ଓଡ଼ିଶାକୁ ମିଳିଲା ୧୦,୦୧୨ କୋଟି ଟଙ୍କାର ରେଳ ଅନୁଦାନ

ନୂଆଦିଲ୍ଲୀ,୩।୨: ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାକୁ ୧୦,୦୧୨ କୋଟି ଟଙ୍କାର ରେଳ ଅନୁଦାନ ମିଳିଛି। କେନ୍ଦ୍ରୀୟ ବଜେଟରେ ମିଳିଥିବା ଏହି ଅନୁଦାନ ସମ୍ପର୍କରେ ଶୁକ୍ରବାର ଖବରଦାତା ସମ୍ମିଳନୀରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ପୂର୍ବତଟ ରେଳପଥ ଜେନେରାଲ ମ୍ୟାନେଜର ବିସ୍ତୃତ ତଥ୍ୟ ପ୍ରଦାନ କରିଛନ୍ତି।

୨୦୨୨-୨୩ ଆର୍ଥିକ ବର୍ଷରେ ଓଡ଼ିଶାକୁ ୯,୭୩୪ କୋଟି ଟଙ୍କାର ରେଳ ଅନୁଦାନ ମିଳିଥିଲା। ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶା ସରକାର ୮,୪୦୦ କୋଟି ଟଙ୍କା ମାଗିଥିଲେ। ହେଲେ କେନ୍ଦ୍ର ସରକାର ଓଡ଼ିଶା ମାଗିଥିବା ପରିମାଣଠାରୁ ୧,୬୧୨ କୋଟି ଟଙ୍କା ଅଧିକ ଅନୁଦାନ ଦେଇଛନ୍ତି।

ରାଜ୍ୟରେ ୨୮୦କିମି ନୂଆ ରେଳଲାଇନ ନିର୍ମାଣ ଓ ୫୭ଟି ଷ୍ଟେଶନର ନବୀକରଣ ଲାଗି ବ୍ୟୟବରାଦ କରାଯାଇଛି। ରାଜ୍ୟରେ ନୂଆ ରେଳଲାଇନ ପ୍ରକଳ୍ପ ଲାଗି ଚଳିତ ବର୍ଷ ୨,୫୬୫ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ସେହିପରି ରେଳମାର୍ଗ ଦୋହରିକରଣ ପାଇଁ ୩,୮୦୦କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା-ବଲାଙ୍ଗିର ରୋଡ ରେଳମାର୍ଗ ନିର୍ମାଣ ଶେଷ ପାଇଁ ୧,୬୦୦କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ରାଉରକେଲା-ଝାରସୁଗୁଡ଼ା ପର୍ଯ୍ୟନ୍ତ ୧୦୧ କିମି ତୃତୀୟ ଲାଇନ ନିର୍ମାଣ ପାଇଁ ୧୨୬ କୋଟି ଟଙ୍କା, ବଣ୍ଡମୁଣ୍ଡା-ରାଉରକେଲା ୪ର୍ଥ ଲାଇନ ର୍ନିମାଣ ପାଇଁ ୩୯କୋଟି, ଭଦ୍ରକ-ଖଡଗପୁର ପାଇଁ ୩୭କୋଟି, ନାରାୟଣଗଡ଼-ଭଦ୍ରକ ୧୫୫ କିମି ତୃତୀୟ ଲାଇନ ପାଇଁ ୫୦୫କୋଟି ଟଙ୍କା ବ୍ୟୟବରାଦ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?