ଓଡ଼ିଶା-ଆନ୍ଧ୍ର ସୀମା ସିଲ୍‌

ରାୟଗଡ଼ା ଅଫିସ/ଗୁଣପୁର,୧୨ା୪: ରାୟଗଡ଼ା ଜିଲାରେ ଲଗାତର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରୁ ୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ରୋକିବା ନିମନ୍ତେ ଜିଲାରୁ ପଡ଼ୋଶୀ ଆନ୍ଧ୍ର ପ୍ରଦେଶକୁ ସଂଯୋଗ କରୁଥିବା ସମସ୍ତ ୫ ସୀମାକୁ ସୋମବାର ସିଲ୍‌ କରାଯାଇଛି। ପୂର୍ବ ନିଷ୍ପତ୍ତି ପ୍ରକାରେ ସୋମବାର ରାୟଗଡ଼ା ବ୍ଲକ୍‌ର କେରେଡ଼ା, ଗୁଣପୁର ବ୍ଲକ୍‌ ଜଗନ୍ନାଥପୁର ପଞ୍ଚାୟତର ବାସନାଗୁଡ଼ା, ରାମନାଗୁଡ଼ା ବ୍ଲକ୍‌ର କାଟିକି ସମେତ ଗୋଟଲପଦର ଏବଂ ସାନ୍ଧୁବାଡ଼ିସ୍ଥିତ ଆନ୍ତଃରାଜ୍ୟ ସୀମା ସିଲ୍‌ କରାଯାଇଛି।
ସମସ୍ତ ସୀମାନ୍ତ ଅଞ୍ଚଳରେ ଆନ୍ତଃରାଜ୍ୟ ଚେକ୍‌ ପଏଣ୍ଟ କରାଯାଇ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କୁ ଯାଞ୍ଚ ଆରମ୍ଭ ହୋଇଛି। ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କୁ ୨ ଘଣ୍ଟା ମଧ୍ୟରେ ହୋଇଥିବା ଆର୍‌ଟି-ପିସିଆର ପରୀକ୍ଷା ରିପୋର୍ଟ କିମ୍ବା ୨ଟି ଡୋଜ୍‌ ଟିକା ନେଇଥିବା ପ୍ରମାଣପତ୍ର ବାଧ୍ୟତାମୂଳକ କରାଯାଇଛି। ପ୍ରମାଣପତ୍ର ନ ଥିଲେ ଅଣ୍ଡରଟେକିଂ ଲେଖି ଗୃହ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେବା ନିମନ୍ତେ ଚେକ୍‌ ପଏଣ୍ଟ କର୍ମଚାରୀଙ୍କୁ ଜିଲାପାଳ ସରୋଜ କୁମାର ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଜିଲାପାଳ ସୋମବାର ରାୟଗଡ଼ା ବ୍ଲକ୍‌ର କେରେଡ଼ା ଚେକ୍‌ ପଏଣ୍ଟରେ ସ୍ଥିତି ଅନୁଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri