ଘନୀଭୂତ ହେଉଛି ବାତ୍ୟା ମାଣ୍ଡୋସ୍‌

ଭୁବନେଶ୍ୱର,୯।୧୨(ବ୍ୟୁରୋ):ସାମୁଦ୍ରିକ ଝଡ଼ ମାଣ୍ଡୋସ ଘନୀଭୂତ ହେଉଛି। ଏହା ଘଣ୍ଟା ପ୍ରତି ୧୨ କିମି ବେଗରେ ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଶୁକ୍ରବାର ସକାଳ ସୁଦ୍ଧା ଏହା ଭୟଙ୍କର ବାତ୍ୟା ରୂପ ନେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ । ୯ ତାରିଖ ମଧ୍ୟରାତ୍ରରେ ବାତ୍ୟା ତାମିଲନାଡୁର ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଦେଇ ସ୍ଥଳଭାଗ ଅତିିକ୍ରମ କରିବ। ସ୍ଥଳଭାଗ ଛୁଇଁବା ବେଳେ ଘଣ୍ଟା ପ୍ରତି ୭୫ରୁ ୯୫ କିମି ବେଗରେ ପବନ ବୋହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଏହାର ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ବାତ୍ୟାର ବାହ୍ୟ ବଳୟ ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ୯ ତାରିଖରେ ମାଲକାନଗିରି, କୋରାପୁଟ, ଗଜପତି, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ ଓ ଗଞ୍ଜାମ ଜିଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୦ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲାର କେତେକ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧିପାଇଛି। ରାଜ୍ୟର ୬ଟି ସ୍ଥାନରେ ପାରଦ ୧୧ଡିଗ୍ରୀ ସେଲ୍‌ସିୟସ ତଳେ ରହିଥିବା ବେଳେ ଅନ୍ୟ କେତେକ ସ୍ଥାନରେ ୧୫ ଡିଗ୍ରୀ ତଳେ ରହିଛି। ଗୁରୁବାର କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୭.୮ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ଫୁଲବାଣୀ ୯, ଦାରିଙ୍ଗବାଡ଼ି ୧୦, ଝାରସୁଗୁଡ଼ା ୧୦.୫, ସୁନ୍ଦରଗଡ଼ ୧୦.୫, ଭବାନୀପାଟଣା ୧୦.୬, କେନ୍ଦୁଝର ୧୧.୬, ନବରଙ୍ଗପୁର ୧୧, ବରଗଡ଼ ୧୩.୮, ବାରିପଦା ୧୩.୫, ବଲାଙ୍ଗୀର ୧୨.୮, ସୋନପୁର ୧୨.୨, ଦେବଗଡ଼ରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri