ନାବାଳିକାଙ୍କୁ ଭେଟିଲେ ଅଧିକାରୀ

ବନ୍ତ,୧୧।୪(ଡି.ଏନ.ଏ.) ଏକ ପରିତ୍ୟକ୍ତ ବ୍ୟାଗ୍‌ରେ ଥିବା ବୋମା ଫୁଟି ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଟିଲୋ ପଞ୍ଚାୟତ ଦେବତାଗଢ଼ିଆ ଗ୍ରାମର ୩ ଆଦିବାସୀ ନାବାଳିକା ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ ବାସନ୍ତୀ ହଁାସଦା ନାମ୍ନୀ ନାବାଳିକା ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରବିବାର ବ୍ଲକ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।
ପ୍ରକାଶ ଯେ, ଗତ ମାର୍ଚ୍ଚ ୨୮ରେ ଟିଲୋ ତ୍ରିକୋଣା ଅଞ୍ଚଳରେ ଏକ ପୋଖରୀ ହୁଡ଼ାରେ ପଡ଼ିଥିବା ପରିତ୍ୟକ୍ତ ବ୍ୟାଗ୍‌ରେ ଥିବା ବୋମା ବିସ୍ଫୋରଣରେ ୩ ନାବାଳିକା ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ବାସନ୍ତୀ ଗତ ୫ ତାରିଖରେ ସୁସ୍ଥ ହୋଇ ଫେରିଛନ୍ତି। ଏହି ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଗତ ୪ ତାରିଖରେ ଜିଲାପାଳ ଓ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ରିପୋର୍ଟ ମାଗିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବିଡିଓ ଶୁଭଦର୍ଶନ ମିଶ୍ର, ସାମାଜିକ ସୁରକ୍ଷା ବିଭାଗ ଦାୟିତ୍ୱରେ ଥିବା ଅଧିକାରୀ ନିଶାକର ଖୁଣ୍ଟିଆ ବାସନ୍ତୀଙ୍କ ଘରକୁ ଆସି ତଦନ୍ତ କରି ଫେରିଛନ୍ତି। ତଦନ୍ତ ବେଳେ ଟିଲୋ ସରପଞ୍ଚ ସଂଗ୍ରାମ କେଶରୀ ଜେନା, ବ୍ଲକ କମ୍ପ୍ୟୁଟର ପ୍ରୋଗ୍ରାମର ମିତ୍ରଭାନୁ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?