ପାଟଣା,୧୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ବଲାଣିପଶି ଜହ୍ନେଇ ନାଳକୁ ମଙ୍ଗଳବାର ଅପରାହ୍ନରେ ଗାଧୋଇବାକୁ ଯାଇ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କ ପରଲୋକ ଘଟିଛି। ସେ ହେଲେ ଉକ୍ତ ପଞ୍ଚାୟତ ପୁରୁଣିଆ ଗ୍ରାମର ତନୁରାମ ମହାନ୍ତ।
ସୂଚନାନୁଯାୟୀ, ତନୁରାମ ପୁରୁଣିଆରୁ ବଲାଣିପଶିସ୍ଥିତ ଶ୍ୱଶୁର ଘରକୁ ଏକ ଶୁଦ୍ଧି କ୍ରିୟାରେ ଯୋଗ ଦେବାକୁ ଯାଇଥିଲେ। ମଙ୍ଗଳବାର ବଲାଣିପଶି ଜହ୍ନେଇ ନାଳରେ ପୋଲ ନିର୍ମାଣ ପାଇଁ ବନ୍ଧା ଯାଇଥିବା ବନ୍ଧକୁ ଗାଧୋଇବାକୁ ଯାଇଥିବା ବେଳେ ଅସାବଧାନତା ବଶତଃ ସେ ବୁଡି ଯାଇଥିଲେ। ଖବର ପାଇ ପାଟଣା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ତନୁରାମଙ୍କୁ ଉଦ୍ଧାର କରିଥିଲେ ହେଁ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ତୁରୁମୁଙ୍ଗା ଥାନାରେ (କେସ୍ ନଂ. ୫/୨୧) ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।
Posted inଆମ ଜିଲା ଖବର, କେନ୍ଦୁଝର View All
ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ
ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…
ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ
ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…
ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…
ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା
ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…
ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ
ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…
ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ
ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…
ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍ ସିଲିଣ୍ଡର, ଜବତ କରି ଉପଜିଲାପାଳ…
ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍ ସିଲିଣ୍ଡର୍କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…
ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…
ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…
Archives

