ତେଲ କମ୍ପାନୀ ପରିସରରେ ମାଟିି ଅତଡ଼ା ଖସିଲା

ମହାକାଳପଡ଼ା, ୬ା୧ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ଗଗୁଆ ଗଁା ଦେଇ ଭାରତୀୟ ତୈଳ ନିଗମର ପାରାଦୀପ-ହଳଦିଆ ପାଇପ୍‌ ଲାଇନ ଯାଇଛି। ଗଁା ନିକଟ ନିୟନ୍ତ୍ରଣ କକ୍ଷ ପରିସର ମଧ୍ୟରେ ଥିବା ଯାନ୍ତ୍ରିକ ସ୍ଥଳରେ ମଙ୍ଗଳବାର ପୂର୍ବାହ୍ନରେ ମାଟି ଖୋଳା ଯାଉଥିଲା। ଏହି ସମୟରେ ହଠାତ୍‌ ମାଟି ଅତଡା ଖସିଥିଲା। କାର୍ଯ୍ୟରତ ଶ୍ରମିକଙ୍କ ମଧ୍ୟରୁ ଜଣେ ଅତଡା ତଳେ ପୋତି ହୋଇ ଯାଇଥିଲେ। ଅନ୍ୟ ୫ ଶ୍ରମିକ ଅଳ୍ପକେ ବର୍ତ୍ତି ଯାଇଥିଲେ। ପୋତି ହୋଇଥିବା ଶ୍ରମିକଙ୍କୁ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ପ୍ରଥମେ ବାବର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ଶ୍ରମିକଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଶ୍ରମିକଙ୍କ ଘର ସ୍ଥାନୀୟ ଗୁଳୁଦିଆ ଗଁାରେ। ସେ ହେଲେ ଖଗେନ ମଣ୍ଡଳ (୫୫)। ଏହା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳର ଲୋକେ କମ୍ପାନୀ ନିୟନ୍ତ୍ରଣ କକ୍ଷ ପରିସରରେ ପହଞ୍ଚତ୍ ନାରାବାଜି କରିଥିଲେ। ମୃତକଙ୍କ ସ୍ତ୍ରୀ ସୀତାରାଣୀଙ୍କ ସମେତ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ ଧାରଣାରେ ବସି ରହିଥିଲେ। ମୃତ ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ସ୍ଥାନୀୟ ଲୋକ ଅଡି ବସିଛନ୍ତି। ଏ ନେଇ ଖଗେନଙ୍କ ପୁଅ କିଷ୍ଣପଦ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ମାମଲା (ନଂ. ୩/୨୧) ରୁଜୁ ହୋଇଛି। ଆଇଆଇସି ଜ୍ୟୋତିରଞ୍ଜନ ସ୍ବାଇଁ ଏକ ପୋଲିସ ଟିମ ସହ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଅପରପକ୍ଷେ କମ୍ପାନୀର ଉଚ୍ଚ କର୍ତ୍ତୃପକ୍ଷ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚତ୍ କ୍ଷତିପୂରଣ ଦେବାକୁ ଆଶ୍ୱାସନା ଦେଇଛନ୍ତି। ଖବର ଲେଖା ହେଲା ବେଳକୁ ପରିବାର ଲୋକେ ଓ ସ୍ଥାନୀୟ ବାସିନ୍ଦା ଧାରଣାରେ ବସି ରହିଛନ୍ତି। ବର୍ତ୍ତି ଯାଇଥିବା ଶ୍ରମିକମାନଙ୍କ ମଧ୍ୟରେ ଗୁଳୁଦିଆ ଗଁାର ଗୋପାଳ ମଣ୍ଡଳ ଓ ସୁନିଲ ମଣ୍ଡଳ ପ୍ରମୁଖ ଏହି କାର୍ଯ୍ୟରେ ନିୟୋଜିତ ଥିଲେ। ଅପରପକ୍ଷେ କାର୍ଯ୍ୟରେ ଲଗାଇଥିବା ଶ୍ରମିକମାନଙ୍କୁ କମ୍ପାନୀ କର୍ତ୍ତୃପକ୍ଷ ନିରାପତ୍ତା ସକାଶେ ସୁରକ୍ଷା ସରଞ୍ଜାମ, ହେଲ୍‌ମେଟ, ସେଫ୍ଟି ଜୋତା, ଲାଇଫ୍‌ ଜ୍ୟାକେଟ ଆଦି ଯୋଗା ଯାଇ ନ ଥିବା ଶ୍ରମିକମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri