ପାନ୍ଥନିବାସରେ ଅସ୍ଥାୟୀ ଖୋଲିବ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟାଳୟ

ଭୁବନେଶ୍ୱର/ସାକ୍ଷୀଗୋପାଳ,୪।୮(ଅନୁରାଧା ମହାରଣା/ପ୍ରଶାନ୍ତ କୁମାର ବାରିକ): ଓଡ଼ିଆ ବିଶ୍ୱବିଦ୍ୟାଳୟ ସତ୍ୟବାଦୀରେ ୨୦୨୩-୨୪ ଶିକ୍ଷାବର୍ଷରୁ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏପିଏଚ୍‌ଡି ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ନାମଲେଖା, ନିଯୁକ୍ତି ଓ ଅନ୍ୟାନ୍ୟ ପ୍ରକ୍ରିୟା ଜାରି ରହିଛି। ହେଲେ ଏବେ ବିଶ୍ୱବିଦ୍ୟାଳୟର ବିଲ୍ଡିଂ ଓ ଭିତ୍ତିଭୂମି ନିର୍ମାଣ ଚାଲିଥିବାରୁ ସାକ୍ଷୀଗୋପାଳ ପାନ୍ଥନିବାସରେ ଅସ୍ଥାୟୀ ଭାବେ ଏହାର କାର୍ଯ୍ୟାଳୟ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଉକ୍ତ ପାନ୍ଥ ନିବାସକୁ ୩ ମାସ ପାଇଁ ଭଡ଼ା ସୂତ୍ରରେ ନେବା ସହ ବିଭିନ୍ନ ଆସବାବପତ୍ର ଓ ଆନୁଷଙ୍ଗିକ ବନ୍ଦୋବସ୍ତ ଲାଗି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ସେହିପରି ବିଶ୍ୱବିଦ୍ୟାଳୟରେ ଅଣଶିକ୍ଷକ କର୍ମଚାରୀଙ୍କ ପଦବୀ ପୂରଣ ହୋଇନାହିଁ। ତେଣୁ ସାକ୍ଷୀଗୋପାଳସ୍ଥିତ ଉତ୍କଳମଣି ଗୋପବନ୍ଧୁ ସ୍ମୃତି (ଡିଗ୍ରୀ) ମହାବିଦ୍ୟାଳୟ (ୟୁଜିଏସ୍‌ କଲେଜ)ରୁ ୨ଜଣ କିରାଣି ଓ ଜଣେ ପିଅନଙ୍କୁ ବିଶ୍ୱବିଦ୍ୟାଳୟରେ ୩ ମାସ ପାଇଁ ନିୟୋଜିତ କରାଯିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଉକ୍ତ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି। ୟୁଜିଏସ୍‌ କଲେଜରେ ବିଶ୍ୱବିଦ୍ୟାଳୟ କାର୍ଯ୍ୟାଳୟ ଖୋଲିବା ଲାଗି ପ୍ରଥମେ ପ୍ରସ୍ତାବ ରହିଥିଲା। ଏଥିପାଇଁ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ କମିଟି ଗତମାସ ୩ ତାରିଖରେ ସତ୍ୟବାଦୀ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଥିଲା। ଏଥିସହ ବିଶ୍ୱବିଦ୍ୟାଳୟର କୋଠା ଓ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ତୁରନ୍ତ ସାରିବାରକୁ ନିର୍ଦ୍ଦେଶ ଦିଆଯାଇଥିଲା।
ସୂଚନାଯୋଗ୍ୟ, ଓଡ଼ିଆ ଭାଷା ଓ ସାହିତ୍ୟ, ଭାଷା ବିଜ୍ଞାନ ଓ ପ୍ରାକୃତିକ ଭାଷା ପ୍ରକ୍ରିୟାକରଣ ଏବଂ ଆଞ୍ଚଳିକ ଏବଂ ଜନଜାତି ଭାଷା ଓ ଐତିହ୍ୟ ଅଧ୍ୟୟନ ଆଦି ୩ଟି ବିଷୟରେ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏପିଏଚ୍‌ଡି ପାଠ୍ୟକ୍ରମ ଆରମ୍ଭ ହେବ। ଏହି ପାଠ୍ୟକ୍ରମଗୁଡ଼ିକରେ ନାମ ଲେଖାଇବା ପାଇଁ ଅଗଷ୍ଟ ୧୩ରେ ଭୁବନେଶ୍ୱର, ବାଲେଶ୍ୱର, ବ୍ରହ୍ମପୁର ଓ ସମ୍ବଲପୁର ଆଦି ୪ଟି ଜୋନରେ ସ୍ବତନ୍ତ୍ର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ୭ ଅଗଷ୍ଟରେ https://ssbodisha.ac.inରେ ଲଗଇନ୍‌ କରି ଏସ୍‌ଏସ୍‌ବି ଓ୍ବେବସାଇଟ୍‌ କିମ୍ବା ସାମସ୍‌ ଓ୍ବେବ୍‌ସାଇଟରୁ ଆବେଦନକାରୀ ଆଡମିଟ୍‌ କାର୍ଡ ବା ହଲ ଟିକେଟ୍‌ ଡାଉନ୍‌ଲୋଡ୍‌ କରିପାରିବେ। ୨୩ ଅଗଷ୍ଟରେ ବିଷୟ ଆଧାରରେ ମେଧା ତାଲିକା ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri