ଓଡ଼ିଶା ହାଇକୋର୍ଟରେ ୩ ବିଚାରପତି ନିଯୁକ୍ତ

କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟ ପାଇଁ ୩ ନୂଆ ବିଚାରପତି ନିଯୁକ୍ତ ହୋଇଛନ୍ତି। ସେମାନେ ହେଲେ ଭି. ନରସିଂହ, ବିରଜା ପ୍ରସନ୍ନ ଶତପଥୀ ଏବଂ ରମଣ ମୁରାହାରୀ ଓରଫ ମୁରାହାରୀ ଶ୍ରୀ ରମଣ। ଏହି ୩ ବିଚାରପତିଙ୍କ ନାମକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୋହର ମାରିଛନ୍ତି। ବରିଷ୍ଠତା ଭିତ୍ତିରେ ସେମାନଙ୍କୁ ଅବସ୍ଥାପିତ କରାଯିବ। ଏହି ନିଯୁକ୍ତି ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ା ୩ ନୂଆ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୧ରେ ପହଞ୍ଚତ୍ଛି।
ସୂଚନାଯୋଗ୍ୟ, ଓଡ଼ିଶା ହାଇକୋର୍ଟର ଅନୁମୋଦିତ ବିଚାରପତିଙ୍କ ସଂଖ୍ୟା ୨୭ ଥିବାବେଳେ ୧୮ଜଣ ରହିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନବିଚାରପତିଙ୍କ ନେତୃତ୍ୱରେ ଗଠିତ କଲେଜିୟମ ଗତ ୩୧ତାରିଖରେ ଓଡ଼ିଶା ହାଇକୋର୍ଟ ପାଇଁ ଆଇନଜୀବୀ ଭି. ନରସିଂହ, ବିରଜା ପ୍ରସନ୍ନ ଶତପଥୀ, ସଞ୍ଜୟ କୁମାର ମିଶ୍ର ଏବଂ ରମଣ ମୁରାହାରୀ ଓରଫ ମୁରାହାରୀ ଶ୍ରୀ ରମଣଙ୍କ ନାମ କେନ୍ଦ୍ରକୁ ସୁପାରିସ କରିଥିଲା। ହେଲେ ରାଷ୍ଟ୍ରପତି ୩ଜଣଙ୍କ ନାମରେ ମୋହର ମାରିଛନ୍ତି। ଏହି ୩ ନୂଆ ବିଚାରପତିଙ୍କ ଯୋଗଦାନ ମାମଲା ଫଇସଲା କରିବାରେ ବେଶ୍‌ ସହାୟକ ହେବ। ଭି. ନରସିଂହ ହେଉଛନ୍ତି ହାଇକୋର୍ଟର ପୂର୍ବତନ ବିଚାରପତି ସ୍ବର୍ଗତ ଭି. ଗୋପାଳ ସ୍ବାମୀଙ୍କ ପୁତ୍ର। ସେ ଆୟକର, ସର୍ଭିସ୍‌ ଲ’, କମର୍ସିଆଲ, ଫୌଜଦାରି, ଦେୱାନୀ ଓ ସାମ୍ବିଧାନିକ ମାମଲା ପରିଚାଳନା କ୍ଷେତ୍ରରେ ଦକ୍ଷତା ହାସଲ କରିଛନ୍ତି। ସେ ସିବିଆଇ ଓକିଲ ଭାବେ ମଧ୍ୟ ଅନେକ ମାମଲା ପରିଚାଳନା କରିଛନ୍ତି। ସେହିପରି ବିରଜା ପ୍ରସନ୍ନ ଶତପଥୀ ହେଉଛନ୍ତି ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ଭଗବାନ ଶତପଥୀଙ୍କ ପୁତ୍ର। ସେ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନ ଶିକ୍ଷା ଶେଷ କରିବା ପରେ ସ୍ବର୍ଗତ ଅଶୋକ ମହାପାତ୍ରଙ୍କ ଅଧୀନରେ ଓକିଲାତି ପେସା ଆରମ୍ଭ କରିଥିଲେ। ରମଣ ମୁରାହାରୀ ଓରଫ୍‌ ଏମ୍‌.ଏସ୍‌. ରମଣ ଜଣେ ବିଶିଷ୍ଟ ଟ୍ୟାକ୍ସ ଲୟର୍‌। ସେ ପୂର୍ବରୁ ସେଲ୍‌ସ ଟ୍ୟାକ୍ସ ଟ୍ରିବ୍ୟୁନାଲ୍‌ରେ ବହୁ ମାମଲା ଦକ୍ଷତାର ସହ ପରିଚାଳନା କରିଛନ୍ତି। ଏଥିସହ ସେ ସେଲ୍‌ସ ଟ୍ୟାକ୍ସ ଉପରେ ଅନେକ ବହି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?