ଆରମ୍ଭ ହେଲା ଓଡ଼ିଶା କ୍ୟାରିଅର ପୋର୍ଟାଲ

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ) :ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୟୁନିସେଫ୍‌ ସହଯୋଗରେ ଗୁରୁବାର ଛାତ୍ରୀଛାତ୍ରଙ୍କ ପାଇଁ ଓଡ଼ିଶା କ୍ୟାରିଅର ପୋର୍ଟାଲ ଆରମ୍ଭ ହୋଇଛି। ଗୁରୁବାର ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ସ୍ତରର ଶିକ୍ଷାର୍ଥୀମାନେ ନିଜର ଭବିଷ୍ୟତ ବୃତ୍ତିଗୁଡ଼ିକ ସମ୍ବନ୍ଧରେ ଜାଣିବା ସହିତ ତତ୍‌ସମ୍ବନ୍ଧୀୟ ବିଶେଷଜ୍ଞ ପରାମର୍ଶ ମଧ୍ୟ ପାଇପାରିବେ। ନିଜର ଲଗ୍‌ଇନ୍‌ ଆଇଡି ଓ ପାସ୍‌ୱାର୍ଡ ମାଧ୍ୟମରେ www.odishacareerportal.comରୁ ବିଭିନ୍ନ ବୃତ୍ତି, ପରୀକ୍ଷା ଓ ଶିକ୍ଷାନୁଷ୍ଠାନ ସମ୍ବନ୍ଧରେ ଜାଣିବାର ସୁଯୋଗ ପାଇପାରିବେ। ଏଥିରେ ୫୫୦ରୁ ଊର୍ଦ୍ଧ୍ୱ ଚାକିରି ଓ ଧନ୍ଦାମୂଳକ ବୃତ୍ତି , ୧୧୫୦ଟି ପ୍ରବେଶିକା ପରୀକ୍ଷା ଓ ଆବେଦନ ପ୍ରଣାଳୀ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ତଥ୍ୟ ରହିଛି। ୧୧୨୦ଟି ଛାତ୍ର ବୃତ୍ତି, ପ୍ରତିଯୋଗିତାମୂଳକ ପରୀକ୍ଷା ଓ ଭାରତ ତଥା ବିଦେଶରେ ଉଚ୍ଚଶିକ୍ଷା ନିମନ୍ତେ ଥିବା ଫେଲୋସିପ୍‌ଗୁଡ଼ିକ ସମ୍ପର୍କରେ ମଧ୍ୟ ସବିଶେଷ ବିବରଣୀ ପାଇପାରିବେ। ଏଥିସହ ଶିକ୍ଷକଙ୍କ ସହିତ ସିଧାସଳଖ କଥାବାର୍ତ୍ତା ମଧ୍ୟ କରିପାରିବେ। ଓଡ଼ିଆ ଭାଷାରେ ପ୍ରସ୍ତୁତ ଏହି ପୋର୍ଟାଲରୁ ପ୍ରାୟ ୧୭ ଲକ୍ଷ ଶିକ୍ଷାର୍ଥୀ ଏଥିରୁ ଉପକୃତ ହୋଇପାରିବେ ବୋଲି ମନ୍ତ୍ରି କହିଛନ୍ତି। ସେ କହିଛନ୍ତି, ଏହି ପୋର୍ଟାଲ୍‌ ଏକ ଅଦ୍ୱିତୀୟ ତଥା ସମୟୋପଯୋଗୀ। ଏହାର ସମସ୍ତ ପାଠ୍ୟ ବିଷୟଗୁଡ଼ିକରେ ଆଞ୍ଚଳିକ ଭାବାପନ୍ନତା ଓ ସାମ୍ପ୍ରତିକତା ବଜାୟ ରହିଛି। ଶିକ୍ଷାର୍ଥୀମାନେ ଏହାର ଡ୍ୟାସ୍‌ବୋର୍ଡକୁ ଖୁବ୍‌ ସହଜରେ ନିଜର ଆଇଡି ଦ୍ୱାରା ଲଗ୍‌ଇନ୍‌ କରି ଏହାକୁ ଖୋଲି ଆବଶ୍ୟକ ସୂଚନା ପାଇପାରିବେ। ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ କହିଛନ୍ତି କହିଛନ୍ତି, ରାଜ୍ୟର ସମସ୍ତ ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ସ୍ତରର ଶିକ୍ଷାର୍ଥୀମାନେ ଯେପରି ନିଜ ପାଇଁ ଉପଯୁକ୍ତ ବୃତ୍ତିର ଚୟନ କରିପାରବେ, ସେଥିପାଇଁ ଓଡ଼ିଶା କ୍ୟାରିଅର ପୋର୍ଟାଲର ଲକ୍ଷ୍ୟ ରହିଛି। ବିଭିନ୍ନ ବୃତ୍ତିଗତ ଓ ଧନ୍ଦାମୂଳକ ଅନୁଷ୍ଠାନ ସହିତ ଜଡ଼ିତ ଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଓ ବୃତ୍ତି ସହାୟକଙ୍କ ସହ ସିଧାସଳଖ ବାର୍ତ୍ତାଳପ କରି ବିଭିନ୍ନ ବୃତ୍ତିଗତ ସାମର୍ଥ୍ୟ ତଥା ତତ୍‌ସମ୍ବନ୍ଧୀୟ ସୁଯୋଗଗୁଡ଼ିକ ବିଷୟରେ ଜାଣିବା ନିମନ୍ତେ ମଧ୍ୟ ଏହି ପୋର୍ଟାଲ୍‌ ଶିକ୍ଷାର୍ଥୀଙ୍କୁ ସହାୟତା ଦେଇପାରିବ। ଆଗାମୀ ବର୍ଷରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଜୀବନରେ ଏହା ବ୍ୟାପକ ସକାରାତ୍ମକ ପ୍ରଭାବ ପକାଇବ ବୋଲି ଭୂପିନ୍ଦର ସିଂ ପୁନିଆ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ୟୁନିସେଫ୍‌ କ୍ଷେତ୍ରୀୟ, କାର୍ଯ୍ୟାଳୟର ମୁଖ୍ୟ ଡ. ମୋନିକା ନେଲ୍‌ସନ୍‌, ବିଭାଗୀୟ ଅତିରିକ୍ତ ଶାସନ ସଚିବ ରଘୁରାମ ଆୟାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri