ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଶହୀଦ

ସାକ୍ଷୀଗୋପାଳ,୨୧ା୪ (ସ୍ବ.ପ୍ର./ଡି.ଏନ୍‌.ଏ.): ଜମ୍ମୁ କଶ୍ମୀରର ପୁଞ୍ଚର ମେନ୍ଧାର ଅଞ୍ଚଳରେ ଗୁରୁବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିରେ ଜଣେ ଓଡ଼ିଆ ଯବାନ ରହିଛନ୍ତି। ସେ ହେଲେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଅଳଗୁମ ପଞ୍ଚାୟତ ଖଣ୍ଡାୟତ ସାହିର ଦେବାଶିଷ ବିଶ୍ୱାଳ। ଏହି ଖବର ପାଇବା ପରେ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ୨୦୨୧ ମସିହାରେ ଦେବାଶିଷ ସୈନ୍ୟବାହିନୀରେ ନିଯୁକ୍ତି ପାଇଥିଲେ। ସ୍ଥାନୀୟ ବିଷ୍ଣୁପୁର ପଞ୍ଚାୟତର ବନ୍ତୁ ଗ୍ରାମର ସୁଶ୍ରୀ ସଙ୍ଗୀତା ବିଶ୍ୱାଳଙ୍କୁ ବିବାହ କରିଥିଲେ। ପରେ ତାଙ୍କର ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିବା ବେଳେ ଗତ ଜାନୁୟାରୀରେ ଦେବାଶିଷ ଗଁାକୁ ଆସିଥିଲେ। ପରିବାରରେ ସ୍ତ୍ରୀ ପିଲାଙ୍କ ସହ ବାପା ପ୍ରତାପ ବିଶ୍ୱାଳ, ମା’ ମମତା ବିଶ୍ୱାଳ, ସାନ ଭାଇ, ଜେଜେବାପା ଓ ଜେଜେମା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri