ଚାଷୀଙ୍କୁ ବୁଝାଇ ପାରିଲେନି ଅଧିକାରୀ

ଲୋଇସିଂହା, ୭।୯(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ସମେତ ଆଗଲପୁର ବ୍ଲକ ଅନ୍ତର୍ଗତ ନୁନିଆପାଲି, ଝରଣୀପାଲି, ବଡଟିକା, ନଅଗା (ଖ), ବେନ୍ଦ୍ରା, ପଟୁଆପାଲି, ସାଲେଭଟା ପଞ୍ଚାୟତରେ ଗତବର୍ଷ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଥିଲା । ୨୦୨୦-୨୧ ପ୍ରଧାନମନ୍ତ୍ରୀ ଫସଲ ବୀମାରେ କ୍ଷତିପୂରଣ ପାଇବାରୁ ବଞ୍ଚିତ ହୋଇଛନ୍ତି ଚାଷୀ। ସମ୍ପୃକ୍ତ ପଞ୍ଚାୟତର ଚାଷୀ କ୍ଷତିପୂରଣ ଦାବିରେ ଜୁଲାଇ ୨୬ରେ ରାସ୍ତାରୋକୋ କରିଥିଲେ । ଜିଲା କୃଷି ବିଭାଗର ୨ ଜଣ ଅଧିକାରୀ ଆସି ପଦକ୍ଷେପ ନେବାକୁ ଲିଖିତ ପ୍ରତିଶ୍ରୁତି ଦେଇଥିଲେ । ଗୋଟାଏ ମାସ ବିତି ଯାଇଥିଲେ ବି କୌଣସି ସୁଫଳ ନ ମିଳିବାରୁ ଏହାର ପ୍ରତିବାଦରେ ମଙ୍ଗଳବାର ଲୋଇସିଂହା ଥାନା ଅନ୍ତର୍ଗତ ରୁଗୁଡିଖାଲଠାରେ ୨୬ ନଂ. ଜାତୀୟ ରାଜପଥରେ ବ୍ଲକ କୃଷକ ସଂଘ ସଭାପତି ରତ୍ନାକର ମିଶ୍ରଙ୍କ ଅଧ୍ୟକ୍ଷତାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ହକ୍‌ ପାଇଁ ଚାଷୀ ଅନିର୍ଦ୍ଦିଷ୍ଟ କାଳ ରାସ୍ତାରୋକୋ କରିବାକୁ ଚେତାବନୀ ଦେଇଥିଲେ । ରାତିରେ ଉପଜିଲାପାଳ କୁମାର ନାଗ ଭୂଷଣ, କୃଷି ବିଭାଗର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅଧିକାରୀ ସୁଧାକର ନନ୍ଦ, ପୋଲିସ ତୁଫାନ ବାଗ ଚାଷୀଙ୍କ ସହ ଆଲୋଚନା କରିଥିଲେ। ଘୋଷଣା କରିବା ଆମହାତରେ ନାହିଁ। ଆସନ୍ତା ୧୪ରେ ଏ ନେଇ ଆଉ ଏକ ବୈଠକ ରାଜ୍ୟ ସରକାର ରଖିଛନ୍ତି। ବାଦ୍‌ ପଡିଥିବା କେତେକ ପଞ୍ଚାୟତ ତାଲିକା ଭୁକ୍ତ ହେବା ସମ୍ଭାବନା ରହିଛି। ତେଣୁ ଚାଷୀମାନେ ଆନ୍ଦୋଳନରୁ ହଟି ଯିବାକୁ ଅଧିକାରୀ କହିଥିଲେ । ରାତି ସାଢ଼େ ୧୨ଟା ସୁଦ୍ଧା ବୁଝାଇ ନ ପାରି ଅଧିକାରୀ ଫେରି ଯାଇଥିଲେ । ରାତିରେ ଚାଷୀମାନେ ରାଜ ରାସ୍ତାରେ ବସିଥିଲେ। ଆନ୍ଦୋଲନ ଯୋଗୁ ରାଜପଥ ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକିଛି । ଯାତ୍ରୀମାନେ ହଟହଟା ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୭ା୧୨ (ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri