ଲେଫ୍ରିପଡ଼ା ବ୍ଲକ, ତହସିଲ, ଥାନା, ବିଭିନ୍ନ ବିଭାଗର କାର୍ଯ୍ୟାଳୟ କରାଗଲା ବିଶୋଧନ

ସୁନ୍ଦରଗଡ,୧।୫(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲାରେ କରୋନା ମହାମାରୀର ଦ୍ୱିତୀୟ ଲହର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଜିଲାର ପ୍ରତ୍ୟେକ ଗ୍ରାମରେ ସଂକ୍ରମଣ ମଧ୍ୟ ବଢୁଛି। ଜିଲାର ତଲସରା ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କୁ ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଶନିବାର ଭାଜପା ଜିଲା ସଭାପତି ତଥା ତଳସରା ବିଧାୟକ ଭବାନୀ ଶଙ୍କର ଭୋଇଙ୍କ ପ୍ରୟାସ କ୍ରମେ ବିଭିନ୍ନ ଅଞ୍ଚଳକୁ ବିଶୋଧନ କରାଯାଇଛି। ଏମ୍‌ସିଏଲ୍‌ କର୍ତ୍ତୃପକ୍ଷଙ୍କ ସହଯୋଗରେ ତଲସରା ନିର୍ବାଚନ ମଣ୍ଡଳୀର ଲେଫ୍ରିପଡ଼ା ବ୍ଲକ, ତହସିଲ ଅଫିସ, ଥାନା, ବିଭିନ୍ନ ବିଭାଗର କାର୍ଯ୍ୟାଳୟ, ସମସ୍ତ ଶିକ୍ଷାନୁଷ୍ଠାନ, ବସଷ୍ଟାଣ୍ଡ ସମେତ ଗ୍ରାମର ମୁଖ୍ୟ ରାସ୍ତା ସହ ବସ୍ତି ଓ ପଡ଼ା ଅଞ୍ଚଳକୁ ସକାଳଠାରୁ ବିଶୋଧନ କାର୍ଯ୍ୟ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଅଜୟ ପଟେଲ, ଏମ୍‌ପିଙ୍କ ବ୍ଲକ ପ୍ରତିନିଧି ଶ୍ରୀୟା ଚୌଧୁରୀ, ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଉଦିତ ନାଏକ, ଜିଲା କାର୍ଯ୍ୟକାରିଣୀ ତଥା ବିଧାୟିକାଙ୍କ ଟାଙ୍ଗରପାଲି ବ୍ଲକ ପ୍ରତିନିଧି ଅସୀମ ପଟେଲ, ଜିଲା କାର୍ଯ୍ୟକାରିଣୀ ସଭ୍ୟ ତଥା ବିଧାୟିକାଙ୍କ ପ୍ରତିନିଧି ବିମଲ ପଟେଲ, ଲେଫ୍ରିପଡ଼ା ମଣ୍ଡଳ ଯୁବ ମୋର୍ଚ୍ଚା ସଭାପତି କ୍ଷୀରୋଦ ସାହୁ, ବାଲିଶଙ୍କରା ବ୍ଲକର ଯୁବ ନେତା ସୁଶାନ୍ତ ପଟେଲ, ସ୍ଥାନୀୟ କାର୍ଯ୍ୟକର୍ତ୍ତା ଦୀକ୍ଷିତ ବହିଦାର, ଅନନ୍ତରାମ ପଟେଲ ପ୍ରମୂଖ ଉପସ୍ଥିତ ରହି ବିଶୋଧନ କାର୍ଯ୍ୟରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ

କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି କରିବାକୁ ଚାଷୀଙ୍କ ଦାବି, ବାକି ଅଛନ୍ତି…

ବଡ଼ଗାଁ,୨୭।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ବିକ୍ରି ପାଇଁ ଚାଷୀଙ୍କ ନାମ ପଞ୍ଜିକରଣ ପ୍ରକ୍ରିୟାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri