ଆଜି ଯାଏ ମିଳିନି ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭଙ୍ଗା ଘରେ ମୁଣ୍ଡ ଗୁଞ୍ଜିଛନ୍ତି ବୃଦ୍ଧ ଦମ୍ପତି

ଦାରିଙ୍ଗବାଡ଼ି,୧ା୧୦(ଅରୁଣ ସାହୁ): ସରକାରଙ୍କ ମାଳମାଳ ଯୋଜନା ସେଥିମଧ୍ୟରୁ କିଛି ପ୍ରକୃତ ହିତାଧିକାରୀ ବାଦ୍‌ ପଡ଼ିଯାଉଛନ୍ତି। ସରକାରୀ ଯୋଜନା ପାଇଁ ବାରମ୍ବାର କାର୍ଯ୍ୟାଳୟକୁ ଦୌଡ଼ି ନୟାନ୍ତ ହେଲା ପରେ ଯୋଜନାକୁ ନ ଚାହିଁ ଭାଗ୍ୟକୁ ଆଦରି ପଡ଼ି ରହୁଛନ୍ତି।

ଏଭଳି ଘଟଣା ନିଚ୍ଛକ ଉଦାହରଣ ଦେଖିବାକୁ ମିଳିଛି ପର୍ତ୍ତମାହା ପଞ୍ଚାୟତ ସାଲେଜୁ ଗ୍ରାମର ଷ୍ଟେପାନ ନାୟକ ଓ ତାଙ୍କ ସ୍ତ୍ରୀ ଆଦିଲିନାଙ୍କ କ୍ଷେତ୍ରରେ। ସେମାନଙ୍କ ବୟସ ପାଖାପାଖି ୭୦ ଛୁଇଁଲାଣି ହେଲେ ସରକାରୀ ସାହାଯ୍ୟ କହିଲେ ସେମାନଙ୍କୁ ମିଳୁଛି ବାର୍ଦ୍ଧକ୍ୟ ଭତ୍ତା। ହେଲେ ମୁଣ୍ଡ ଗୁଞ୍ଜିବାକୁ ସେମାନଙ୍କୁ ଭଲ ପକ୍କା ଘରଟିଏ ମିଳିନି ଭଙ୍ଗା ଦଦରା ଘରେ ଜୀବନ ବିତାଉଛନ୍ତି। ଗୋଟିଏ ଛୋଟିଆ ବଖରାରେ ଶୋଇବା, ଖାଇବା ବସା ଉଠା କରିବା ସହ ନିଜ ଚଳଣି ସାମଗ୍ରୀ ରଖିବାକୁ ପଡୁଛି ଆଉ ନିଜ ପିଣ୍ଡା ତାଙ୍କର ଦିନରାତି ସମୟ କାଟିବା ପାଇଁ ଏକ ମାତ୍ର ସ୍ଥାନ। ୩ଟି ପୁଅ ଅଛନ୍ତି ସତ କିନ୍ତୁ ସମସ୍ତେ ଅଲଗା ରୁହନ୍ତି ଗୋଟିଏ ପୁଅ ରାଜ୍ୟ ବାହାରେ କାମ କରୁଥିବା ବେଳେ ଅନ୍ୟମାନେ ଗାଁରେ ଅଲଗା ରହୁଛନ୍ତି ପୁଅ ବୋହୁ କେବଳ ଖାଇବାକୁ ଦେଉଛନ୍ତି ସତ କିନ୍ତୁ ବୃଦ୍ଧ ଦମ୍ପତିିଙ୍କୁ ମୁଣ୍ଡ ଗୁଞ୍ଜିବାକୁ ଘର ଖଣ୍ଡେ କରିବା କୌଣସି ପୁଅର ଆର୍ଥିକ ଅବସ୍ଥା ଭଲ ନାହିଁ ସେମାନେ ମଧ୍ୟ ସେହିଭଳି ଭଙ୍ଗା ଦଦରା ଘରେ ରହୁଛନ୍ତି କେବଳ ସେମାନେ କାହିଁକି ଉକ୍ତ ଗାଁର ପ୍ରାୟ ଷାଠିଏରୁ ଊର୍ଦ୍ଧ୍ୱ ପରିବାର ଭଙ୍ଗା ଦଦରା ଘର ହିଁ ଭରସା ବୋଲି କୁହନ୍ତି ସେମାନେ ସରକାରଙ୍କୁ ନିବେଦନ କରିଛନ୍ତି ବୃଦ୍ଧ ଦମ୍ପତିଙ୍କୁ ଘର ଖଣ୍ଡିଏ ଯୋଗାଇଦେଲେ ଶେଷ ସମୟ ଟିକକ ଖୁସିରେ କଟିବ ବୋଲି ଅଞ୍ଚଳବାସୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri