ତାଲିକାରୁ କାଟିଦେଲେ ବୃଦ୍ଧଙ୍କ ଗାଁ

କାମାକ୍ଷାନଗର, ୨ ।୪ (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଦଶିପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଯୋଜନାରେ ତାଲିକାଭୁକ୍ତ ହିତାଧିକାରୀଙ୍କୁ ବାଦ୍‌ଦେଇ ଚଞ୍ଚକତା କରି ଅନ୍ୟଜଣଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ଏ ନେଇ ୮୦ ବର୍ଷୀୟ ବୃଦ୍ଧ ଗିରିଆ ନାଏକ ବିଡିଓଙ୍କ ଦ୍ୱାରସ୍ଥ ହୋଇ ନ୍ୟାୟ ଭିକ୍ଷା କରିଛନ୍ତି। ଏଥିସହ ଏଭଳି ବେଆଇନ କାର୍ଯ୍ୟ ସମ୍ପର୍କରେ ଜିଲାପାଳ, ଉପଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ ମଧ୍ୟ କରିଛନ୍ତି।
ଗିରିଆଙ୍କ କହିବା କଥା, ୨୦୧୮-୧୯ବର୍ଷରେ ଆଇଡି ନଂ. ଓଆର୍‌-୩୩୬୮୭୮୭ ଅନୁଯାୟୀ ତାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦେଶ ମିଳିଥିଲା। ସେହି ସମୟରେ ଦାୟିତ୍ୱରେ ଥିବା ଅଧିକାରୀ ତାଙ୍କ ନାମକୁ କୌଶଳକ୍ରମେ କାଟି ଗ୍ରାମର ଅନ୍ୟଜଣଙ୍କୁ ୨ କିସ୍ତିରେ ଯଥାକ୍ରମେ ୨୦ ହଜାର ଏବଂ ୫୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଫଳରେ ଯୋଗ୍ୟତା ଥିବା ସତ୍ତ୍ୱେ ସେ ବାସଗୃହ ପାଇବାରୁ ବଞ୍ଚତ୍ତ ହୋଇଥିବା କହିଛନ୍ତି। ଗିରିଆ ହେଉଛନ୍ତି ଅନୁସୂଚିତ ଜାତିବର୍ଗର। ବୟସର ସାୟାହ୍ନରେ ଘର ନିର୍ମାଣ କରିବା ତାଙ୍କ ପକ୍ଷେ ସମ୍ଭବ ନୁହେଁ। ତେଣୁ ସେ ପରିବାର ଲୋକଙ୍କୁ ନେଇ ଝାଟିମାଟି ଘରେ ମୁଣ୍ଡ ଗୁଞ୍ଜିଛନ୍ତି। ସାମାନ୍ୟ ବର୍ଷା ହେଲେ ତାଙ୍କୁ ପରଦୁଆରେ ଆଶ୍ରୟ ନେବାକୁ ପଡୁଛି। ଦୀର୍ଘ ୪ବର୍ଷ ହେଲା ସେ ବାରମ୍ବାର ବ୍ଲକ ପ୍ରଶାସନର ଦ୍ୱାରସ୍ଥ ହୋଇ ଗୁହାରି କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଅଧିକାରୀଙ୍କ ଚଞ୍ଚକତା ପାଇଁ ଜଣେ ଯୋଗ୍ୟ ହିତାଧିକାରୀ ହକ୍‌ରୁ ବଞ୍ଚତ୍ତ ହେଉଥିବାବେଳେ ଏହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଗିରିଆ ଏବଂ ତାଙ୍କ ପରିବାର ସଦସ୍ୟ।
ଏ ନେଇ ବିଡିଓ ବୁଲ୍‌ବୁଲ୍‌ ବେହେରା କୁହନ୍ତି, ସେ ନୂତନ ଭାବେ ବ୍ଲକର ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କ ଯୋଗଦାନ ପୂର୍ବରୁ ଏହି ଘଟଣା ଘଟିଛି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଟଙ୍କା ଫେରାଇବା ପାଇଁ ନୋଟିସ୍‌ କରାଯାଇଛି। ତଦନ୍ତ ପରେ ପ୍ରକୃତ ରହସ୍ୟ ଉନ୍ମୋଚନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri