Posted inଖେଳ

ଓସିଏ ଆୟୋଜନ କରିବ ଟି-୨୦ ଲିଗ୍‌

ଭୁବନେଶ୍ୱର, ୩୦ା୧୧ (ସ୍ପୋଟର୍‌ସ ବ୍ୟୁରୋ)-କଟକସ୍ଥିତ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) କ୍ଲବ ପରିସରରେ ଏହାର କର୍ମକର୍ତ୍ତା, ଫାଇନାନ୍ସ କମିଟି ଓ ଟୁର୍ନାମେଣ୍ଟ କମିଟି ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା କ୍ରିକେଟର ଭବିଷ୍ୟତ ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା। ଆଗାମି ଓଡ଼ିଶା କ୍ରିକେଟ ଲିଗ୍‌ (ଓସିଏଲ୍‌) ଟି୨୦ ଏବଂ ବିସିସିଆଇ ଦ୍ୱାରା ହେବାକୁଥିବା ସୟଦ ମୁସ୍ତାକ ଅଲୀ ଟ୍ରଫି ଲାଗି ପ୍ରସ୍ତୁତି ଲାଗି ଏକ ସିଲେକ୍ସନ ଟ୍ରାଏଲ ପାଇଁ ଓସିଏ ଯୋଜନା କରିଛି। ଟ୍ରାଏଲ ମ୍ୟାଚ ପାଇଁ ସିଲେକ୍ସନ କମିଟି ୧୬୮ କ୍ରିକେଟରଙ୍କୁ ମନୋନୀତ କରିବ। ଟିସିଏମ୍‌ ସ୍ପୋଟର୍‌ସ ପ୍ରାଇଭେଟ ଲିମିଟେଡ୍‌ର ସହଯୋଗରେ ଓସିଏଲ୍‌ ଟି୨୦ ଲିଗ୍‌ ଆୟୋଜନ ହେବ। ଟିସିଏମ୍‌ ଆଇପିଏଲ୍‌, ଆଇସିସି ବିଶ୍ୱକପ୍‌, ଖେଲୋ ଇଣ୍ଡିଆ ଓ ଆଇଏସ୍‌ଏଲ୍‌ ଭଳି ଇଭେଣ୍ଟ ସହିତ କାର୍ଯ୍ୟକରି ଆସିଛି। ଓଡ଼ିଶାର ଶ୍ରେଷ୍ଠ ୮୪ ଖେଳାଳିଙ୍କୁ ୬ଟି ଦଳରେ ବିଭକ୍ତ କରାଯାଇ ଓସିଏଲ୍‌ ଟି୨୦ ଲିଗ୍‌ ଖେଳାଯିବ। ଏଥିଲାଗି ଖେଳାଳି ମନୋନୟନ ପାଇଁ ଡିସେମ୍ବର ୫ରୁ ଟ୍ରାଏଲ ମ୍ୟାଚ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ମହିଳା କ୍ରିକେଟର ସୁଶ୍ରୀ ଦିବ୍ୟଦର୍ଶିନୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଦିବ୍ୟଦର୍ଶିନୀ ଓସିଏର ଏକମାତ୍ର ଖେଳାଳି ଭାବେ ୟୁଏଇରେ ଅନୁଷ୍ଠିତ ମହିଳା ଟି୨୦ ଚ୍ୟାଲେଞ୍ଜରେ ଟିମ୍‌ ଭେଲୋସିଟି ତରଫରୁ ପ୍ରତିନିଧିତ୍ୱ କରିଥିଲେ। ଏହି ବୈଠକରେ ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ଏବଂ ସମ୍ପାଦକ ସଞ୍ଜୟ ବେହେରାଙ୍କ ସମେତ ଅନ୍ୟ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri