ଓଡ଼ିଶା ସୀମା ସମସ୍ୟା ତଥ୍ୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ନାହିଁ

ଭୁବନେଶ୍ୱର,୨ା୮(ବ୍ୟୁରୋ): ଓଡ଼ିଶାର ସୀମା ସମସ୍ୟା ସମ୍ପର୍କିତ ତଥ୍ୟ କେନ୍ଦ୍ର ସରକାରଙ୍କ ନିକଟରେ ନାହିଁ। ଏହା ଏକ ନିନ୍ଦନୀୟ ପ୍ରସଙ୍ଗ ବୋଲି ଉତ୍କଳ ସମ୍ମିଳନୀ କହିଛି। ସମ୍ମିଳନୀର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲୀପ ଦାଶଶର୍ମା କହିଛନ୍ତି, ନିକଟରେ ଲୋକ ସଭାରେ ଏକ ପ୍ରଶ୍ନର ଉତ୍ତର ଦେଇ ସ୍ବରାଷ୍ଟ୍ର ବିଭାଗ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ହରିୟାଣା-ହିମାଚଳ ପ୍ରଦେଶ, ଲଦାଖ-ହିମାଚଳ ପ୍ରଦେଶ, ମହାରାଷ୍ଟ୍ର-କର୍ନାଟକ, ଆସାମ-ଅରୁଣାଚଳ ପ୍ରଦେଶ, ଆସାମ-ନାଗାଲାଣ୍ଡ, ଆସାମ-ମେଘାଳୟ ଓ ଆସାମ-ମିଜୋରାମ ମଧ୍ୟରେ ସୀମା ବିବାଦ ଥିବା ନେଇ ସୂଚନା ଦେଇଥିଲେ। ତେବେ ଦୀର୍ଘବର୍ଷ ଧରି ଓଡ଼ିଶା-ଆନ୍ଧ୍ର ପ୍ରଦେଶ, ଓଡ଼ିଶା-ପଶ୍ଚିମବଙ୍ଗ ଓ ଓଡ଼ିଶା-ଛତିଶଗଡ ମଧ୍ୟରେ ସୀମା ବିବାଦ ଲାଗି ରହିଥିଲେ ମଧ୍ୟ ଏହା ତାଙ୍କ ଉତ୍ତରରେ ସ୍ଥାନ ପାଇନାହିଁ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଓଡ଼ିଶା ସୀମା ବିବାଦ ତଥ୍ୟ ନ ଥିବା ଏଥିରୁ ସ୍ପଷ୍ଟ ହେଉଛି। ଉତ୍କଳ ସମ୍ମିଳନୀ ଏହାକୁ ବିରୋଧ କରିବା ସହିତ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହି ପ୍ରସଙ୍ଗକୁ ତାଲିକାଭୁକ୍ତ କରି ସମାଧାନ ପାଇଁ ଚେଷ୍ଟା କରନ୍ତୁ ବୋଲି ଦାବି କରାଯାଇଛି। ଏଥିସହ ରାଜ୍ୟଗୁଡ଼ିକ ଭିତରେ ଥିବା ସୀମା ସମସ୍ୟାର ସମାଧାନ ପାଇଁ କେନ୍ଦ୍ର ସରକାର ‘ସୀମା ସୁରକ୍ଷା ପରିଷଦ’ ଗଠନ କରନ୍ତୁ ବୋଲି ଦାଶଶର୍ମା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?