ଆରମ୍ଭ ହେଲା ଓଡ଼ିଶା କ୍ୟାରିଅର ପୋର୍ଟାଲ

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ) :ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୟୁନିସେଫ୍‌ ସହଯୋଗରେ ଗୁରୁବାର ଛାତ୍ରୀଛାତ୍ରଙ୍କ ପାଇଁ ଓଡ଼ିଶା କ୍ୟାରିଅର ପୋର୍ଟାଲ ଆରମ୍ଭ ହୋଇଛି। ଗୁରୁବାର ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ସ୍ତରର ଶିକ୍ଷାର୍ଥୀମାନେ ନିଜର ଭବିଷ୍ୟତ ବୃତ୍ତିଗୁଡ଼ିକ ସମ୍ବନ୍ଧରେ ଜାଣିବା ସହିତ ତତ୍‌ସମ୍ବନ୍ଧୀୟ ବିଶେଷଜ୍ଞ ପରାମର୍ଶ ମଧ୍ୟ ପାଇପାରିବେ। ନିଜର ଲଗ୍‌ଇନ୍‌ ଆଇଡି ଓ ପାସ୍‌ୱାର୍ଡ ମାଧ୍ୟମରେ www.odishacareerportal.comରୁ ବିଭିନ୍ନ ବୃତ୍ତି, ପରୀକ୍ଷା ଓ ଶିକ୍ଷାନୁଷ୍ଠାନ ସମ୍ବନ୍ଧରେ ଜାଣିବାର ସୁଯୋଗ ପାଇପାରିବେ। ଏଥିରେ ୫୫୦ରୁ ଊର୍ଦ୍ଧ୍ୱ ଚାକିରି ଓ ଧନ୍ଦାମୂଳକ ବୃତ୍ତି , ୧୧୫୦ଟି ପ୍ରବେଶିକା ପରୀକ୍ଷା ଓ ଆବେଦନ ପ୍ରଣାଳୀ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ତଥ୍ୟ ରହିଛି। ୧୧୨୦ଟି ଛାତ୍ର ବୃତ୍ତି, ପ୍ରତିଯୋଗିତାମୂଳକ ପରୀକ୍ଷା ଓ ଭାରତ ତଥା ବିଦେଶରେ ଉଚ୍ଚଶିକ୍ଷା ନିମନ୍ତେ ଥିବା ଫେଲୋସିପ୍‌ଗୁଡ଼ିକ ସମ୍ପର୍କରେ ମଧ୍ୟ ସବିଶେଷ ବିବରଣୀ ପାଇପାରିବେ। ଏଥିସହ ଶିକ୍ଷକଙ୍କ ସହିତ ସିଧାସଳଖ କଥାବାର୍ତ୍ତା ମଧ୍ୟ କରିପାରିବେ। ଓଡ଼ିଆ ଭାଷାରେ ପ୍ରସ୍ତୁତ ଏହି ପୋର୍ଟାଲରୁ ପ୍ରାୟ ୧୭ ଲକ୍ଷ ଶିକ୍ଷାର୍ଥୀ ଏଥିରୁ ଉପକୃତ ହୋଇପାରିବେ ବୋଲି ମନ୍ତ୍ରି କହିଛନ୍ତି। ସେ କହିଛନ୍ତି, ଏହି ପୋର୍ଟାଲ୍‌ ଏକ ଅଦ୍ୱିତୀୟ ତଥା ସମୟୋପଯୋଗୀ। ଏହାର ସମସ୍ତ ପାଠ୍ୟ ବିଷୟଗୁଡ଼ିକରେ ଆଞ୍ଚଳିକ ଭାବାପନ୍ନତା ଓ ସାମ୍ପ୍ରତିକତା ବଜାୟ ରହିଛି। ଶିକ୍ଷାର୍ଥୀମାନେ ଏହାର ଡ୍ୟାସ୍‌ବୋର୍ଡକୁ ଖୁବ୍‌ ସହଜରେ ନିଜର ଆଇଡି ଦ୍ୱାରା ଲଗ୍‌ଇନ୍‌ କରି ଏହାକୁ ଖୋଲି ଆବଶ୍ୟକ ସୂଚନା ପାଇପାରିବେ। ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ କହିଛନ୍ତି କହିଛନ୍ତି, ରାଜ୍ୟର ସମସ୍ତ ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ସ୍ତରର ଶିକ୍ଷାର୍ଥୀମାନେ ଯେପରି ନିଜ ପାଇଁ ଉପଯୁକ୍ତ ବୃତ୍ତିର ଚୟନ କରିପାରବେ, ସେଥିପାଇଁ ଓଡ଼ିଶା କ୍ୟାରିଅର ପୋର୍ଟାଲର ଲକ୍ଷ୍ୟ ରହିଛି। ବିଭିନ୍ନ ବୃତ୍ତିଗତ ଓ ଧନ୍ଦାମୂଳକ ଅନୁଷ୍ଠାନ ସହିତ ଜଡ଼ିତ ଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଓ ବୃତ୍ତି ସହାୟକଙ୍କ ସହ ସିଧାସଳଖ ବାର୍ତ୍ତାଳପ କରି ବିଭିନ୍ନ ବୃତ୍ତିଗତ ସାମର୍ଥ୍ୟ ତଥା ତତ୍‌ସମ୍ବନ୍ଧୀୟ ସୁଯୋଗଗୁଡ଼ିକ ବିଷୟରେ ଜାଣିବା ନିମନ୍ତେ ମଧ୍ୟ ଏହି ପୋର୍ଟାଲ୍‌ ଶିକ୍ଷାର୍ଥୀଙ୍କୁ ସହାୟତା ଦେଇପାରିବ। ଆଗାମୀ ବର୍ଷରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଜୀବନରେ ଏହା ବ୍ୟାପକ ସକାରାତ୍ମକ ପ୍ରଭାବ ପକାଇବ ବୋଲି ଭୂପିନ୍ଦର ସିଂ ପୁନିଆ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ୟୁନିସେଫ୍‌ କ୍ଷେତ୍ରୀୟ, କାର୍ଯ୍ୟାଳୟର ମୁଖ୍ୟ ଡ. ମୋନିକା ନେଲ୍‌ସନ୍‌, ବିଭାଗୀୟ ଅତିରିକ୍ତ ଶାସନ ସଚିବ ରଘୁରାମ ଆୟାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri