ନିଖୋଜ ଥିଲେ ବୃଦ୍ଧ, ଆଜି କୂଅରେ ଭାସୁଛି ମୃତଦେହ

ପାଟଣା,୨୭ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପଶି ପଞ୍ଚାୟତ କାଶୀପୁର ଗ୍ରାମର ଏକ ପରିତ୍ୟକ୍ତ କୂଅ ଭିତରୁ ଗୁରୁବାର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଉଛନ୍ତି କାଶୀପୁର ଗ୍ରାମର କ୍ଷମାନନ୍ଦ ନାଏକ। ସେ ବୁଧବାର ଘରୁ ନିଖୋଜ ଥିଲେ। ଆଜି ସକାଳୁ କୂଅରେ ମୃତଦେହ ଭାସୁଥିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ତୁରୁମୁଙ୍ଗା ପୋଲିସ ପକ୍ଷରୁ ଏଏସ୍‌ଆଇ ନରେଶ ଓରାମ ଓ ଅଗ୍ନିଶମ ବାହିନୀ ପହଞ୍ଚି କୂଅ ଭିତରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ମୃତ୍ୟୁର ପ୍ରକୃତ କାରଣ ଜଣା ପଡ଼ି ନ ଥିବା ବେଳେ ତୁରୁମୁଙ୍ଗା ପୋଲିସ ଘଟଣାର ତଦନ୍ତ କରୁଛି।