ପ୍ରେମରେ ଫସାଇ ମହିଳାଙ୍କୁ ଘରେ ଆଣି ରଖିଥିଲେ ବୃଦ୍ଧ, ପିଟିପିଟି କଲେ ହତ୍ୟା

କୁଆଁରମୁଣ୍ଡା,୨ା୩(ମହେନ୍ଦ୍ର କୁମାର ସାହୁ): ସ୍ତ୍ରୀଙ୍କ ମୃତ୍ୟୁ ପରେ ଅନ୍ୟ ଜଣେ ବିଧବା ମହିଳାଙ୍କୁ ଭଲ ପାଇ ଗତ ୧ ବର୍ଷ ହେଲା ନିଜ ଘରେ ରଖି ଆସୁଥିବା ଜଣେ ବ୍ୟକ୍ତି ଠେଙ୍ଗାରେ ପିଟି ପିଟି ମାରିଦେଇଛନ୍ତି। ଏହି ଘଟଣା ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ଜଳଙ୍ଗବିରା ଗ୍ରାମର ଗନ୍ଦୁରାଟୋଲିରେ ଘଟିଥିବା ବେଳେ ଶନିବାର ସକାଳୁ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଅଭିଯୁକ୍ତ ସାମୁଏଲ(୬୦)ଙ୍କୁ ପୋଲିସ ଗିରଫ କରିବା ସହ ଘଟଣା ସମ୍ପର୍କରେ ଅଧିକ ପଚରାଉଚରା ଚଳାଇଛି। ଏ ନେଇ ବୀରମିତ୍ରପୁର ଥାନାରେ କେସ୍‌ ନଂ ୯୮/୨୪ରେ ଏକ ମାମଲା ରୁଜୁ କରାଯାଇଛି ବୋଲି ବୀରମିତ୍ରପୁର ଆଇଆଇସି ବନ୍ଦନା ପାତ୍ର ସୂଚନା ଦେଇଛନ୍ତି। ମୃତ ମହିଳା ହେଉଛନ୍ତି ଫୁଲମଣି ସଏ(୫୫)। ଏହାସହ ଅଭିଯୁକ୍ତ ସାମୁଏଲଙ୍କୁ ଶନିବାର କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ପାତ୍ର ସୂଚନା ଦେଇଛନ୍ତି। ରାଉରକେଲାରୁ ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ହତ୍ୟାରେ ବ୍ୟବହୃତ ଠେଙ୍ଗାକୁ ଜବତ କରି ଘଟଣାର ଯାଞ୍ଚ ଚଳାଇଛି।


ଆଇଆଇସି ପାତ୍ରଙ୍କ ସୂଚନାନୁଯାୟୀ, ମୃତ ଫୁଲମଣିଙ୍କ ଘର ବିଶ୍ରା ଥାନା ଅଞ୍ଚଳରେ ହୋଇଥିବା ବେଳେ ସେ ପୂର୍ବରୁ କୁମଝରିଆ ପଞ୍ଚାୟତର ଲାସେରେ ବିବାହ କରିଥିଲେ। ପ୍ରଥମ ସ୍ବାମୀଙ୍କ ମୃତ୍ୟୁ ଓ କୌଣସି ସନ୍ତାନ ନ ଥିବା ଜାଣି ଫୁଲମଣିଙ୍କୁ ସାମୁଏଲ ପ୍ରେମରେ ଫସାଇ ଗତ ୧ ବର୍ଷ ହେଲା ନିଜ ଘରେ ରଖିଥିଲେ। ସାମୁଏଲଙ୍କର ଜଣେ ବିବାହିତ ଝିଅ ଥିବା ବେଳେ ତାଙ୍କର ସ୍ତ୍ରୀଙ୍କର କିଛି ବର୍ଷ ତଳେ ମୃତ୍ୟୁ ହୋଇଯାଇଥିବା ବେଳେ ଏବେ ସେ ଫୁଲମଣିଙ୍କୁ ନିଜ ପାଖରେ ରଖିଥିଲେ। ହେଲେ ଫୁଲମଣିଙ୍କୁ ପିଟି ମାରିବା ପଛରେ କୌଣସି ସ୍ପଷ୍ଟ ସୂଚନା ମିଳି ନ ଥିବା ବେଳେ ଗତ କିଛି ଦିନ ହେଲା ଉଭୟଙ୍କ ମଧ୍ୟରେ ପ୍ରାୟ ବଚସା ହେଉଥିଲା। ୩ ଦିନ ତଳେ ଫୁଲମଣି ମୃତ ପୂର୍ବ ସ୍ବାମୀଙ୍କ ଘରକୁ ପଳାଇ ଆସିଥିଲେ। ଏହା ଜାଣି ସାମୁଏଲ ତାଙ୍କୁ ସେଠାରୁ ପୁଣି ବୁଝାଇ ନିଜ ଘରକୁ ନେଇଥିଲେ। ହେଲେ ଶୁକ୍ରବାର ରାତିରେ ଉଭୟଙ୍କ ମଧ୍ୟରେ ବଚସା ହେଉଥିବା ସ୍ଥାନୀୟ ବାସିନ୍ଦାଙ୍କ ଠାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?