ଜାହାଜ ମରାମତି ବେଳେ ଅଘଟଣ: ପୋତାଶ୍ରୟରେ ଖସି ଅଧିକାରୀଙ୍କ ଜୀବନ ଗଲା

ପାରାଦୀପ,୧୪ା୬(ଶରତ କୁମାର ରାଉତ): ପାରାଦୀପ ବନ୍ଦର ପୋତାଶ୍ରୟରେ ବୁଧବାର ସକାଳେ ଡିସିଆଇ(ଡ୍ରେଜିଂ କର୍ପୋରେଶନ ଇଣ୍ଡିଆ)ଜାହାଜରେ ଅଘଟଣ ଘଟିଛି। ଡ୍ରେଜିଂ ଜାହାଜ ୧୭ର ସେକେଣ୍ଡ ଅଫିସର ପାଣିରେ ବୁଡିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ଆଉ ଜଣେ ସି ମ୍ୟାନ (ନାବିକ) ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଶାଖାପାଟଣା, ନରଶିପାଟଣାମ ଥାନା ଅନ୍ତର୍ଗତ ଭେଙ୍କୁନାଇପେଟା ୩୯/୧୧୧ପ୍ଲଟ ବାସିନ୍ଦା ୟାଲୋସେଟ୍ଟି ଅଶୋକ (୩୦)। ଡିସିଆଇ ଡ୍ରେଜିଂ ଜାହାଜ ପୋତାଶ୍ରୟରେ କିଛି କାମ କରୁଥିବା ବେଳେ ଯାନ୍ତ୍ରିକ ତୃଟି ଦେଖା ଦେଇଥିଲା। ଏହାକୁ ସଜାଡିବା ପାଇଁ ଓ୍ବାଇ ଅଶୋକ ଓ ନାବିକ ତଳକୁ ଓହ୍ଲାଇବା ବେଳେ ପାଣିରେ ପଡ଼ିଯାଇଥିଲେ। ଅଶୋକ ସୁରକ୍ଷା ପୋଷାକ ପିନ୍ଧି ଥିବା ସତ୍ତ୍ୱେ ସେ ଲୁଣି ପାଣି ପିଇ ଦେଇଥିଲେ। ନାବିକ ବିନା ସୁରକ୍ଷା ପୋଷାକ ଯୋଗୁ ପହଁରିଥିଲେ। ଦୁଇଜଣଙ୍କୁ ଉଦ୍ଧାର କରି ତୁରନ୍ତ ପାରାଦୀପ ବନ୍ଦର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଅଶୋକଙ୍କୁ ମୃତ ଘୋଷଣା କରିଥିଲେ। ଆହତ ନାବିକଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ଏହାକୁ ନେଇ ଜାହାଜ କ୍ୟାପଟେନ ମେରାଇନ ଥାନାରେ ଅଭିଯୋଗ କରିବା ପରେ ପୋଲିସ ୪/୨୩ରେ ଅପମୃତ୍ୟୁ ମାମଲା ରୁଜୁ କରିଛି ଏବଂ ମୃତଦେହ ବ୍ୟବଚ୍ଛେଦ କରି ଚିକିତ୍ସାଳୟରେ ସଂରକ୍ଷିତ ରଖିଛି। ପରିବାର ଲୋକେ ପହଞ୍ଚିବା ପରେ ତାଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ଥାନାଧିକାରିଣୀ ଲିଜାରାଣୀ ବିଶ୍ବାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?