ମଦ ଧରିବାକୁ ଯାଇ ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହେଲେ ଅଧିକାରୀ

ସାରସକଣା,୧୯ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ପାକଟିଆ ଗ୍ରାମର ଦିଘି କଲୋନୀ ସାହିଠାରେ ଅବକାରୀ ବିଭାଗ ମଦ ଚଢ଼ାଉ କରିବାକୁ ଯାଇଥିବା ସମୟରେ ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହୋଇଥିବାର ଥାନାରେ ଅଭିଯୋଗ ହୋଇଛି।

ଅଭିଯୋଗ ଅନୁଯାୟୀ, ଗୁରୁବାର ପାକଟିଆ ଗ୍ରାମ ଦିଘି କଲୋନୀସାହିଠାରେ କୁଳିଅଣା ଅବକାରୀ ବିଭାଗ ଓଆଇସି ଗିରିଶ ଚନ୍ଦ୍ର ପଣ୍ଡାଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇ ମଦ ଜବତ କରାଯାଇଥିଲା। ତେବେ ମଦ ଜବତ କରି ଫେରିବା ସମୟରେ ସେଠାକାର ଶତାଧିକ ମହିଳା ଓ ପୁରୁଷ ଠେଙ୍ଗାବାଡ଼ି ଧରି ପ୍ରତିବାଦ କରିବା ସହିତ ଅବକାରୀ ବିଭାଗର ଗାଡ଼ି ସମ୍ମୁଖରେ ପଥର ରଖି ଗାଡ଼ିକୁ ଅଟକାଇ ରଖିଥିଲେ। ଅବକାରୀ ବିଭାଗର ଗାଡ଼ି ଡ୍ରାଇଭରକୁ ନିସ୍ତୁକ ମାଡ଼ ମରାଯାଇଥିବା ନେଇ ବିଭାଗ ତରଫରୁ ଝାରପୋଖରିଆ ଥାନାରେ ଏତାଲା ଦିଆଯାଇଛି। ଗାଡ଼ିକୁ ଦୁଇ ଘଣ୍ଟା ଧରି ଅଟକ ରଖିବା ପରେ ଆପୋସ ବୁଝାମଣା କରି ଅଧିକାରୀମାନେ ସେଠାରୁ କୌଶଳକ୍ରମେ ଖସି ଆସିଥିଲେ। ଡ୍ରାଇଭରକୁ ମାଡ଼ ମାରିଥିବା ନେଇ ଝାରପୋଖରିଆ ଥାନାରେ ୧୭/୨୩ରେ ଏକ ମାମଲା ରୁଜୁ କରାଯାଇଥିବା ଥାନାଧିକାରୀ ଫନୀନ୍ଦ୍ର ଭୂଷଣ ନାଏକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?