ଭତ୍ତା ଆଣିବାକୁ ଯାଇ ନିଖୋଜ ଥିଲେ ବୃଦ୍ଧା, ଆଜି କେନାଲରୁ ମିଳିଲା ମୃତଦେହ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ସ୍ବର୍ଗତ କନ୍ତାରୁ ପାତ୍ରଙ୍କ ବିଧବା ସ୍ତ୍ରୀ ଏମ୍‌.ଅରାଲୁ ପାତ୍ର (୬୪) ନାମକ ଜଣେ ବୃଦ୍ଧା ବୁଧବାର ସନ୍ଧ୍ୟା ୫ଟାରେ ହାଇସ୍କୁଲ ନିକଟ ରାସ୍ତାକଡ଼ରେ ଥିବା ଘୋଡ଼ାହାଡ଼ କେନାଲରେ ଗାଧୋଉଥିବା ବେଳେ ପାଣିସ୍ରୋତରେ ଭାସି ଯାଇ ନିଖୋଜ ଥିଲେ। ଗୁରୁବାର ସକାଳେ ଅରାଲୁଙ୍କ ମୃତଦେହ କେନାଲରୁ ଉଦ୍ଧାର କରାଯାଇଛି। ବୁଧବାର ଅରାଲୁ ଭତ୍ତା ପାଇଁ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇଥିଲେ। ସନ୍ଧ୍ୟା ସୁଦ୍ଧା ଘରକୁ ନ ଫେରିବାରୁ ପରିବାର ଲୋକେ କେତେକ ଗ୍ରାମବାସୀଙ୍କ ସହଯୋଗରେ ତାଙ୍କୁ ଖୋଜାଖୋଜି କରିଥିଲେ। ଲୋକେ ଗାଧୋଉଥିବା କେନାଲ ତୁଠ ଉପରେ ତାଙ୍କ ବ୍ୟାଙ୍କ ପାସ୍‌ବୁକ,ଭତ୍ତା କାର୍ଡ ଏବଂ କିଛି ଟଙ୍କା ମିଳିଥିଲା। ତେଣୁ ସେ କେନାଲରେ ଗାଧୋଉଥିବା ବେଳେ ପାଣିରେ ଭାସି ଯାଇଥିବା ପରିବାର ଲୋକେ ସନ୍ଦେହ କରିଥିଲେ। ଖବରପାଇ ଦିଗପହଣ୍ଡି ଦମକଳ ବାହିନୀ ଏବଂ ବହୁ ସଂଖ୍ୟକ ଗ୍ରାମବାସୀ କେନାଲର ଶେଷମୁଣ୍ଡ ଯାଏ ତାଙ୍କୁ ଖୋଜିଥିଲେ ମଧ୍ୟ ତାଙ୍କ ପତ୍ତା ମିଳି ନ ଥିଲା। ରାତି ହୋଇଯିବାରୁ ସର୍ଚ୍ଚ ଅପରେଶନ ବନ୍ଦ ଥିଲା। ଗୁରୁବାର ସକାଳେ ଦମକଳ ବାହିନୀ ପୁଣି ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିବାରୁ କେନାଲ ପାଣିରୁ ବୃଦ୍ଧାଙ୍କ ମୃତଦେହ ମିଳିଥିଲା। ତାଙ୍କୁ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଦିଗପହଣ୍ଡି ପୋଲିସ ଟିମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲେ। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?