ବୃଦ୍ଧଙ୍କୁ ଧକ୍କା ଦେଲା କାର୍‌

ଛତ୍ରପୁର,୧୬।୫(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ କାଳିଆବାଲି ଛକ ଠାରେ ଏକ କାର ଧକ୍କାରେ ବୃଦ୍ଧ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ୨ଟା ସମୟରେ ଏକ କାର ଧକ୍କାରେ ଜଣେ ବୃଦ୍ଧ ଆହତ ହୋଇଛନ୍ତି। ଆହତ ବୃଦ୍ଧ ଜଣକ ହେଲେ କଣମଣା ଗ୍ରାମର ପୂର୍ଣ୍ଣଚନ୍ଦ୍ର ସାହୁ। ଗୋପାଳପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା (ନମ୍ବର ଓଡି୦୨ ସିଏଲ ୫୯୧୧) ଏକ କାର ବ୍ରହ୍ମପୁରରୁ କଣମଣା ଅଭିମୁଖେ ଯାଉଥିବା ପୂର୍ଣ୍ଣଚନ୍ଦ୍ରଙ୍କୁ ଧକ୍କା ଦେଇଥିଲେ। ଫଳରେ ବୃଦ୍ଧ ଜଣକ ରାସ୍ତାରେ ପଡି ଯାଇଥିଲେ। ଘଟଣାର ଖବର ପାଇ ଏନଏଚ ପାଟ୍ରୋଲିଙ୍ଗ ଗାଡିର ଏସପିଓ ନୀଳାଞ୍ଚଳ ସେଠୀ ଘଟଣାସ୍ଥଳରେ ପହଞ୍ଚି ବୃଦ୍ଧଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଛତ୍ରପୁର ମେଡିକାଲକୁ ଆଣିଥିଲେl


Enter your email to get our daily news in your inbox.

All Right Reserved By Dharitri.Com

ପାରମ୍ପରିକ ବାଦ୍ୟ, ନୃତ୍ୟରେ ନବ ନିର୍ବାଚିତ ଏମ୍‌ପିଙ୍କୁ ପାଛୋଟିନେଲେ

ରାଇକିଆ,୧୭।୬(ପ୍ରଦୀପ ବେହେରା): କନ୍ଧମାଳ ନବ ନିର୍ବାଚିତ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ କନ୍ଧମାଳ ଗସ୍ତ ଅବସରରେ ରାଇକିଆଠାରେ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ବେରେଡାକିଆ ଛକଠାରୁ ପାରମ୍ପରିକ ବାଦ୍ୟ...

କେନ୍ଦୁଝରରେ ସକାଳୁଆ ସ୍କୁଲ: ଜିଲାପାଳ

କେନ୍ଦୁଝର,୧୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର କେନ୍ଦୁଝର ଜିଲାରେ ସମସ୍ତ ସ୍କୁଲ ଖୋଲିବ। ଖରା ଦିନ ଛୁଟି ପରେ ସ୍କୁଲ ଖୋଲୁ ଥିବାରୁ ପିଲାଙ୍କ ମଧ୍ୟରେ ଉତ୍ସାହ...

ବରଗଡ଼ରେ ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ)): ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିଥିବା ଯୋଗୁ ବରଗଡ ଜିଲା ସ୍କୁଲଗୁଡ଼ିକରେ ଖରାଛୁଟିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି।...

ମୁଖ୍ୟମନ୍ତ୍ରୀଙ୍କୁ ଫଟୋଚିତ୍ର ପ୍ରଦାନ କଲେ ଛାତ୍ର

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ପାଇକ ସାହିର ଭଗବାନ ସାହୁଙ୍କ ପୁଅ ତଥା ସୋରଡ଼ା ଶଶୀଭୂଷଣ ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଶୁଭମ୍‌...

ଜମିରେ କରୁଥିଲେ କାମ: ବଜ୍ରପାତରେ ଚାଲିଗଲା ଜୀବନ

କୋରାପୁଟ/ନାରାୟଣପାଟଣା,୧୭।୬(ଅମିତାଭ ବେହେରା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ସଲପଗୁଡ଼ା ଗ୍ରାମରେ ସୋମବାର ବର୍ଷା ପବନ ସହ ଘଡଘଡି ହୋଇ ବଜ୍ରପାତ ଘଟିଛି। ବଜ୍ରପାତରେ ଜଣେ ଚାଷୀଙ୍କ...

ବିଦ୍ୟୁତ୍‌ ଖୁଣ୍ଟରେ ପିଟିହେଲା ବାଇକ୍‌: ଚାଲିଗଲା ଚାଳକଙ୍କ ଜୀବନ

ଥୁଆମୁଳ ରାମପୁର:୧୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଳକ ସ୍ଥିତ କର୍ଲାପାଟ ଥାନା ଅଞ୍ଚଳରେ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ...

ପ୍ରଥମଥର କଟକ ଗସ୍ତରେ ଯାଇ ଏମିତି ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

କଟକ, ୧୭।୬(ଶିଳ୍ପା ପ୍ରିୟଦର୍ଶିନୀ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କଟକ ଗସ୍ତରେ ଆସି ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ...

ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ବାଲେଶ୍ବର ଅଫିସ, ୧୭।୬- ବାଲେଶ୍ୱର ସହର ସ୍ଥିତ ଭୁଜାଖିଆ ପୀର ନିକଟସ୍ଥ ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ ହୋଇଛି। ସ୍ଥାନୀୟ ଗାଁ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri