ବୃଦ୍ଧ କାଳେ ଯୌନ ପୀପାସୁ ହେଲା କାଳ, ନାବାଳିକାଙ୍କୁ ବଳାତ୍କାର କରି…

କଟକ,୧୩ା୫(ପ୍ରଭୁକଲ୍ୟାଣ ପାଲ୍‌): ବୃଦ୍ଧ କାଳେ ଯୌନ ପୀପାସୁ ହେବା କାଳ। ଚକୋଲେଟ୍‌ ଦେଇ କରିଥିଲେ ନୃଶଂସତା। ନାବାଳିକାଙ୍କୁ ବଳାତ୍କାର ମାମଲାରେ ୬୧ ବର୍ଷୀୟ ଆସମୀକୁ ସଜା ଶୁଣାଇଲେ କଟକ ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌-୨ ଅଦାଲତ। ଅଭିଯୁକ୍ତ ଅଶୋକ କୁମାର ବେହେରାଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସଜା ଶୁଣାଇଛନ୍ତି କୋର୍ଟ। ଜରିମାନା ବାବଦ ୨୦,୦୦୦ ଟଙ୍କା ନିର୍ଦେଶ ଦେଇଛନ୍ତି କୋର୍ଟ। ଏହାବ୍ୟତୀତ ଜରିମାନା ଅନାଦେୟ ଦୁଇ ବର୍ଷ ଅଧିକ କାରାଦଣ୍ଡାଦେଶ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କ୍ଷତିପୂରଣ ବାବଦ ନାବାଳିକାଙ୍କୁ ୩ ଲକ୍ଷଟଙ୍କା ଦେବା ପାଇଁ ଜିଲା ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

ମାମଲାରୁ ପ୍ରକାଶ ଯେ, ୨୦୨୫ ଡିସେମ୍ବର ୧୫ରେ କଟକ ବାଦାମବାଡ଼ି ଅଞ୍ଚଳରେ ଘଟିଥିଲା ଏହି ସମ୍ବେଦନଶୀଳ ଘଟଣା। ମାତାପିତାଙ୍କ ଅନୁପସ୍ଥିତ ସମୟରେ ନାବାଳିକା ଘରେ ଖେଳୁଥିଲାବେଳେ ତାଙ୍କ ଘରୁ ଚତୁରତାର ସହ ନେଇ ନିଜ ଘରେ ବଳାତ୍କାର କରିଥିଲା ଆସାମୀ। ଏହାପରେ ଘରେ ଖୋଜାଖୋଜି କରିବା ପରେ ନାବାଳିକା ଆସାମୀ ଘରୁ ଉଦ୍ଧାର ହୋଇଥିଲେ। ଧିରେଧିରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଏହା ବଳାତ୍କାର ବୋଲି ସ୍ପଷ୍ଟ ହୋଇଥିଲା। ଏହାପରେ ପରିବାର ଲୋକେ ସ୍ଥାନୀୟ ଥାନାରେ ଏତଲା ଦେବା ପରେ ତଦନ୍ତ ଆଧାରରେ ଅନେକ ପ୍ରମାଣ ହସ୍ତଗତ କରିଥିଲା ପୋଲିସ। ଏହା ପରେ ସିଧାସଳଖ ଅଭିଯୁକ୍ତ ଅଶୋକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ପୋଲିସ। ଆଜି ସମସ୍ତ ସାକ୍ଷ୍ୟ ଓ ପ୍ରମାଣ ଆଧାରରେ ଆସାମୀ ଅଶୋକ କୁମାର ବେହେରାଙ୍କୁ କାରାଦଣ୍ଡ ଶୁଣାଇଛନ୍ତି ଅଦାଲତ। ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ମିହିର ଶେଖର ସାହୁ ମାମଲା ପରିଚାଳନା କରୁଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri