ନଭେମ୍ବର ୧ରୁ ଅଲିଭ୍‌ରିଡ୍‌ଲେ କଇଁଛ କଟକଣା ଆରମ୍ଭ

ରାଜନଗର, ୩୦ା୧୦(ଭାସ୍କର ରାଉତରାୟ): ନଭେମ୍ବର ୧ରୁ ଆରମ୍ଭ ହେଉଛି ଅଲିଭ ରିଡ୍‌ଲେ କଇଁଛ ଲାଗି କଟକଣା ଆରମ୍ଭ ହେବ। ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଅନ୍ତୁଡ଼ିଶାଳ ଭାବେ ୧୪୩୭ ବର୍ଗ କି.ମି. ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣରୁ ଦେବୀ ମୁହାଣ ଯାଏ ୧୬୦ କି.ମି. ପର୍ଯ୍ୟନ୍ତ ଲାଗିବ କଟକଣା। ନଭେମ୍ବର ୧ ତାରିଖରୁ ମେ ୩୧ ଯାଏ ୭ ମାସ ଧରି ନିଷିଦ୍ଧାଞ୍ଚଳ ମଧ୍ୟରେ ମାଛଧରା ଓ ଟ୍ରଲର ଚଳାଚଳ ବନ୍ଦ ରହିବ। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମଧ୍ୟରେ ବର୍ଷ ତମାମ ଟ୍ରଲର ଚଳାଚଳ ଓ ମାଛଧରା ଉପରେ ସମ୍ପୂର୍ଣ୍ଣ ନିଷେଧାଜ୍ଞା ଥିବାବେଳେ କଇଁଛ ଋତୁ ନିମନ୍ତେ ମତ୍ସ୍ୟ ବିଭାଗ ପକ୍ଷରୁ ଧାମରା ମୁହାଣରୁ ଦେବୀ ମୁହାଣ ପର୍ଯ୍ୟନ୍ତ ସମୁଦ୍ରକୂଳଠାରୁ ୨୦କି.ମି. ଯାଏ ଯନ୍ତ୍ରଚାଳିତ ଟ୍ରଲର, ବୋଟ୍‌, ଭୁଟୁଭୁଟି ଚଳାଚଳ ବନ୍ଦ ସହ ମାଛଧରା ଉପରେ କଟକଣା ଜାରି କରାଯାଇଛି ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏଥିସହ ଏହି ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ବାବୁବାଲି ଓ ଅଗରନାସୀରେ ଦୁଇଟି ଅଫିସର କ୍ୟାମ୍ପ କରାଯାଇଥିବା ବେଳେ ନଭେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ଏକକୂଳା, ସାତଭାୟା, ଜଉଦିଆ, ଦୋବନ୍ଧି, ଶାସନପେଟା, ତାଲଙ୍ଗ, ଜଟାଧାର, ଷଣ୍ଢକୁଦ ୧, ୨, ହାୱାଖାନା, ରାମତାରା ଓ ବନ୍ଦର ଆଦି ୧୪ଟି ସ୍ଥାନରେ ଟର୍ଟଲ୍‌ ପ୍ରୋଟେକ୍ସନ୍‌ କ୍ୟାମ୍ପ କରାଯିବ। ଅଫିସର କ୍ୟାମ୍ପରେ ୫ ଜଣ ଲେଖାଏ କର୍ମଚାରୀ ଓ ଅନ୍ୟ ୧୪ଟି ଟର୍ଟଲ ପ୍ରୋଟେକ୍ସନ କ୍ୟାମ୍ପରେ ୩ ଜଣ ଲେଖାଏ କର୍ମଚାରୀଙ୍କୁ ନିୟୋଜିତ କରାଯିବ। ଏହାବାଦ ବାବୁବାଲି ଓ ଶାସନପେଟାରେ ଗୋଟିଏ ସେକ୍ସନ୍‌ ଲେଖାଏ ଏପିଆର୍‌ ଫୋର୍ସ ମୁତୟନ କରାଯିବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କୁ ଜଳଦସ୍ୟୁ ଓ ମାଛ ମାଫିଆଙ୍କ କବଳରୁ ରକ୍ଷା କରିବା ଓ ବେଆଇନ ଟ୍ରଲର ଚଳାଚଳ ଉପରେ ଅଙ୍କୁଶ ରଖିବା ପାଇଁ ବନ ବିଭାଗ ସମେତ କୋଷ୍ଟଗାର୍ଡ, ମେରାଇନ୍‌ ପୋଲିସ, ମତ୍ସ୍ୟ ବିଭାଗ ପକ୍ଷରୁ ମିଳିତ ପାଟ୍ରୋଲିଂ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି।…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri