ଚାଷୀଙ୍କୁ ବୁଝାଇ ପାରିଲେନି ଅଧିକାରୀ

ଲୋଇସିଂହା, ୭।୯(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ସମେତ ଆଗଲପୁର ବ୍ଲକ ଅନ୍ତର୍ଗତ ନୁନିଆପାଲି, ଝରଣୀପାଲି, ବଡଟିକା, ନଅଗା (ଖ), ବେନ୍ଦ୍ରା, ପଟୁଆପାଲି, ସାଲେଭଟା ପଞ୍ଚାୟତରେ ଗତବର୍ଷ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଥିଲା । ୨୦୨୦-୨୧ ପ୍ରଧାନମନ୍ତ୍ରୀ ଫସଲ ବୀମାରେ କ୍ଷତିପୂରଣ ପାଇବାରୁ ବଞ୍ଚିତ ହୋଇଛନ୍ତି ଚାଷୀ। ସମ୍ପୃକ୍ତ ପଞ୍ଚାୟତର ଚାଷୀ କ୍ଷତିପୂରଣ ଦାବିରେ ଜୁଲାଇ ୨୬ରେ ରାସ୍ତାରୋକୋ କରିଥିଲେ । ଜିଲା କୃଷି ବିଭାଗର ୨ ଜଣ ଅଧିକାରୀ ଆସି ପଦକ୍ଷେପ ନେବାକୁ ଲିଖିତ ପ୍ରତିଶ୍ରୁତି ଦେଇଥିଲେ । ଗୋଟାଏ ମାସ ବିତି ଯାଇଥିଲେ ବି କୌଣସି ସୁଫଳ ନ ମିଳିବାରୁ ଏହାର ପ୍ରତିବାଦରେ ମଙ୍ଗଳବାର ଲୋଇସିଂହା ଥାନା ଅନ୍ତର୍ଗତ ରୁଗୁଡିଖାଲଠାରେ ୨୬ ନଂ. ଜାତୀୟ ରାଜପଥରେ ବ୍ଲକ କୃଷକ ସଂଘ ସଭାପତି ରତ୍ନାକର ମିଶ୍ରଙ୍କ ଅଧ୍ୟକ୍ଷତାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ହକ୍‌ ପାଇଁ ଚାଷୀ ଅନିର୍ଦ୍ଦିଷ୍ଟ କାଳ ରାସ୍ତାରୋକୋ କରିବାକୁ ଚେତାବନୀ ଦେଇଥିଲେ । ରାତିରେ ଉପଜିଲାପାଳ କୁମାର ନାଗ ଭୂଷଣ, କୃଷି ବିଭାଗର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅଧିକାରୀ ସୁଧାକର ନନ୍ଦ, ପୋଲିସ ତୁଫାନ ବାଗ ଚାଷୀଙ୍କ ସହ ଆଲୋଚନା କରିଥିଲେ। ଘୋଷଣା କରିବା ଆମହାତରେ ନାହିଁ। ଆସନ୍ତା ୧୪ରେ ଏ ନେଇ ଆଉ ଏକ ବୈଠକ ରାଜ୍ୟ ସରକାର ରଖିଛନ୍ତି। ବାଦ୍‌ ପଡିଥିବା କେତେକ ପଞ୍ଚାୟତ ତାଲିକା ଭୁକ୍ତ ହେବା ସମ୍ଭାବନା ରହିଛି। ତେଣୁ ଚାଷୀମାନେ ଆନ୍ଦୋଳନରୁ ହଟି ଯିବାକୁ ଅଧିକାରୀ କହିଥିଲେ । ରାତି ସାଢ଼େ ୧୨ଟା ସୁଦ୍ଧା ବୁଝାଇ ନ ପାରି ଅଧିକାରୀ ଫେରି ଯାଇଥିଲେ । ରାତିରେ ଚାଷୀମାନେ ରାଜ ରାସ୍ତାରେ ବସିଥିଲେ। ଆନ୍ଦୋଲନ ଯୋଗୁ ରାଜପଥ ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକିଛି । ଯାତ୍ରୀମାନେ ହଟହଟା ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri