ଅଧିକାରୀ କରୁଛନ୍ତି ପକ୍ଷପାତିତା

ଭୁବନ, ୧୮।୬(ଡି.ଏନ୍‌.ଏ.) ଉନ୍ନୟନମୂଳକ କାର୍ଯ୍ୟରେ ପ୍ରଶାସନିକ ଅଧିକାରୀ ପକ୍ଷପାତିତା କରୁଥିବା ଅଭିଯୋଗରେ ଶୁକ୍ରବାର ଢେଙ୍କାନାଳ ଜିଲା ଭୁବନ ବ୍ଲକ କାର୍ଯ୍ୟାଳୟରେ ବିଡିଓଙ୍କୁ ଘେରିଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଏହାକୁ ନେଇ ଚାପା ଉତ୍ତେଜନା ଦେଖାଦେଇଥିଲା। ବିଡିଓ ଆଶୀର୍ବାଦ ବେହେରା ଅଭିଯୋଗର ଅନୁଧ୍ୟାନ କରି ୭ଦିନ ମଧ୍ୟରେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେବାପରେ ସେମାନେ ଶାନ୍ତ ପଡ଼ିଥିଲେ।
ଅଭିଯୋଗ ଅନୁଯାୟୀ, ଯମୁନାକୋଟ, ସୁରପ୍ରତାପପୁର ଏବଂ ଦୟଣାବିଲ ପଞ୍ଚାୟତରେ ଭାଜପା ସମର୍ଥିତ ସରପଞ୍ଚ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଏସବୁ ପଞ୍ଚାୟତରେ ଉଦ୍ଦେଶ୍ୟମୂଳକ ଭାବେ ରାଶନ କାର୍ଡଧାରୀଙ୍କୁ ସାମଗ୍ରୀ ବଣ୍ଟନରେ ଅନିୟମିତତା ହେଉଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନରେ ପାତରଅନ୍ତର କରାଯାଉଛି। ଉନ୍ନୟନମୂଳକ କାର୍ଯ୍ୟରେ ବିଭାଗୀୟ ଅଧିକାରୀ ଅସହଯୋଗ କରୁଛନ୍ତି। ଏଭଳି ଏକାଧିକ ସମସ୍ୟା ସମ୍ପର୍କରେ ପୂର୍ବରୁ ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ସୁଫଳ ମିଳୁନାହିଁ। ଏହାର ପ୍ରତିବାଦରେ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଶତ୍ରୁଘ୍ନ ଜେନାଙ୍କ ନେତୃତ୍ୱରେ ପୂର୍ବତନ ଜିଲା ସଭାପତି ପ୍ରେମାନନ୍ଦ ଜେନା, ସୁରପ୍ରତାପପୁର ସରପଞ୍ଚ ସୁନି ସାମଲ, ଦୟଣାବିଲ ସରପଞ୍ଚ ରୋଜାଲିନ ଆଏଚ୍‌, ଯମୁନାକୋଟ ସରପଞ୍ଚ ରଞ୍ଜନ ବାରିକ, ବାରୁଅଁା (ବି) ପଞ୍ଚାୟତ ଭାଜପା ସଭାପତି ସଞ୍ଜୟ କୁମାର ଦାସ, ବରିଷ୍ଠ କର୍ମକର୍ତ୍ତା ଭଜମନ ସାମଲ ପ୍ରମୁଖ ବହୁ କର୍ମୀ ବିଡିଓଙ୍କୁ ତାଙ୍କ କାର୍ଯ୍ୟାଳୟରେ ଘେରିଥିଲେ। ଅପ୍ରୀତିକର ପରିସ୍ଥିତି ଉପୁଜିବା ଆଶଙ୍କାରେ ପୋଲିସ ପହଞ୍ଚତ୍ ବୁଝାଶୁଝା କରିବା ସହ ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲା। ଭାଜପା ନେତା ଏବଂ କର୍ମୀଙ୍କ ଅଭିଯୋଗକୁ ସକାରାତ୍ମକ ଭାବେ ବିଚାର କରାଯିବ। ୭ଦିନ ମଧ୍ୟରେ ଅନୁଧ୍ୟାନ କରି ସମସ୍ୟା ସମାଧାନ କରାଯିବ ବୋଲି ବିଡିଓ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri