ସତ୍ୟବାଦୀ ହାଇସ୍କୁଲର ପୁରୁଣା ଛାତଘର ଭଙ୍ଗାଯିବ

ସାକ୍ଷୀଗୋପାଳ,୧୦। ୮(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ବନ ବିଦ୍ୟାଳୟର ଗାରିମା ବହନ କରୁଥିବା ଐତିହାସିକ ସତ୍ୟବାଦୀ ହାଇସ୍କୁଲର ପୁରାତନ ଛାତ ଘରକୁ ସମ୍ପୂର୍ଣ୍ଣ ଭଙ୍ଗାଯାଇ ପୁଣିଥରେ ନିର୍ମାଣ କରାଯିବ। ନିକଟରେ ୫-ଟି ଯୋଜନାରେ ସତ୍ୟବାଦୀ ହାଇସ୍କୁଲ ରୂପାନ୍ତରିତ ହୋଇଥିଲା। ହେଲେ ନବୀକରଣ ର କିଛି ମାସ ପରେ ଉକ୍ତ ସ୍କୁଲର ପ୍ରତ୍ୟେକ ରୁମର ଛାତରୁ ବାରମ୍ବାର ପ୍ଲାଷ୍ଟର ଖସିବା ସହ ସିଲିଂ ଓ କେତେକ ସ୍ଥାନରେ କାନ୍ଥ ଫାଟିଛି ତ ପୁଣି ଉପଯୁକ୍ତ ଝରକା କବାଟ ନଥିବାରୁ ଶ୍ରେଣୀ ଗୃହ ସମେତ ଅଫିସ କାର୍ଯ୍ୟାଳୟରେ ସାପ ପଶୁଥିବାର ସ୍କୁଲ କର୍ତ୍ତୃପକ୍ଷ ବାରମ୍ବାର ଅଭିଯୋଗ କରିଥିଲେ। ଏହି ସବୁ ସମସ୍ୟାକୁ ନେଇ ପ୍ରଧାନ ଶିକ୍ଷକଙ୍କ ସମେତ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରୀଛାତ୍ର ଭୟରେ ରହୁଥିଲେ। ଏହି ଘଟଣାକୁ ଗୁରୁତର ଭାବେ ଗ୍ରହଣ କରି ବୁଧବାର ବିଧାୟକ ଉମାକାନ୍ତ ସାମନ୍ତରାୟ, ଉପଜିଲାପାଳ ଭବତାରଣ ସାହୁଙ୍କ ସହିତ ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକାରୀ ଶଶୀଭୂଷଣ ମହାନ୍ତି, ତହସିଲଦାର ଜୟନ୍ତ କୁମାର ଜୟସିଂ, ବିଡିଓ ଲୋଚନ ଦାସ ପ୍ରମୁଖଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀ ବୁଧବାର ସ୍କୁଲରେ ପହଞ୍ଚି ୫-ଟିରେ ନବୀକରଣ କରାଯାଇଥିବା ସମସ୍ତ ନିର୍ମାଣ କାର୍ଯ୍ୟ ଓ ବିଲ୍ଡିଂର ଛାତକୁ ଦେଖିଥିଲେ। ପରେ ଏ ସମସ୍ୟାକୁ ଗମ୍ଭୀରତାର ସହ ନେଇ ସ୍କୁଲର କାର୍ଯ୍ୟାଳୟରେ ଦୀର୍ଘ ସମୟ ବିଚାର ବିମର୍ଷ କରାଯିବା ପରେ ପୁରା ବିଲ୍ଡିଂକୁ ସମ୍ପୂର୍ଣ୍ଣ ଭଙ୍ଗାଯାଇ ବର୍ତ୍ତମାନର ବିଦ୍ୟାଳୟ ଢାଞ୍ଚାରେ ଏକ ନୂତନ ବିଦ୍ୟାଳୟ ଛାତ ଘର ନିର୍ମାଣ କରିବା ପାଇଁ ଜିଲାପାଳ, ବିଧାୟକ ଓ ଉପସ୍ଥିତ ଅଧିକାରୀ ସ୍ଥାନ ନିରୂପଣ କରିଥିଲେ। ସ୍କୁଲର ଛାତ ଘର ଭଙ୍ଗାଯିବା ସମୟରେ ସ୍କୁଲର ପୁରାତନ ଆଜବେଷ୍ଟସ ଘରେ ପାଠ୍ୟଦାନ ଚାଲିବ। ଶୀଘ୍ର ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଆବଶ୍ୟକ ଅର୍ଥ ପାଇଁ ଏଷ୍ଟିମେଟ ରିପୋର୍ଟ ଜିଲା ପ୍ରଶାସନକୁ ଦିଆଯିବା ପରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ବିଧାୟକ ଓ ଉପଜିଲାପାଳ ପ୍ରକାଶ କରିଥିଲେ। ଏହି କାର୍ଯ୍ୟ ଅତି ଶୀଘ୍ର ଆରମ୍ଭ ହେବ ବୋଲି ଜଣାପଡ଼ିଛି। ଆଲୋଚନା ସମୟରେ ସତ୍ୟବାଦୀ ହାଇ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ମାନସ ରଞ୍ଜନ ପଟ୍ଟନାୟକ, ଶିକ୍ଷକ ବସନ୍ତ ସ୍ବାଇଁ ଙ୍କ ସହ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ , ସ୍କୁଲୁ ପରିଚାଳନା କମିଟିର ସଭାପତି ଚକ୍ରଧର ମହାରଣା, ପୂର୍ବତନ ଛାତ୍ର ସଂସଦ ସଭ୍ୟ ବିଜୟ ନନ୍ଦ, ଲୋନୁ ମହାପାତ୍ର, ବିଜୟ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ସ୍କୁଲୁ ସମସ୍ୟାକୁ ଉପସ୍ଥିତ ଅଧିକାରୀଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ସ୍କୁଲ କମିଟି ସଭାପତି ଆସନ୍ତା ୧୬ ତାରିଖରେ ୫-ଟି ସଚିବଙ୍କ ସାକ୍ଷୀଗୋପାଳ ଗସ୍ତ ସମୟରେ ଏହି ଐତିହାସିକ ସ୍କୁଲକୁ ସଚିବ ପରିଦର୍ଶନ ପାଇଁ ଏକ ଅନୁରୋଧ ପତ୍ର ଉପଜିଲାପାଳଙ୍କୁ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri