ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି ।

୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ହେବ ବୋଲି କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଯେଉଁଥିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ପିଲା ପାଠ ପଢି ପାରିବେ । ଆସନ୍ତା ୪ ବର୍ଷ ମଧ୍ୟରେ ଆଦର୍ଶ ବିଦ୍ୟାଳୟ କାମ ସରିବ । ହାଇସ୍କୁଲର ଫିଡର ସ୍କୁଲ ଭାବରେ ଏହା କାର୍ଯ୍ୟ କରିବ । ପ୍ରତି ବିଦ୍ୟାଳୟ ପିଛା ମୋଟ ୪-୫ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । 5T ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ ନ ଥିଲା। ଡିପିଆର ପ୍ରସ୍ତୁତ ହୋଇ ନ ଥିଲା କି ଏଷ୍ଟିମେଟ ହୋଇ ନ ଥିଲା। ପିଲାମାନଙ୍କ ଭବିଷ୍ୟତ ପ୍ରତି ଏହା ଧୋକ୍କା ହୋଇଥିଲା। ତେଣୁ ଆଜି ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ (ଜିଏମ ଏପିରି) ଯୋଜନା ଅଧୀନରେ ଗୋଟିଏ ଗ୍ରାମ ପଞ୍ଚାୟତରେ ଗୋଟିଏ ଆବର୍ଶ ସରକାରୀ ପ୍ରାଥମିକ ବିଦ୍ୟାଳୟ, ଅର୍ଥାତ୍ ରାଜ୍ୟରେ ୬,୭୯୪ଟି ପ୍ରାଥମିକ ବିଦ୍ୟାଳୟର ଉନ୍ନତିକରଣ ଓ ସୁଦୃଢ଼ୀକରଣ ପ୍ରସ୍ତାବ ।

ଓଡ଼ିଶା ସରକାର ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ (ଜିଏଏପିଲି) ଯୋଜନା ଅନ୍ତର୍ଗତ ରାଜ୍ୟର ୬.୭୯୪ଟି ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଆବର୍ଶ ବିଦ୍ୟାଳୟ ଭାବେ ରନ୍ନତ ଓ ସୁଦୃଢ଼ କରିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଗୋଦାବରୀଶ ମିଶ୍ର ଆବର୍ଷ ପ୍ରାଥମିକ ବିଦ୍ୟାଳୟ (ଜିଏମଏପିଭି) ଯୋଜନାରେ ପ୍ରତି ଗ୍ରାମ ପଞ୍ଚାୟତରେ ଏକ ଆଦର୍ଶ (ମଡେଲ) ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିରେ ଅବହେଳିତ ସମୁଦାୟଙ୍କ ନିମନ୍ତେ ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ବ ଦିଆଯିବା ସହ ଶିକ୍ଷା ଅଧିକାର ଆଇନ- ୨୦୦୯ର ମୂଳ ଲକ୍ଷ୍ୟ ସହ ସମନ୍ୱୟ ରଖାଯାଇଛି । ଭିରିଭୂମିର ବିକାଶ, ଆଧୁନିକ ଶିକ୍ଷାପଦ୍ଧତିକୁ ଆପଣେଇବା ଏବଂ ଏଥିରେ ସାମଗ୍ରିକ ଭାବରେ ସମସ୍ତେ କିଭଳି ଭାଗନେବେ ତାହା ସୁନିଶ୍ଚିତ କରିବା ଦ୍ବାରା ‘ଜିଏମ ଏପିଭି’ ଯୋଜନା ସାମଗ୍ରିକ ଭାବରେ ବିଦ୍ୟାର୍ଥୀମାନଙ୍କ ବିକାଶ ଦିଗରେ କାର୍ଯ୍ୟ କରିବ, ଏଥୁସହ ଜାତୀୟ ଶିକ୍ଷାନୀତି-2020ର ଲକ୍ଷ୍ୟକୁ ବଳିଷ୍ଠ ଭାବରେ ଉପସ୍ଥାପନ କରିବା ସହ ବିଦ୍ୟାର୍ଥୀମାନଙ୍କୁ ରଭୟ ସାମାଜିକ ଏବଂ ଶୈକ୍ଷିକ ସ୍ତରରେ ସମୃଦ୍ଧ କରିବ ।

୬,୭୯୪ଟି ମଡେଲ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ ନିମନ୍ତେ ସରକାରଙ୍କ ଉପରେ ୫ (ପାଞ୍ଚ) ବର୍ଷ ମଧ୍ୟରେ ଅର୍ଥାତ୍ ୨୦୨୪-୨୫ରୁ ୨୦୨୮-୨୯ ମଧ୍ୟରେ ୧୧,୯୩୯,୪୧ କୋଟି ଟଙ୍କା ଆର୍ଥିକ ବୋଝ, ପଢ଼ିବା ସାଧାରଣତଃ, ବିଦ୍ୟାଳୟରେ ନାମଲେଖା ସଂଖ୍ୟା ଉପରେ ନିର୍ଭର କରି ପ୍ରତି ବିଦ୍ୟାଳୟ ପିଛା ମୋଟାମୋଟି ଖର୍ଚ ଆକଳନ ୧ କୋଟିରୁ ୪ କୋଟି ଟଙ୍କା ପର୍ଯ୍ୟନ୍ତ ହୋଇଥାଏ । ତେବେ ପ୍ରକୃତ ଖର୍ବ ପ୍ରତ୍ୟେକ ସ୍କୁଲର ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର୍) ଆଧାରରେ ହେବ ।

୬,୭୯୪ଟି ଆଦର୍ଶ (ମଡେଲ୍) ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ଷମ ହେଲେ ଶିକ୍ଷାଗତ ସୁବିଧା ବୃଦ୍ଧି ପାଇବା ସାଙ୍ଗକୁ ଗୁଣାତ୍ମକ ଶିକ୍ଷା ଉପଲବ୍ଧ ହେବ । ତତ୍ ସହିତ ଶିକ୍ଷା କ୍ଷେତ୍ରରେ ବିଦ୍ୟାର୍ଥୀମାନଙ୍କ ସାମଗ୍ରିକ ବିକାଶ ବୃଦ୍ଧି ପାଇବ। ସେମାନଙ୍କ ମଧ୍ୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ (ଏଫ୍ଏଲ୍‌ଏନ୍) ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷା ଅଧିକାର ଆଇନ-୨୦୦୯, ଜାତୀୟ ଶିକ୍ଷା ନୀତି-୨୦୨୦ ଏବଂ ନିପୁଣ ଓଡ଼ିଶାର ଉଦ୍ଦେଶ୍ୟ ପୂରଣ କରିବାକୁ ମାନକ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା କରାଯିବା

ସେହିପରି ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରିବୁ। ଏନେଇ ଆଜି କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି। ଏହି ଅର୍ଥ ୨୦୨୬ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ କରାଯିବ। ନୂଆ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବେ ସରକାର। ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ ପାଇଁ ବିନିଯୋଗ ପୁଞ୍ଜିର ୬୦% ଛାଡ଼ କରାଯାଇଛି। ଏପରିକି ସର୍ବାଧିକ ୬ କୋଟି ୫୦ ଲକ୍ଷ ପର୍ଯ୍ୟନ୍ତ ରିହାତି ଦେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାଧାରଣ ବର୍ଗଙ୍କୁ ମଧ୍ୟ ୫୦% ପର୍ଯ୍ୟନ୍ତ ସବସିଡି ପ୍ରଦାନ କରିବୁ। ଶୀତଳ ଭଣ୍ଡାର ପାଇଁ ପ୍ରଥମ ଦିନରୁ ବିଜୁଳି ବିଲ୍‌ ରିହାତିରେ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri