ଡିସେମ୍ବରରେ ୭୫ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ଅଫିସ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ)- କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଅଫିସଗୁଡିକୁ ବାଦ ଦେଇ ସମସ୍ତ ସରକାରୀ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲୁଛି। କର୍ମଚାରୀମାନେ ରୋଷ୍ଟର ଡ୍ୟୁଟି କରୁଛନ୍ତି। ତେବେ ଆସନ୍ତା ଡିସେମ୍ବର ପହିଲାରୁ କଟକ ଓ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ୭୫ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ। ଏ ନେଇ ଶନିବାର ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତେବେ କେଉଁ କର୍ମଚାରୀ କେଉଁଦିନ ଡ୍ୟୁଟି କରିବେ ତାହା ବିଭାଗ କିମ୍ବା ବିଭାଗୀୟ ମୁଖ୍ୟଦପ୍ତର ସ୍ଥିର କରିବ। ଏଥିସହିତ ଜରୁରୀ ସେବା ଯୋଗାଉଥିବା ସରକାରୀ କାର୍ଯ୍ୟାଳୟଗୁଡିକ ୧୦୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ। ଡିସେମ୍ବର ମାସ ପାଇଁ ଅଫିସ ପରିଚାଳନା ନେଇ ମଧ୍ୟ ଗାଇଡ୍‌ଲାଇନ ଜାରି କରାଯାଇଛି। ସ୍ବାସ୍ଥ୍ୟ ବିଭାଗ ସମେତ ପୋଲିସ, ଅଗ୍ନିଶମ, ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ, ପୌର ସଂସ୍ଥାଗୁଡିକର ସମସ୍ତ କର୍ମଚାରୀ କାର୍ଯ୍ୟ କରିବାକୁ କୁହାଯାଇଛି। ବିଧାନସଭା ଅଧିବେଶନ ସହ ଜଡିତ ବିଭାଗଗୁଡିକର ଅଧିକାରୀ କାର୍ଯ୍ୟାଳୟକୁ ଆସିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri