ପ୍ରତିଷ୍ଠା ହେବ ଓଡ଼ିଶା ଜଳ ଏକାଡେମୀ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ଏକ ସେଣ୍ଟର ଅଫ୍‌ ଏକ୍ସେଲେନ୍ସି ଭାବେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଏକାଡେମୀ ଜଳ ଏବଂ ବର୍ଜ୍ୟଜଳ ସେବା ଯୋଗାଣ କ୍ଷେତ୍ରରେ ଗ୍ରାହକ ସନ୍ତୁଷ୍ଟି ଓ ସେବାର ଗୁଣବତ୍ତା ବୃଦ୍ଧିର ଲକ୍ଷ୍ୟ ସହିତ ଏକ ଅଗ୍ରଗଣ୍ୟ ତାଲିମ ଏବଂ ଦକ୍ଷତା ବିକାଶ ଅନୁଷ୍ଠାନ ଭାବେ କାର୍ଯ୍ୟ କରିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁପ୍ରେରଣାରେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା ରାଜ୍ୟ ସରକାରଙ୍କ ଜଳ ଯୋଗାଣ ଏବଂ ବର୍ଜ୍ୟଜଳ ପରିଚାଳନା ସଂସ୍କାର କ୍ଷେତ୍ରରେ ଆଉ ଏକ ଉଲ୍ଲେଖନୀୟ ସଫଳତା। ଏହି ଅବସରରେ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ପ୍ରତ୍ୟେକ ସହରୀ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଏବଂ ବର୍ଜ୍ୟଜଳ ପରିଚାଳନା ସେବା ଯୋଗାଇ ଦେବା ସରକାରଙ୍କ ପାଇଁ ସବୁବେଳେ ପ୍ରାଥମିକତା ହୋଇ ରହି ଆସିଛି। ଓଡ଼ିଶା ଜଳ ନିଗମ, ଜନସ୍ବାସ୍ଥ୍ୟ କାରିଗରୀ ସଂସ୍ଥା, ଓଡିଶା ଜଳ ଯୋଗାଣ ଓ ପରିମଳ ପରିଷଦ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସଙ୍ଗଠନ ଅଧୀନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଦକ୍ଷତା ବିକାଶ ପାଇଁ ଏହି ଏକାଡେମୀ ଏକ ଅଗ୍ରଣୀ ଅନୁଷ୍ଠାନ ଓ ଉତ୍କର୍ଷ କେନ୍ଦ୍ର ଭାବରେ କାଯର୍‌ୟ କରିବ। ପୂର୍ବାପେକ୍ଷା ରାଜ୍ୟରେ ପାନୀୟ ଜଳ ଯୋଗାଣ ଏବଂ ବର୍ଜ୍ୟଜଳ ପରିଚାଳନାକୁ ଅଧିକ ଦକ୍ଷତାର ସହିତ ସମ୍ପାଦନ କରିବା ପାଇଁ ଏହି ଏକାଡେମୀରେ ଉଭୟ ପରିଚାଳକ ଏବଂ କର୍ମଚାରୀ ସବୁ ପର୍ଯ୍ୟାୟରେ ଅତ୍ୟାଧୁନିକ ଓ ଅଭିନବ ପ୍ରଯୁକ୍ତି ସହାୟତାରେ ତାଲିମ ଏବଂ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ସୋସାଇଟି ରେଜିଷ୍ଟ୍ରେଶନ୍‌ ଆକ୍ଟ, ୧୮୬୦ ଅନୁଯାୟୀ ଏହି ଏକାଡେମୀ ପଞ୍ଜୀକୃତ ହେବ ଏବଂ ଓଡ଼ିଶା ଜଳ ନିଗମର ପ୍ରଶାସନିକ ନିୟନ୍ତ୍ରଣରେ କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ

ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?