ଏହି ହିତାଧିକାରୀଙ୍କୁ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବଢିକି ଆସିଲା ଭତ୍ତା

ଭୁବନେଶ୍ୱର,୧୫।୧: ଭତ୍ତା ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥର ହିତାଧିକାରୀଙ୍କୁ ଡକାଇ ସିଧାସଳଖ ବାଣ୍ଟିଲେ ଚେକ । ହିତାଧିକାରୀଙ୍କୁ ମିଳିଲା ୩୫୦୦ ଟଙ୍କା । ୮୦ ବର୍ଷ ବୟସରୁ ଉଦ୍ଧର୍‌ବ ବୟସ୍କଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦୁଝରର ଧରଣୀଧର ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ସଭାରେ ଟଙ୍କା ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ୮୦ ବର୍ଷ ବୟସରୁ ଉଦ୍ଧର୍‌ବ ବୟସ୍କ ଓ ବୟସ୍କା ବ୍ୟକ୍ତିଙ୍କ ସମେତ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ମଧ୍ୟ ଭତ୍ତା ଟଙ୍କା ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଜାନୁଆରୀ ମାସ ଅର୍ଥାତ ଚଳିତ ମାସରୁ ହିଁ ୮୦ ବର୍ଷରୁ ଉଦ୍ଧର୍‌ବ ସମସ୍ତଙ୍କୁ ମିଳିବ ଟଙ୍କା ।

ରାଜ୍ୟର ପ୍ରାୟ ୪ ଲକ୍ଷରୁ ଅଧିକ ପେନସନଧାରୀ ଏଥିରେ ଉପକୃତ ହେବେ । ଉଭୟ ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଅଧିନରେ ୮୦ ବର୍ଷ କିମ୍ବା ତଦୁର୍ଦ୍ଧ ବୟସ୍କ ଭତ୍ତା ହିତାଧିକାରୀ ଏବଂ ଶତକଡା ୮୦ କିମ୍ବା ତଦୁର୍ଦ୍ଧ ଭିନ୍ନକ୍ଷମତା ଥିବା ହିତାଧିକାରୀଙ୍କ ଭତ୍ତା ରାଶି ବୃଦ୍ଧି କରିଥିଲେ ରାଜ୍ୟ ସରକାର । ତେବେ ଏହି ନିଷ୍ପତ୍ତି ଚଳିତ ମାସ ଅର୍ଥାତ ଜାନୁଆରୀ ୨୦୨୫ରୁ ହିଁ ଲାଗୁ କରାଯିବା ନେଇ ସରକାର ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ…

ମୋଦିଙ୍କୁ ପ୍ରଶଂସାରେ ପୋତିଲା ପାକିସ୍ତାନର ବନ୍ଧୁ ଦେଶ: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ’ ଏବେ କହୁଛନ୍ତି…

ନୂଆଦିଲ୍ଲୀ,୧୦।୬: ନରେନ୍ଦ୍ର ମୋଦି ସ୍ବାଧୀନ ଭାରତର ଇତିହାସରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସର୍ବାଧିକ ଦୀର୍ଘ ଦିନ ଧରି ରହିବାର ରେକର୍ଡ ସ୍ଥାପନ କରିଥିଲେ। ଏହି ଐତିହାସିକ ସଫଳତା…

ମୋହନ ସରକାରଙ୍କ ବଡ଼ ଘୋଷଣା, ସରକାରୀ କର୍ମଚାରୀଙ୍କ ୨ଟି ପିଲା ଥିଲେ…

ଭୋପାଳ,୧୦।୬: ସରକାରୀ କର୍ମଚାରୀ ଏବଂ ଚାକିରି ଆଶାୟୀମାନଙ୍କ ପାଇଁ ଏକ ବଡ଼ ଖବର ଆସିଛି: ସେମାନେ ଆଉ “ଦୁଇ ସନ୍ତାନ” ନିୟମର ଅଧୀନରେ ରହିବେ ନାହିଁ। ମଧ୍ୟପ୍ରଦେଶ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ଜଳୁଛି ଜଙ୍ଗଲ: ବନ୍ୟଜନ୍ତୁ ଗାଁ ମୁହାଁ

ମାଲକାନଗିରି,୧୦।୬: ମାଲକାନଗିରି ସଦର ମହକୁମାର ନିକଟ ଜଙ୍ଗଲରେ ନିଆଁ ଲାଗିଯାଇଛି। ନିଆଁ ମଙ୍ଗଳବାରଠାରୁ ଲାଗିଥିବା ବେଳେ ଏହାକୁ ଆୟତ୍ତ କରାଯାଇନାହିଁ। ଫଳରେ ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି।…

କଂଗ୍ରେସରେ ମିଶିଯିବ TMC? ରାହୁଲଙ୍କୁ ଭେଟିଲେ… ରାଜନୀତିରେ ବଡ଼ ହଲଚଲ!

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଖିନ୍‌ଭିନ୍‌ ହେଉଥିବା ପରି ମନେ ହେଉଛି, ଦଳର ନେତାମାନେ ତୁରନ୍ତ ଇସ୍ତଫା ଦେଉଛନ୍ତି। ଏହା…

ଦିଦିଙ୍କୁ ଝଟ୍‌କା ପରେ ଝଟ୍‌କା: ପୁଣି ଏମ୍‌ପି ଦେଲେ ଇସ୍ତଫା

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି)କୁ ଆଉ ଏକ ଝଟକା ଲାଗିଛି। ଏମ୍‌ପି ସୁସ୍ମିତା ଦେବ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏହା ପରେ ସେ ଆସାମ ମୁଖ୍ୟମନ୍ତ୍ରୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ୧୨ ବର୍ଷ ପୂର୍ତ୍ତି: ଦୀପ ଲଗାଇ ସ୍ବତନ୍ତ୍ର ପୂଜା, ପ୍ରାର୍ଥନା କଲେ ବିଧାୟକଙ୍କ ସହିତ ଶହ ଶହ ନେତା, କର୍ମୀ

ଛତ୍ରପୁର,୧୦।୬ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଅଗ୍ରାହରମ ସାହି ସ୍ଥିତ ଶ୍ରୀ ଶ୍ରୀ ଗୌରୀଶଙ୍କର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri