆକ୍ସନ

ଲକ୍ଷ୍ନୌ,୩।୧୧: ସୋସିଆଲ ମିଡିଆରେ ଜଣେ ଯୁବତୀଙ୍କ ସହିତ ଅଶ୍ଳୀଳ ଭିଡିଓ ଭାଇରାଲ ହେବା ପରେ କଂଗ୍ରେସ ପ୍ରଦେଶ ଅଧ୍ୟକ୍ଷ ଅଜୟ ରାୟ ଡକ୍ଟର ୟୁନୁସ ଚୌଧୁରୀଙ୍କୁ ଜିଲା ଅଧ୍ୟକ୍ଷ ପଦରୁ ହଟାଇ ଦେଇଛନ୍ତି। ଯଦିଓ ଯୁବତୀ ଜଣଙ୍କ ଏପର୍ଯ୍ୟନ୍ତ ପୋଲିସ-ପ୍ରଶାସନ ନିକଟରେ ଏ ନେଇ ଅଭିଯୋଗ କରିନାହାଁନ୍ତି, କିନ୍ତୁ ବାଗପାଟରେ କଂଗ୍ରେସ ଜିଲା ଅଧ୍ୟକ୍ଷଙ୍କୁ ବହୁତ ହଇରାଣ କରାଯାଉଛି।
କଂଗ୍ରେସ ଜଲା ଅଧ୍ୟକ୍ଷ ଡକ୍ଟର ୟୁନୁସ ଚୌଧୁରୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ଯେଉଁଥିରେ ସେ ଜଣେ ଯୁବତୀଙ୍କ ସାମ୍ନାରେ ଅଶ୍ଳୀଳ କାର୍ଯ୍ୟ କରୁଛନ୍ତି। ଯୁବତ ତାଙ୍କୁ ଛାଡିବାକୁ ନିବେଦନ କରୁଛନ୍ତି କିନ୍ତୁ ସେ ତାଙ୍କର ଅଶ୍ଳୀଳ କାର୍ଯ୍ୟକୁ ବନ୍ଦ କରୁନାହାଁନ୍ତି। ଏକ କୋଠରୀରେ ଏକ ମିନିଟ ପାଞ୍ଚ ସେକେଣ୍ଡ ଭିଡିଓ ପ୍ରସ୍ତୁତ କରାଯାଇଛି ଯାହାକି ବଡୌତ ଅଞ୍ଚଳର ଏବଂ ଅନେକ ଦିନ ପୁରୁଣା ବୋଲି କୁହାଯାଉଛି।

ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବା ମାତ୍ରେ ଡକ୍ଟର ୟୁନୁସ ଚୌଧୁରୀଙ୍କୁ ବିରୋଧ କରୁଥିବା ଶିବିର ସକ୍ରିୟ ହୋଇଯାଇଥିଲା। ଏହି ଭିଡିଓ ପାର୍ଟି ହାଇ କମାଣ୍ଡକୁ ପଠାଯାଇଥିଲା, ପରେ ଜିଲାରେ ଅସୁବିଧା ଆରମ୍ଭ ହୋଇଥିଲା। ଅପରାହ୍ନରେ କଂଗ୍ରେସ ପ୍ରଦେଶ ଅଧ୍ୟକ୍ଷ ଅଜୟ ରାୟ ଏହି ପ୍ରସଙ୍ଗରେ ଏକ ଚିଠି ଜାରି କରିଛନ୍ତି ଯେଉଁଥିରେ ଭାଇରାଲ ଭିଡିଓ ହେତୁ ଦଳର ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରାଯାଉଥିବା ଦର୍ଶାଇ ତାଙ୍କୁ ତୁରନ୍ତ ତାଙ୍କ ପଦରୁ ହଟାଯିବା ସମ୍ପର୍କରେ ସୂଚନା ଦିଆଯାଇଛି। ପ୍ରଦେଶ ଅଧ୍ୟକ୍ଷଙ୍କ ଏହି ଚିଠି ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ମହିଳାଙ୍କ ପରେ ଆଉ ଜଣେ! ଏନଭିଡିଆ ସହ-ପ୍ରତିଷ୍ଠାତାଙ୍କ ତୃତୀୟ ସମ୍ପର୍କକୁ ନେଇ ଚର୍ଚ୍ଚା

ହଙ୍ଗକଙ୍ଗ,୧୩।୧୧: ବିଶ୍ୱର ପ୍ରମୁଖ ଚିପ୍‌ ନିର୍ମାତା କମ୍ପାନୀ ଏନଭିଡିଆ (Nvidia)ର ସହ-ପ୍ରତିଷ୍ଠାତା ଜେନସେନ୍‌ ହୁଆଙ୍ଗଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଚାଇନାର ଜଣେ ମହିଳାଙ୍କ…

ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟ ସେବା ଠପ୍‌; ଲକ୍ଷ ଲକ୍ଷ ଉପଭୋକ୍ତା ଆଉଟଲୁକ (Outlook) ବ୍ୟବହାର କରିବାରେ ସମସ୍ୟା; OpenAI ଉପରେ ମଧ୍ୟ ପ୍ରଭାବ

ଓ୍ବାଶିଂଟନ,୧୩।୧୧: ଗୁରୁବାର ଏବଂ ଶୁକ୍ରବାର ସକାଳେ ଏକ ବୈଷୟିକ ତ୍ରୁଟି ଯୋଗୁ ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟର ଅନେକ ପ୍ରମୁଖ ପ୍ଲାଟଫର୍ମ ପ୍ରଭାବିତ ହୋଇଥିଲା। ଆଉଟଲୁକ (Outlook), ମାଇକ୍ରୋସଫ୍ଟ ଟିମ୍ସ…

୨ ନିଖୋଜ ଏସ୍‌ପିଓଙ୍କ ଗୁଳିବିଦ୍ଧ ମୃତଦେହ ଜବତ

ଜମ୍ମୁ,୧୩।୧୧(ପି.ଟି): ଜମ୍ମୁ-କଶ୍ମୀରର କିସ୍ତୱାଡ୍‌ ଜିଲାର ଦୁର୍ଗମ ଦଚ୍ଛନ ଅଞ୍ଚଳରୁ ନିଖୋଜ ହେବାର ଗୋଟିଏ ଦିନ ପରେ ଗୁରୁବାର ସକାଳେ ୨ଜଣ ସ୍ବତନ୍ତ୍ର ପୋଲିସ ଅଧିକାରୀ (ଏସ୍‌ପିଓ)ଙ୍କ ଗୁଳିବିଦ୍ଧ…

ଟସ ଜିତି ଜିତିଲା ନିଷ୍ପତ୍ତି ନେଲା ଟିମ ଇଣ୍ଡିଆ: ଶ୍ରେୟସ ଆୟରଙ୍କ ହାତରେ ଅଧିନାୟକ ଦାୟିତ୍ୱ,ବାଦ୍‌ ପଡ଼ିଲେ…

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ଆଜି ଖେଳାଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ…

ପୁଅର ସ୍ୱପ୍ନ ପାଇଁ ଶୋ’ରୁମ୍‌ ବିକିଥିଲେ ବାପା, ଅଣ୍ଡର-୧୯ ଏସିଆ କପ୍‌ରେ ଚମକିଲେ ୧୭ ବର୍ଷୀୟ ଇଶାନ ସୁଦ୍‌

ନୂଆଦିଲ୍ଲୀ,୧୩।୧୧: ଅଣ୍ଡର-୧୯ ଏସିଆ କପ୍‌ ୨୦୨୬ରେ ଭାରତୀୟ ଯୁବ ଖେଳାଳିମାନେ ନିଜ ପ୍ରଦର୍ଶନ ବଳରେ ଚର୍ଚ୍ଚାରେ ରହିଛନ୍ତି । ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର ସେହୱାଗଙ୍କ ବ୍ୟାଟିଂକୁ…

କେଜ୍ରିୱାଲଙ୍କୁ ହତ୍ୟା ଧମକ: ଲରେନ ଗ୍ୟାଙ୍ଗ୍‌ ସଦସ୍ୟଙ୍କ ୭ କୋଟି ଟଙ୍କା ଦାବି

ମୋହାଲି, ୧୨ା୧୧: ଦିଲ୍ଲୀର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ବିଧାୟକ ଜର୍ନେଲ ସିଂହଙ୍କ ଅଭିଯୋଗ ଆଧାରରେ ପଞ୍ଜାବ ପୋଲିସ ଏକ ମାମଲା ରୁଜୁ କରିଛି। ଦଳର ନେତା…

ଘରେ ଭୟଙ୍କର ବିସ୍ଫୋରଣ, ୩ ଗୁରୁତର, କାରଣ ଖୋଜୁଛି ବମ୍‌ ସ୍କ୍ବାଡ

ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ସହର ଅରବିନ୍ଦ ନଗର ଦ୍ୱିତୀୟ ଗଳିରେ ବୁଧବାର ବିଳମ୍ବିତ ରାତିରେ ଜଣଙ୍କ ଘର ଭିତରେ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି।…

ପରଷ୍ପରଙ୍କୁ ହତ୍ୟା ଉଦ୍ୟମ: ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ପରଷ୍ପରଙ୍କୁ ହତ୍ୟା ଉଦ୍ୟମ ଘଟଣାରେ କେ.ନୂଆଗାଁ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡ଼ପଦା ଗ୍ରାମର ସୀମାଞ୍ଚଳ ଦଳାଇ(୨୮), ଅଭି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?