ନିର୍ବାହୀ ଅଧିକାରୀ, ପୌରାଧ୍ୟକ୍ଷାଙ୍କ ଅଡୁଆ ବଢ଼ିଲା

ବଲାଙ୍ଗୀର,୭ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ସଦ୍ୟ ସମାପ୍ତ ହୋଇଥିବା ବିଧାନସଭା ଅଧିବେଶନରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ବଲାଙ୍ଗୀର ପୌରାଧ୍ୟକ୍ଷା ଏବଂ ପୌର ନିର୍ବାହୀ ଅଧିକାରୀ ସ୍ବାଧିକାର ଭଙ୍ଗ କରିଥିବା ନେଇ ଅଭିଯୋଗ କରିଥିଲେ। ବିଧାୟକ ମିଶ୍ରଙ୍କ ଅଭିଯୋଗକୁ ଭିତ୍ତିକରି ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ଏବଂ ପୌର ନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ରଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଜାରି ହୋଇଥିବା ଜଣାପଡିଛି। ଏଭଳି ନୋଟିସ ପରେ ପୌରାଧ୍ୟକ୍ଷା ସାହୁ ଏବଂ ନିର୍ବାହୀ ଅଧିକାରୀ ମିଶ୍ର ଅଡୁଆରେ ପଡିଥିବା ଆଲୋଚନାର ବିଷୟ ହୋଇଛି। ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୌଣସି ବି ସରକାରୀ କାର୍ଯ୍ୟକ୍ରମରେ ସମ୍ପୃକ୍ତ କ୍ଷେତ୍ରର ବିଧାୟକଙ୍କୁ ନିମନ୍ତ୍ରଣ କରିବା ପାଇଁ ସରକାରୀ ନିର୍ଦ୍ଦେଶ ରହିଛି। ଏହା ସତ୍ତ୍ୱେ ବଲାଙ୍ଗୀର ପୌରପାଳିକା ପକ୍ଷରୁ କୌଣସି ବି କାର୍ଯ୍ୟକ୍ରମକୁ ବଲାଙ୍ଗୀର ବିଧାୟକ ମିଶ୍ରଙ୍କୁ ନିମନ୍ତ୍ରଣ କରାଯାଇ ନ ଥିଲା ଏବଂ ଏପରିକି ବଲାଙ୍ଗୀର ବିଧାୟକ ମିଶ୍ରଙ୍କୁ କୌଣସି କାର୍ଯ୍ୟକ୍ରମରେ ନିମନ୍ତ୍ରଣ କରାଯିବ ନାହିଁ ବୋଲି ବଲାଙ୍ଗୀର ପୌରାଧ୍ୟକ୍ଷା ସାହୁ ବିଭିନ୍ନ ଗଣମାଧ୍ୟମରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନରେ ପ୍ରତିକ୍ରିୟା ଦେଇଥିଲେ। ଏହି ବିଷୟକୁ ନେଇ ବିଧାୟକ ମିଶ୍ର ଏହା ବିଧାୟକମାନଙ୍କ ପ୍ରତି ଅପମାନ ଏବଂ ଏହାଦ୍ୱାରା ବିଧାୟକଙ୍କ ସ୍ବାଧୀକାର ଭଙ୍ଗ ହୋଇଛି ବୋଲି ବାଚସ୍ପତିଙ୍କୁ ନୋଟିସ ମାଧ୍ୟମରେ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ବାଚସ୍ପତି ଗ୍ରହଣ କରିଥିଲେ ଏବଂ ବିଧାନସଭାରେ ଆଲୋଚନା ହୋଇଥିଲା। ଆଲୋଚନାବେଳେ ବିଧାୟକ ମିଶ୍ର ନିଜେ ଅଭିଯୋଗ ଆଣିଥିଲେ ଯେ ଉଭୟ ପୌରଧ୍ୟକ୍ଷା ଏବଂ ନିର୍ବାହୀ ଅଧିକାରୀ ଉଦ୍ଦେଶ୍ୟମୂଳକ ଭାବେ ନିଜ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପୌରପାଳିକା ତରଫରୁ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ନିମନ୍ତ୍ରଣ ନ କରି ଅପମାନିତ କରିଛନ୍ତି। ଫଳରେ ତାଙ୍କର ସ୍ବାଧିକାର ଭଙ୍ଗ ହୋଇଛି। ତେଣୁ ଏଇଥି ପାଇଁ ଦାୟୀ ଉଭୟ ପୌରାଧ୍ୟାକ୍ଷା ଓ ପୌର ନିର୍ବାହୀ ଅଧିକାରୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ଦଣ୍ଡ ବିଧାନ ପାଇଁ ଦାବି କରିଥିଲେ। ଗୃହରେ ବାଚସ୍ପତି ତାଙ୍କ ଦାବିକୁ ଗ୍ରହଣ କରିବା ସହ ଉଭୟ ପୌରଧ୍ୟାକ୍ଷା ଓ ନିର୍ବାହୀ ଅଧିକାରୀଙ୍କୁ ଜବାବ ତଲବ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ବଳରେ ବିଧାନସଭା ସଚିବ ଦାଶରଥି ଶତପଥି ରାଜ୍ୟ ଗୃହ ଏବଂ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କୁ ଚିଠି ଲେଖି ୭ ଦିନ ମଧ୍ୟରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି। ଏହି ପ୍ରସଙ୍ଗ ଏବେ ବଲାଙ୍ଗୀରରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?