ବିପଦସଙ୍କୁଳ ସର୍ବ ପୁରାତନ ଶିକ୍ଷାନୁଷ୍ଠାନ

କୋରେଇ,୯ା୯(ଡି.ଏନ.ଏ.):କୋରେଇ ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଲାଗି ରହିଥିବା ସର୍ବ ପୁରାତନ ଶିକ୍ଷା ଅନୁଷ୍ଠାନ କୋରେଇ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନାହିଁନାହିଁରେ ଚାଲିଛି। ଏଠାରେ ୫୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଶିକ୍ଷାଗ୍ରହଣ କରୁଥିବା ବେଳେ ଆବଶ୍ୟକ ଶିକ୍ଷକ ନାହାନ୍ତି। ଫଳରେ ପିଲାମାନଙ୍କର ଶିକ୍ଷା ଦାନରେ ବହୁତ ଅସୁବିଧା ହେଉଥିବା ପରିଲକ୍ଷିତ ହେଉଛି। ଭଙ୍ଗା ଦଦରା ଘରେ ପାଠ ପଢା ଚାଲିଛି। ବିଭିନ୍ନ ଗୃହର କାନ୍ଥ, ଛାତ ଆଦି ଫାଟି ଆଁ କରିଛି। ଯାହାକି ଛାତ୍ରୀଛାତ୍ରଙ୍କ ପାଇଁ ବିପଦାପନ୍ନ ବୋଲି ମତପ୍ରକାଶ ପାଇଛି। ଏହି ଅନୁଷ୍ଠାନର ପାଚେରି ଭାଙ୍ଗି ଯାଇଥିବାରୁ ବାହାର ଲୋକମାନଙ୍କ ଅବାଧ ପ୍ରବେଶ ହେଉଛି। ପିଲାଙ୍କ ପାଇଁ ଭଲ ଶୌଚାଳୟ ନାହିଁ। ଏ ନେଇ ଅଭିଭାବକ ଓ ବିଦ୍ୟାଳୟ ଶିକ୍ଷା କମିଟି ବିଧାୟକ ଅଶୋକ ବଳ ଓ ମଣ୍ଡଳ ଶିକ୍ଷା ଅଧିକାରୀଙ୍କୁ ଭେଟି ସମସ୍ୟା ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳି ପାରି ନାହିଁ। ସରକାର ୫-ଟି ମାଧ୍ୟମରେ ଅନେକ ଉନ୍ନତ ମାନର ବିଦ୍ୟାଳୟକୁ ଅନ୍ତର୍ଭୁକ୍ତ କରି ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏଠାରେ ବ୍ଲକର ସର୍ବ ପୁରାତନ ଶିକ୍ଷା ଅନୁଷ୍ଠାନ ଅବହେଳିତ ହୋଇ ପଡି ରହିଛି ବୋଲି ଅଭିଯୋଗ ହେଉଛି। ପ୍ରଶାସନ ଏଥିପ୍ରତି ତୁରନ୍ତ ଦୃଷ୍ଟି ଦେଇ ଭଙ୍ଗା ଘରଗୁଡିକୁ ବିପଦ ସଂକୁଳ ଘୋଷଣା କରି ପିଲାଙ୍କ ପାଇଁ ନୂତନ ଶ୍ରେଣୀ ଗୃହ ଯୋଗାଇ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri