ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ଏକ ସେଣ୍ଟର ଅଫ୍ ଏକ୍ସେଲେନ୍ସି ଭାବେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଏକାଡେମୀ ଜଳ ଏବଂ ବର୍ଜ୍ୟଜଳ ସେବା ଯୋଗାଣ କ୍ଷେତ୍ରରେ ଗ୍ରାହକ ସନ୍ତୁଷ୍ଟି ଓ ସେବାର ଗୁଣବତ୍ତା ବୃଦ୍ଧିର ଲକ୍ଷ୍ୟ ସହିତ ଏକ ଅଗ୍ରଗଣ୍ୟ ତାଲିମ ଏବଂ ଦକ୍ଷତା ବିକାଶ ଅନୁଷ୍ଠାନ ଭାବେ କାର୍ଯ୍ୟ କରିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁପ୍ରେରଣାରେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା ରାଜ୍ୟ ସରକାରଙ୍କ ଜଳ ଯୋଗାଣ ଏବଂ ବର୍ଜ୍ୟଜଳ ପରିଚାଳନା ସଂସ୍କାର କ୍ଷେତ୍ରରେ ଆଉ ଏକ ଉଲ୍ଲେଖନୀୟ ସଫଳତା। ଏହି ଅବସରରେ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ପ୍ରତ୍ୟେକ ସହରୀ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଏବଂ ବର୍ଜ୍ୟଜଳ ପରିଚାଳନା ସେବା ଯୋଗାଇ ଦେବା ସରକାରଙ୍କ ପାଇଁ ସବୁବେଳେ ପ୍ରାଥମିକତା ହୋଇ ରହି ଆସିଛି। ଓଡ଼ିଶା ଜଳ ନିଗମ, ଜନସ୍ବାସ୍ଥ୍ୟ କାରିଗରୀ ସଂସ୍ଥା, ଓଡିଶା ଜଳ ଯୋଗାଣ ଓ ପରିମଳ ପରିଷଦ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସଙ୍ଗଠନ ଅଧୀନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଦକ୍ଷତା ବିକାଶ ପାଇଁ ଏହି ଏକାଡେମୀ ଏକ ଅଗ୍ରଣୀ ଅନୁଷ୍ଠାନ ଓ ଉତ୍କର୍ଷ କେନ୍ଦ୍ର ଭାବରେ କାଯର୍ୟ କରିବ। ପୂର୍ବାପେକ୍ଷା ରାଜ୍ୟରେ ପାନୀୟ ଜଳ ଯୋଗାଣ ଏବଂ ବର୍ଜ୍ୟଜଳ ପରିଚାଳନାକୁ ଅଧିକ ଦକ୍ଷତାର ସହିତ ସମ୍ପାଦନ କରିବା ପାଇଁ ଏହି ଏକାଡେମୀରେ ଉଭୟ ପରିଚାଳକ ଏବଂ କର୍ମଚାରୀ ସବୁ ପର୍ଯ୍ୟାୟରେ ଅତ୍ୟାଧୁନିକ ଓ ଅଭିନବ ପ୍ରଯୁକ୍ତି ସହାୟତାରେ ତାଲିମ ଏବଂ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ସୋସାଇଟି ରେଜିଷ୍ଟ୍ରେଶନ୍ ଆକ୍ଟ, ୧୮୬୦ ଅନୁଯାୟୀ ଏହି ଏକାଡେମୀ ପଞ୍ଜୀକୃତ ହେବ ଏବଂ ଓଡ଼ିଶା ଜଳ ନିଗମର ପ୍ରଶାସନିକ ନିୟନ୍ତ୍ରଣରେ କାର୍ଯ୍ୟ କରିବ।
ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ
ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…
ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…
ଭୁବନେଶ୍ୱର, ୧।୪(ସୁନିତ୍ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…
କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…
ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…
ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…
ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…
ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ
ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…
ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…
ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…
ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…
Archives

