ଭାଜପା ଜିଲା ସଭାପତିଙ୍କ ଆପତ୍ତିଜନକ ଫଟୋ ଭାଇରାଲ

ବାଲେଶ୍ୱର ଅଫିସ, ୧୭।୧୨:ବାଲେଶ୍ୱର ଜିଲା ଭାଜପା ସଭାପତି ଉମାକାନ୍ତ ମହାପାତ୍ରଙ୍କ ସହ ଜଣେ ମହିଳାଙ୍କ ଆପତ୍ତିଜନକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ମହିଳା ଜଣକ କିଏ, କେଉଁ ଉଦ୍ଦେଶ୍ୟରେ ଏହି ଫଟୋ ପୋଷ୍ଟ କରାଯାଇଛି ତାହା ସ୍ପଷ୍ଟ ହୋଇନାହିଁ। ଆଗକୁ ପଞ୍ଚାୟତ ନିର୍ବାଚନ ଥିବାରୁ ତାଙ୍କୁ ବଦ୍‌ନାମ କରିବା ପାଇଁ ଏହା ବିରୋଧୀ ଦଳର ଚକ୍ରାନ୍ତ ବୋଲି ଉମାକାନ୍ତ ଗୁରୁବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀ ଡାକି ସ୍ପଷ୍ଟୀକରଣ ଦେଇଛନ୍ତି।
ତାଙ୍କ କହିବାନୁସାରେ ସାମାଜିକ ଗଣମାଧ୍ୟମରେ ଶାସକ ଦଳରେ ନାମ ଥିବା କେତେକ ଫେସବୁକ୍‌ ଗ୍ରୁପ୍‌ରେ ଉକ୍ତ ଫଟୋ ଯୋଡ଼ାଯାଇ ଭାଇରାଲ କରାଯାଇଛି। ତାଙ୍କ ସମ୍ମାନହାନି ଉଦ୍ଦେଶ୍ୟରେ ଏଭଳି ଲେଖାଯାଇଥିବା ସେ କହିଛନ୍ତି। ଏନେଇ ସେ ଜିଲା ଏସ୍‌ପିଙ୍କ ସହ ଆଲୋଚନା କରି ବିହୀତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏଥିସହିତ ଉକ୍ତ ଫଟୋ ଓ ତା’ ସହିତ ଯାହା ଲେଖାଯାଇଛି ତାହା ସମ୍ପୂର୍ଣ୍ଣ ମିଥ୍ୟା ବୋଲି ଜିଲା ଭାଜପା ପକ୍ଷରୁ କୁହାଯାଇଛି। ଜିଲା ସଭାପତିଙ୍କ ମର୍ଯ୍ୟାଦାହାନି କରିବା ପାଇଁ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଏପରି କରାଯାଇଥିବା ଭାଜପା ଜିଲା ଗଣମାଧ୍ୟମ ସଂଯୋଜକ ଶ୍ରୀନିବାସ ପ୍ରଧାନ କହିଛନ୍ତି। ଖବରଦାତା ସମ୍ମିଳନୀରେ ପୂର୍ବତନ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ଶୋଭନା ମହାନ୍ତି, ଟାଉନ ସଭାପତି ଚିତ୍ତରଞ୍ଜନ ପଣ୍ଡା ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଥାନାରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର: ଛାତ୍ରଛାତ୍ରୀଙ୍କ ପକ୍ଷରୁ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ

ଲୋଇସିଂହା, ୩ା୯ (ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଉପରବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚଳିତ ବର୍ଷର ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

ହାଇୱେରେ ଅପରିଷ୍କାର ଟଏଲେଟ୍‌ ଦେଖିଲେ ଉଠାନ୍ତୁ ଫଟୋ, ମିଳିବ ୧,୦୦୦ ଟଙ୍କାର FASTag ରିଚାର୍ଜ, ଜାଣନ୍ତୁ NHAIର ନିୟମ

ନୂଆଦିଲ୍ଲୀ,୪।୯: ଜାତୀୟ ରାଜପଥ କିମ୍ବା ଏକ୍ସପ୍ରେସୱେରେ ଯାତ୍ରା ସମୟରେ ଖରାପ ପବ୍ଲିକ ଟଏଲେଟ୍‌କୁ ନେଇ ଯାତ୍ରୀମାନେ ପ୍ରାୟତଃ ଅସୁବିଧାରେ ପଡ଼ନ୍ତି। ଟଏଲେଟ୍‌ ନିର୍ମାଣ ହୋଇଥିଲେ ମଧ୍ୟ ନିୟମିତ…

ଛଟେଇ ଝଡ଼; ୨୦୨୬ରେ ବିଦା ହେଲେଣି ୧,୩୦,୦୦୦ରୁ ଅଧିକ ଚାକିରିଆ

ନୂଆଦିଲ୍ଲୀ,୪।୯: କୃତ୍ରିମ ବୁଦ୍ଧିମତ୍ତା ବା ‘ଏଆଇ’ ଏବେ ଚାକିରିଆଙ୍କ ପାଇଁ କାଳ ହୋଇଛି । ବିଶ୍ୱସ୍ତରରେ ଏଆଇର ପ୍ରଚଳନ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଭିନ୍ନ କ୍ଷେତ୍ରରୁ ଲୋକେ…

ବୟସ ଜାଲିଆତି କରି ଫସିଲେ ଏହି କ୍ରିକେଟର୍‌: ୨ ବର୍ଷ ବାସନ୍ଦ କଲା BCCI

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର୍‌ ରୋହିତ ଯାଦବଙ୍କୁ ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ଆଗାମୀ ଦିନିକିଆ ଏବଂ ବହୁ-ଦିବସୀୟ ସିରିଜ ପାଇଁ ଅଣ୍ଡର-୧୯ ଦଳରେ ଚୟନ କରାଯାଇଥିଲା। ଜୁନିଅର…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri