ସରକାରୀ ଯୋଜନା ପାଲଟିଛି ସାତସପନ: ଜରିପାଲ ତଳେ ବିତୁଛି ବୃଦ୍ଧାଙ୍କ ଜୀବନ

କାକଟପୁର,୭।୧୨(ଡି.ଏନ୍‌.ଏ.): ରାଜ୍ୟ ଓ କେନ୍ଦ୍ର ସରକାର ଗରିବ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ପକ୍କା ଘର ଯୋଗାଇ ଦେଉଛନ୍ତି। କିନ୍ତୁ ସେହି ଯୋଜନା ପ୍ରାୟ ସମୟରେ ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରୁ ନାହିଁ। ଯାହାର ଉଦାହରଣ ଦେଖିବାକୁ ମିଳିଛି କାକଟପୁର ବ୍ଲକ ଓଥକା ପଞ୍ଚାୟତ ଅନ୍ତର୍ଗତ ଚନପୁର ଗ୍ରାମର ୭୦ ବର୍ଷୀୟ ବତାସୀ କାଣ୍ଡୀଙ୍କ କ୍ଷେତ୍ରରେ। ସ୍ବାମୀ ଓ ପିଲାଛୁଆ ନ ଥିବାବେଳେ ଏକାକି ଅସହାୟ ଅବସ୍ଥାରେ ଏକ ଜରିପାଲ ତଳେ ହିଁ ସେ ଜୀବନ କାଟୁଛନ୍ତି। ବୟସ ହୋଇଯାଇଥିବାରୁ ପେଟକୁ ଦିଓଳି ଦିମୁଠା ଖାଦ୍ୟ ଯୋଗାଡ଼ କରିବା କଷ୍ଟକର ହୋଇପଡୁଛି। ସରକାରଙ୍କ ଏତେ ଯୋଜାନା ଥାଇ ମଧ୍ୟ ତାଙ୍କୁ କୌଣସି ଗୋଟିଏରେ ମଧ୍ୟ ନଁା ନାହିଁ। ପକ୍କା ଘର ଯେମିତି ବତାସୀ ମାଉସୀ ପାଇଁ ସାତ ସପନ ପାଲଟିଛି। ଘର ଖଣ୍ଡିଏ ପାଇଁ ବତାସୀ ମାଉସୀ ସ୍ଥାନୀୟ ସରପଞ୍ଚଙ୍କଠାରୁ ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ନେହୁରା ହୋଇ ଆସୁଥିଲେ ମଧ୍ୟ ପ୍ରଶାସନ ନୀରବ ସାଜିଛି। ଫନୀ ସମୟରେ ବତାସୀଙ୍କ ଘର ଭାଙ୍ଗି ଯାଇଥିଲା। ପ୍ରଶାସନ ପକ୍ଷରୁ ତଦନ୍ତ କରାଯାଇ କ୍ଷତିଗ୍ରସ୍ତ ହିତାଧିକାରୀଙ୍କୁ ପକ୍କାଘର, ବିଭିନ୍ନ ସହାୟତା ମିଳିଥିଲେ ମଧ୍ୟ ବତାସୀ ମାଉସୀ ସେଥିରୁ ବଞ୍ଚତ୍ତ ହୋଇଥିଲେ। ବାରମ୍ବାର ଅଭିଯୋଗସତ୍ତ୍ୱେ କେବଳ ଆଶ୍ୱସନା ମିଳୁଥିଲେ ମଧ୍ୟ ସହୟତା ମିଳିପାରୁନି। ଏପରି କି ତାଙ୍କ ପାଖରେ ରାଶନ କାର୍ଡ, ଭତ୍ତା ମଧ୍ୟ ନ ଥିବାରୁ ବେଳେବେଳେ ଓପାସରେ ହିଁ ଦିନ କାଟୁଛନ୍ତି। ବ୍ଲକ ପ୍ରଶାସନର ଏଭଳି ଆନ୍ତରିକତା ଅଭାବ ଯୋଗୁ ସାଧାରଣରେ ଜନଅସନ୍ତୋଷ ପ୍ରକାଶ କରିଛନ୍ତି। ଏ ନେଇ ଓଥକା ସରପଞ୍ଚ ଯୁଗଳକିଶୋର ରାଉତଙ୍କୁ ପଚାରିବାରୁ ମତାମତ ଦେବା
ପାଇଁ ଏହି ପ୍ରସଙ୍ଗକୁ ଏଡ଼ାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri