ବୃଦ୍ଧାଙ୍କୁ ଧକ୍କା ଦେଇ ମିନି ବସ୍‌ ସହ ପିଟିହେଲା କାର୍‌, ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ନିକଟ ମୁଖ୍ୟରାସ୍ତାରେ ରବିବାର ଏକ କାର୍‌ (ନଂ. ଓଡ଼ି ୦୭ ଏ ବି -୧୫୧୨) ଧକ୍କା ଦେବାରୁ ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି। ବୃଦ୍ଧା ଜଣକ ହେଲେ ଦିଗପହଣ୍ଡି ଗଜାନନ ନଗରର କାଞ୍ଚନ ବେହେରା। ସେ ଶୌଚ ପାଇଁ ରାସ୍ତା ପାର ହେଉଥିବା ବେଳେ ବ୍ରହ୍ମପୁରରୁ ଗଜପତି ଜିଲା ମୋହନା ଅଭିମୁଖେ ଦ୍ରୁତଗତିରେ ଯାଉଥିବା କାର୍‌ଟି କାଞ୍ଚନଙ୍କ ଉପରେ ମାଡ଼ିଯିବା ସହ ନିୟନ୍ତ୍ରଣ ହରାଇ ରାସ୍ତାପାର୍ଶ୍ୱରେ ଥିବା ଅନ୍ୟଏକ ଯାତ୍ରୀବାହୀ ମିନିବସକୁ ଧକ୍କା ଦେଇ ଓଲଟି ପଡ଼ିଥିଲା।
ଦିଗପହଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତ କାଞ୍ଚନଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଦିଗପହଣ୍ଡି ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି କେସ୍‌ ନଂ.୧୯୩/୨୦ ଅନୁଯାୟୀ ମକଦ୍ଦମା ରୁଜୁ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି। ପୋଲିସ ଦୁର୍ଘଟଣାଗ୍ରସ୍ତ କାର୍‌କୁ ଜବତ କରିଥିବା ବେଳେ ଚାଳକ ଫେରାର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri