Posted inଫୁରସତ

୭୪ ବର୍ଷରେ ଅଣ୍ଡାଦେଲା ସବୁଠୁ ବୟସ୍କ ପକ୍ଷୀ

ଓ୍ବାଶିଂଟନ: ସମସ୍ତ ପ୍ରକାରର ଅସୁବିଧାକୁ ସାମ୍‌ନା କରି ବିଶ୍ୱର ସବୁଠାରୁ ବୟସ୍କ ବଣୁଆ ପକ୍ଷୀ ଏକ ଅଣ୍ଡା ଦେଇଛି। ଓ୍ବିଜ୍‌ଡମ ନାମକ ଏହି ଲେସନ ଅଲବାଟ୍ରସ୍‌ ଜାତୀୟ ଏହି ପକ୍ଷୀ ଆମେରିକାର ହାଓ୍ବାଇ ଦ୍ୱୀପପୁଞ୍ଜର ଉତ୍ତର ଦିଗରେ ଅବସ୍ଥିତ ମିଡ୍‌ଓ୍ବେ ଏଟୋଲ ନ୍ୟାଶନାଲ ଓ୍ବାଇଲ୍ଡ ଲାଇଫ୍‌ ଆଶ୍ରୟସ୍ଥଳରେ ଏକ ଅଣ୍ଡା ଦେଇଥିବା ସହ ଏହାର ଦେଖାଶୁଣା କରୁଥିବାର ରେକର୍ଡ ହୋଇଛି। ଏନେଇ ‘ଆମେରିକା ମସ୍ତ୍ର୍ୟ ଏବଂ ବନ୍ୟପ୍ରାଣୀ ସେବା(ୟୁଏସ୍‌ଏଫ୍‌ଡବ୍ଲ୍ୟୁଏସ୍‌)-ପ୍ରଶାନ୍ତ ମହାସାଗର ଅଞ୍ଚଳ’ ପକ୍ଷରୁ ଗୁରୁବାର ଏକ୍ସ’ରେ ସୂଚନା ଦିଆଯିବା ସହ କିଛି ପୋଷ୍ଟ ମଧ୍ୟ ଶେୟାର କରାଯାଇଛି। ଲେସନ୍‌ ଅଲବାଟ୍ରସ୍‌ ଜାତୀୟ ପକ୍ଷୀ ସାଧାରଣତଃ ୧୨ରୁ ୪୦ ବର୍ଷ ପର୍ଯ୍ୟନ୍ତ ଜୀବିତ ରହିଥାନ୍ତି। ତେବେ ଓ୍ବିଜ୍‌ଡମ ଏତେ ଦିନ ଧରି ବଞ୍ଚିବା ସହ ବୟସ୍କ ଅବସ୍ଥାରେ ଅଣ୍ଡା ଦେବା ଘଟଣାକୁ ୟୁଏସ୍‌ଏଫ୍‌ଡବ୍ଲ୍ୟୁଏସ୍‌ ଦୁର୍ଲଭ ବୋଲି କହିଛି। ଓ୍ବିଜ୍‌ଡମକୁ ପ୍ରଥମଥର ପାଇଁ ୧୯୫୬ରେ ଚିହ୍ନଟ କରାଯାଇଥିଲା। ସେତେବେଳେ ଏହାର ବୟସ ମାତ୍ର ୬ ବର୍ଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri