ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ ହେଲେ ୧୧୦ ବର୍ଷର ବଟ ମଲ୍ଲିକ। ସେ ତାଙ୍କର ବିଧବା ବୋହୂ, ନାତୁଣୀ ଜ୍ବାଇଁଙ୍କ ସହିତ ଘରେ ଥିଲେ। ସକାଳୁ ବଟଙ୍କ ଝୁଲନ୍ତା ଶରୀର ଘର ପଙ୍ଖାରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ବୋହୂଙ୍କ ମୁଣ୍ଡ ଫାଟି ଥିବା ବେଳେ ଘର ଆଗରେ କୁରାଢ଼ି ପଡ଼ିଥିବା ଦେଖିବାକୁ ମିଳିଛି।

ବୋହୂଙ୍କ ବୟାନ ଅନୁସାରେ, ଶ୍ୱଶୁର ବଟ ତାଙ୍କ ମୁଣ୍ଡକୁ କୁରାଢ଼ିରେ ହାଣି ଆତ୍ମହତ୍ୟା କରିଛନ୍ତି। ଯେଉଁ ପଙ୍ଖାରେ ବଟ ଝୁଲୁଥିବା ଅବସ୍ଥାରେ ଦେଖିବାକୁ ମିଳିଛି ସେହି ପଙ୍ଖା ପାଖକୁ ଜଣେ ବୃଦ୍ଧ ଚଢ଼ିବା ଏକପ୍ରକାର ଅସମ୍ଭବ ବୋଲି କୁହାଯାଉଛି। ଘଟଣାସ୍ଥଳରେ ଲକ୍‌ ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆହତ ବୋହୂ ଏବେ କୁଜଙ୍ଗ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।

ସୂଚନା ଥାଉକି, ମୃତକ ବଟଙ୍କ ଏକମାତ୍ର ପୁଅର କିଛି ବର୍ଷ ତଳେ ପରଲୋକ ଘଟିଛି। ତାଙ୍କର ନାତି ଏବେ ବାହାରେ ଚାକିରି କରୁଥିବା ଜଣାପଡ଼ିଛି। ବୃଦ୍ଧ ବଟଙ୍କୁ ଗତ ୨୦୨୪ ସାଧାରଣ ନିର୍ବାଚନରେ ଜିଲା ପ୍ରଶାସନ ପକ୍ଷରୁ ଶତାୟୁ ଭୋଟର ଭାବେ ସମ୍ମାନିତ କରାଯାଇଥିଲା। ସେ ୩୫୦୦ ଟଙ୍କା ଭତ୍ତା ପାଉଥିଲେ। ନାତୁଣୀଙ୍କ ସନ୍ତାନ ନାମରେ ଘର ଜମି ବାଡ଼ି କରିବା ପାଇଁ ତାଙ୍କ ଉପରେ ଚାପ ପକାଯାଉଥିଲା। ସେଥିପାଇଁ ସେ ରାଜି ହେଉ ନ ଥିଲେ। ଏହି ହତ୍ୟା ପଛରେ ସେହି ସମ୍ପତ୍ତି ଲୋଭ ବୋଲି କୁହାଯାଉଛି। ରିପୋର୍ଟ ଲେଖା ହେବା ସୁଦ୍ଧା ମାମଲା ରୁଜୁ ହୋଇନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?