ପ୍ରତି ବ୍ଲକରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ପାଇଁ ୪୧୨୪ କୋଟି ଟଙ୍କା ଖର୍ଚ୍ଚ କରିବେ ଓଡିଶା ସରକାର

ଭୁବନେଶ୍ୱର,୧୦।୨: ଓଡ଼ିଶାର ସମସ୍ତ ୩୧୪ ଗୋଟି ବ୍ଲକରେ ଷ୍ଟାଡିୟମ ନିର୍ମାଣ କରାଯିବା। ବ୍ଲକ ସ୍ତରୀୟ ଷ୍ଟାଡିୟମ ନିର୍ମାଣ କରିବା ନିମନ୍ତେ ୪୧୨୪ କୋଟି ଟଙ୍କାର ବ୍ୟୟ ଅଟକଳ ସ୍ଥିର କରାଯାଇଛି। ଏହି ବ୍ଲକ ସ୍ତରୀୟ ଷ୍ଟାଡିୟମ ପ୍ରାୟ ୮ ରୁ ୧୦ ଏକର ସ୍ଥାନରେ ନିର୍ମାଣ କରାଯିବ।

ତୃଣମୂଳ ସ୍ତରରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ହେବା ସହ କ୍ରୀଡ଼ା ପ୍ରତିଭାର ସାମଗ୍ରିକ ବିକାଶ କରିବାରେ ଏହା ନିଶ୍ଚିତ ରୂପେ ସହାୟକ ହେବ। କ୍ରୀଡ଼ାର ବିକାଶ ପାଇଁ ଆବଶ୍ୟକୀୟ ଭିତ୍ତିଭୂମି ଯେପରି ବ୍ଲକ ସ୍ତରରେ ପହଂଚି ପାରିବ, ପ୍ରତିଟି ଗାଁରେ ଯେପରି କ୍ରୀଡ଼ା ପ୍ରତିଭାର ବିକାଶ ହୋଇପାରିବ ତାହା ଲକ୍ଷ୍ୟ ରଖାଯାଇଛି ବୋଲି କହିଛନ୍ତି କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

ସୋମବାର କଳିଙ୍ଗ ଷ୍ଟାଡିୟମ ଟେନିସ ସେଣ୍ଟର ଅଡ଼ିଟୋରିୟମ୍ ଠାରେ ଆୟୋଜିତ ହୋଇଥିବା ଏକ ସାମ୍ବାଦିକ ସମ୍ମିଳନୀରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ବ୍ଲକ ସ୍ତରୀୟ ଷ୍ଟାଡିୟମ ନିର୍ମାଣ ନିମନ୍ତେ ପ୍ରସ୍ତାବିତ ହୋଇଥିବା ମାଷ୍ଟର ପ୍ଲାନ ସମ୍ବନ୍ଧରେ ସବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଷ୍ଟାଡ଼ିୟମର ମାଷ୍ଟର ପ୍ଲାନ ଏବଂ ରୂପରେଖକୁ ଏକ ପ୍ରେସେଣ୍ଟେସନ ଓ ପ୍ରତିକାତ୍ମକ ଭିଡ଼ିଓ ମାଧ୍ୟମରେ ମନ୍ତ୍ରୀ ସୂରଜ ଉପସ୍ଥାପିତ କରିଥିଲେ।

ପ୍ରସ୍ତାବିତ ହୋଇଥିବା ମାଷ୍ଟର ପ୍ଲାନ ଅନୁଯାୟୀ ବ୍ଲକ ସ୍ତରୀୟ ଷ୍ଟାଡିୟମରେ ବିଭିନ୍ନ କ୍ରୀଡ଼ା ନିମନ୍ତେ ବ୍ୟବସ୍ଥା ଉପଲବ୍ଧ ହେବ। କ୍ରୀଡ଼ା ପ୍ରତିଭାମାନଙ୍କ ପାଇଁ ଏହା ଏକ କ୍ରୀଡ଼ା ନର୍ସରୀ ଭାବେ କାର୍ଯ୍ୟ କରିବ। ଷ୍ଟାଡିୟମରେ ଫୁଟବଲ/କ୍ରିକେଟ ପଡିଆ, ଆଥଲେଟିକ ଟ୍ରାକ, ଥ୍ରୋ ଏରିଆ, ଜମ୍ପ ଏରିଆ, ଭଲିବଲ କୋର୍ଟ ଆଦିର ନିର୍ମାଣ କରାଯିବ।

ଏଥିସହିତ ଦେଶୀୟ ବା ଆଞ୍ଚଳିକ କ୍ରୀଡ଼ା ଯଥା ଖୋଖୋ, କବାଡ଼ି ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା ରହିବ। ଷ୍ଟାଡିୟମର ଇଣ୍ଡୋର ହଲରେ ବ୍ୟାଡ଼ମିଣ୍ଟନ କୋର୍ଟ, ଟେବୁଲ ଟେନିସ, ଜିମନାଷ୍ଟିକ, ଭାରୋତ୍ତୋଳନ ଆଦି ନିମନ୍ତେ ମଧ୍ୟ ବ୍ୟବସ୍ଥା ରହିବ।

ଏଥିସହ ପ୍ରତିଟି ଷ୍ଟାଡିୟମରେ ସାଧାରଣ ସୁବିଧା କେନ୍ଦ୍ର ରହିବା ସହ ଷ୍ଟାଡିୟମର ବାହ୍ୟ ବିକାଶ, ବିଭିନ୍ନ ବ୍ୟବସ୍ଥା ଯଥା ଜଳ ଯୋଗାଣ, ନିଷ୍କାସନ ବା ସ୍ବେରେଜ, ଆଲୋକୀକରଣ ଉପରେ ମଧ୍ୟ ପ୍ରାଧାନ୍ୟ ଦିଆଯିବ। ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାର ଆୟୋଜନ କରାଯାଇ ତୃଣମୂଳ ସ୍ତରରୁ କ୍ରୀଡ଼ା ପ୍ରତିଭାର ମଧ୍ୟ ଚୟନ କରାଯିବ।

କ୍ରୀଡ଼ା ଓ କ୍ରୀଡ଼ାବିତମାନଙ୍କର ସାମଗ୍ରିକ ବିକାଶ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ।ତୃଣମୂଳ ସ୍ତରରେ ସୁଦୃଢ କ୍ରୀଡ଼ା ଭିତ୍ତିଭୂମିର ନିର୍ମାଣ ହେବା ସହ କ୍ରୀଡ଼ାବିତମାନେ କ୍ରୀଡ଼ା ଜଗତରେ ଯେପରି ନିଜର ସ୍ୱର୍ଣ୍ଣିମ ଭବିଷ୍ୟତ ନିର୍ମାଣ କରିପାରିବେ ସେ ଦିଗରେ ଗୁରୁତ୍ୱାରୋପ କରାଯିବ ବୋଲି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri