ସରକାର ଦେଲେ ଚେତାବନୀ, ଆନ୍ଦୋଳନ କଲେ…

ଭୁବନେଶ୍ୱର,୨୪।୯: ଓଡ଼ିଶା ନର୍ସିଙ୍ଗ କର୍ମଚାରୀ ସଂଘଙ୍କ ଦ୍ୱାରା ଆସନ୍ତକାଲି ଆନ୍ଦୋଳନ ପାଇଁ ଡକରା ହୋଇଥିଲା। ଯାହାର ଗୋଟିଏ ଦିନ ପୂର୍ବରୁ ସବୁ CDMO ଓ ସରକାରୀ ମେଡିକାଲ କଲେଜଙ୍କୁ ଚିଠି ଲେଖିଛନ୍ତି ସରକାର। ଆନ୍ଦେଳନ ଉପରେ ରୋକ୍‌ ଲଗାଇବା ସହ କୌଣସି ନର୍ସିଂ କର୍ମଚାରୀ ଷ୍ଟ୍ରାଇକ୍‌ କରୁଥିଲେ ତାଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସରକାର ଚେତାବନୀ ଦେଇଛନ୍ତି।

ଅଗଷ୍ଟ ୭ ତାରିଖରୁ ନର୍ସିଂ ଅଫିସରଙ୍କ ବିରୋଧରେ ୬ ମାସ ପାଇଁ ଲାଗୁ ହୋଇଥିବା ଏସମାକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବାକୁ ଆଜି ସବୁ CDMO ଓ ସରକାରୀ ମେଡିକାଲ କଲେଜଙ୍କୁ ଚିଠି ଲେଖିଛି ନର୍ସିଂ ନିର୍ଦ୍ଦେଶାଳୟ । ସେପ୍ଟେମ୍ବର ୨୫ ଓ ୨୬ରେ ସବୁ ସରକାରୀ ହସ୍ପିଟାଲର ଜେନେରାଲ ୱାର୍ଡ, ଅଣ ଏମର୍ଜେନ୍ସି ବିଭାଗରୁ ନର୍ସିଂ ଅଫିସର ପ୍ରତ୍ୟାହାର ସହ ସେପ୍ଟେମ୍ବର ୨୭ରୁ ସବୁ ନର୍ସିଂ ଅଫିସର କାର୍ଯ୍ୟ ବନ୍ଦ କରିବାକୁ ଓଡ଼ିଶା ନର୍ସିଂ ଏମ୍ପ୍ଲଇଜ ଆସୋସିଏସନ ସାଧାରଣ ସମ୍ପାଦକ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ।

କିନ୍ତୁ ଆନ୍ଦୋଳନର ଗୋଟିଏ ଦିନ ପୂର୍ବରୁ ଚିଠି ଜାରି କରି କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଚେତାବନୀ ଦେଇଛନ୍ତି। ଏହାଛଡ଼ା ଯଦି କୌଣସି ନର୍ସିଂ ଅଫିସର ଷ୍ଟ୍ରାଇକ କରୁଥିବେ, ସେନେଇ ଜଣାଇବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛି ନିର୍ଦ୍ଦେଶାଳୟ । ଏପଟେ ଆସନ୍ତାକାଲିଠୁ ଆନ୍ଦୋଳନ କରିବା ପାଇଁ ସୂଚନା ଦେଇଛି ଓ ନର୍ସିଂ କର୍ମଚାରୀ ସଂଘ । ନର୍ସିଂ କ୍ଷେତ୍ରରେ ଆଉଟୋସୋର୍ସିଂ ବ୍ୟବସ୍ଥା ଉଚ୍ଛେଦ, କର୍ମଚାରୀଙ୍କୁ କଣ୍ଟ୍ରାକଚ୍ୟୁଆଲରୁ ରେଗୁଲାର କରିବା ଆଦି ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛି ଓ ନର୍ସିଂ କର୍ମଚାରୀ ସଂଘ ।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri