ଶେଖ ହାସିନାଙ୍କ ସହ ବଢିଲା ତାଙ୍କ ୯ ସହଯୋଗୀଙ୍କ ଅଡୁଆ

ଢାକା,୧୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମସ୍ୟା ବେଳକୁ ବେଳ ବଢିବାରେ ଲାଗିଛି। ବାଂଲାଦେଶର ଆନ୍ତର୍ଜାତୀୟ ଅପରାଧିକ ଟ୍ରିବ୍ୟୁନାଲ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ତାଙ୍କର ଅନ୍ୟ ୯ଜଣ ସହଯୋଗୀଙ୍କ ବିରୋଧରେ ଜନଶୁଣାଣି ତଥା ମାନବିକତା ବିରୋଧରେ ହୋଇଥିବା ଅପରାଧର ତଦନ୍ତ ଆରମ୍ଭ କରିଛି।
ଜୁଲାଇ ୧୫ରୁ ଅଗଷ୍ଟ ୫ମଧ୍ୟରେ ଛାତ୍ରଙ୍କ ଆନ୍ଦୋଳନ ସମୟରେ ଘଟିଥିବା ଘଟଣା ସହ ଜଡିତ ଅଭିଯୋଗ ହାସିନାଙ୍କ ଉପରେ ଲାଗିଛି। ସୂଚନାଯୋଗ୍ୟ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଘୋଷଣା କରିଛନ୍ତି ଯେ ଜୁଲାଇ ୧ରୁ ଅଗଷ୍ଟ ୫ମଧ୍ୟରେ ଘଟିଥିବା ହତ୍ୟାକାଣ୍ଡ ମାମଲା ଅନ୍ତର୍ଜାତୀୟ ଅପରାଧିକ ଟ୍ରିବ୍ୟୁନାଲରେ ଶୁଣାଣି ହେବ।

ବୁଧବାର ଶେଖ ହାସିନା ଏବଂ ତାଙ୍କ ଦଳର ଅନେକ ନେତାଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗରେ ଶେଖ ହାସିନାଙ୍କ ବ୍ୟତୀତ ଆୱାମୀ ଲିଗର ସାଧାରଣ ସମ୍ପାଦକ ତଥା ପୂର୍ବତନ ସଡକ ପରିବହନ ମନ୍ତ୍ରୀ ଓବେଦୁଲ କାଦର, ପୂର୍ବତନ ଗୃହମନ୍ତ୍ରୀ ଅସାଦ-ଉଜ-ଜମାଂ ଖାନ କମାଲ ଏବଂ ଦଳର ଅନ୍ୟ ପ୍ରମୁଖ ନେତାଙ୍କ ନାମ ଅନ୍ତର୍ଭୁକ୍ତ ହୋଇଛି।
ବୁଧବାର ରାତିରୁ ଅନ୍ତର୍ଜାତୀୟ ଅପରାଧିକ ଟ୍ରିବ୍ୟୁନାଲ ଏହି ମାମଲାର ତଦନ୍ତ ଆରମ୍ଭ କରିଛି। ଆୱାମି ଲିଗ ବ୍ୟତୀତ ଏହାର ଅନୁବନ୍ଧିତ ସଂଗଠନର ନାମ ମଧ୍ୟ ଅଭିଯୋଗରେ ଅନ୍ତର୍ଭୁକ୍ତ ହୋଇଛି। ଏହା ଅଭିଯୋଗକାରୀଙ୍କ ଓକିଲ ଗାଜି ଏମଏଚ ତମିମଙ୍କ ଦ୍ୱାରା ପ୍ରମାଣିତ ହୋଇଛି।
‘ଢାକା ଟ୍ରିବ୍ୟୁନ’ ଖବରକାଗଜ ଅନୁଯାୟୀ ନବମ ଶ୍ରେଣୀର ଛାତ୍ର ଆରିଫ ଅହମ୍ମଦ ସିଆମଙ୍କ ପିତା ବୁଲବୁଲ କବୀର ଏହି ଆବେଦନ କରିଛନ୍ତି। ସୂଚନାଯୋଗ୍ୟ, ସଂରକ୍ଷଣ ବିରୋଧୀ ଛାତ୍ର ଆନ୍ଦୋଳନ ସମୟରେ ଆରିଫଙ୍କର ମୃତ୍ୟୁ ହୋଇଥିଲା। ଏହି ଆବେଦନରେ ଶେଖ ହସିନା ଏବଂ ଅନ୍ୟମାନେ ଛାତ୍ର ଆନ୍ଦୋଳନ ବିରୋଧରେ ହିଂସାତ୍ମକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?