ସମସ୍ୟା ଘେରରେ ଡାଳଖାଇ ଓଡିଆର୍‌ପି କଲୋନୀ

ରମ୍ଭା,୧୮।୪: ରମ୍ଭା ଥାନା ଇଲାକା ଗଞ୍ଜାମ ବ୍ଲକ ରାମଗଡ଼ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡାଳଖାଇ ଓଡିଆରପି କଲୋନୀ ବହୁବିଧ ସୁବିଧା ସୁଯୋଗରୁ ବଞ୍ଚିତ। ସମସ୍ୟା ଘେରରେ ଉବୁଟୁବୁ ହେଉଥିଲେ ମଧ୍ୟ ପ୍ରଶାସନର ଅଣଦେଖା ମନୋଭାବ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିବାରେ ଲାଗିଛି। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ ଜଳ ଓ ବିଦ୍ୟୁତ୍‌ ସମେତ ମୌଳିକ ସମସ୍ୟାରୁ କାଣିଚାଏ ସଫଳତା ପାଇପାରୁ ନ ଥିବା ବାସିନ୍ଦାଙ୍କ ପକ୍ଷରୁ ଅଭିଯୋଗ ହୋଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଅନେକ ଯୋଜନା ହୋଇଛି। ଏପରିକି ହରିଜନ ସମ୍ପ୍ରଦାୟ ଓ ବାତ୍ୟା ଆଶ୍ରୟସ୍ଥଳୀ ବାସିନ୍ଦାମାନଙ୍କୁ ତଦୂର୍ଦ୍ଧ୍ୱ ପରିମାଣର ଯୋଜନା କରାଯାଇଛି, କିନ୍ତୁ ଯୋଜନା ଅପହଞ୍ଚ ହୋଇ ରହିଯାଇଛି। ପ୍ରାୟ ଏକ କୋଟି ଟଙ୍କାର ଶିକ୍ଷାନୁଷ୍ଠାନ ଗୃହ ବନାଯାଇଛି କିନ୍ତୁ କେନ୍ଦ୍ର ନାହିଁ।
୭ କିଲୋମିଟର ପ୍ରତ୍ୟହ କୋମଳମତି ଛାତ୍ରୀଛାତ୍ରମାନେ ଚାଲି ଚାଲି ଯାଇ ଶିକ୍ଷା ଗ୍ରହଣ କରିବା ବୁଦ୍ଧିଜୀବୀ ଓ ଶିକ୍ଷାବିତ୍‌ ମହଲରେ ଆଲୋଡନ ସୃଷ୍ଟି କରିଛି। ତେବେ ଉପରୋକ୍ତ ସମସ୍ୟାକୁ ପ୍ରଶାସନ ପକ୍ଷରୁ ତୁରନ୍ତ ଦୃଷ୍ଟି ଦିଆ ନ ଗଲେ ଆନ୍ଦୋଳନ ପାଇଁ ଅଣ୍ଟା ଭିଡୁଥିବା ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri