ନଭେମ୍ବର ୧ରୁ ଅଲିଭ୍‌ରିଡ୍‌ଲେ କଇଁଛ କଟକଣା ଆରମ୍ଭ

ରାଜନଗର, ୩୦ା୧୦(ଭାସ୍କର ରାଉତରାୟ): ନଭେମ୍ବର ୧ରୁ ଆରମ୍ଭ ହେଉଛି ଅଲିଭ ରିଡ୍‌ଲେ କଇଁଛ ଲାଗି କଟକଣା ଆରମ୍ଭ ହେବ। ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଅନ୍ତୁଡ଼ିଶାଳ ଭାବେ ୧୪୩୭ ବର୍ଗ କି.ମି. ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣରୁ ଦେବୀ ମୁହାଣ ଯାଏ ୧୬୦ କି.ମି. ପର୍ଯ୍ୟନ୍ତ ଲାଗିବ କଟକଣା। ନଭେମ୍ବର ୧ ତାରିଖରୁ ମେ ୩୧ ଯାଏ ୭ ମାସ ଧରି ନିଷିଦ୍ଧାଞ୍ଚଳ ମଧ୍ୟରେ ମାଛଧରା ଓ ଟ୍ରଲର ଚଳାଚଳ ବନ୍ଦ ରହିବ। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମଧ୍ୟରେ ବର୍ଷ ତମାମ ଟ୍ରଲର ଚଳାଚଳ ଓ ମାଛଧରା ଉପରେ ସମ୍ପୂର୍ଣ୍ଣ ନିଷେଧାଜ୍ଞା ଥିବାବେଳେ କଇଁଛ ଋତୁ ନିମନ୍ତେ ମତ୍ସ୍ୟ ବିଭାଗ ପକ୍ଷରୁ ଧାମରା ମୁହାଣରୁ ଦେବୀ ମୁହାଣ ପର୍ଯ୍ୟନ୍ତ ସମୁଦ୍ରକୂଳଠାରୁ ୨୦କି.ମି. ଯାଏ ଯନ୍ତ୍ରଚାଳିତ ଟ୍ରଲର, ବୋଟ୍‌, ଭୁଟୁଭୁଟି ଚଳାଚଳ ବନ୍ଦ ସହ ମାଛଧରା ଉପରେ କଟକଣା ଜାରି କରାଯାଇଛି ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏଥିସହ ଏହି ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ବାବୁବାଲି ଓ ଅଗରନାସୀରେ ଦୁଇଟି ଅଫିସର କ୍ୟାମ୍ପ କରାଯାଇଥିବା ବେଳେ ନଭେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ଏକକୂଳା, ସାତଭାୟା, ଜଉଦିଆ, ଦୋବନ୍ଧି, ଶାସନପେଟା, ତାଲଙ୍ଗ, ଜଟାଧାର, ଷଣ୍ଢକୁଦ ୧, ୨, ହାୱାଖାନା, ରାମତାରା ଓ ବନ୍ଦର ଆଦି ୧୪ଟି ସ୍ଥାନରେ ଟର୍ଟଲ୍‌ ପ୍ରୋଟେକ୍ସନ୍‌ କ୍ୟାମ୍ପ କରାଯିବ। ଅଫିସର କ୍ୟାମ୍ପରେ ୫ ଜଣ ଲେଖାଏ କର୍ମଚାରୀ ଓ ଅନ୍ୟ ୧୪ଟି ଟର୍ଟଲ ପ୍ରୋଟେକ୍ସନ କ୍ୟାମ୍ପରେ ୩ ଜଣ ଲେଖାଏ କର୍ମଚାରୀଙ୍କୁ ନିୟୋଜିତ କରାଯିବ। ଏହାବାଦ ବାବୁବାଲି ଓ ଶାସନପେଟାରେ ଗୋଟିଏ ସେକ୍ସନ୍‌ ଲେଖାଏ ଏପିଆର୍‌ ଫୋର୍ସ ମୁତୟନ କରାଯିବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କୁ ଜଳଦସ୍ୟୁ ଓ ମାଛ ମାଫିଆଙ୍କ କବଳରୁ ରକ୍ଷା କରିବା ଓ ବେଆଇନ ଟ୍ରଲର ଚଳାଚଳ ଉପରେ ଅଙ୍କୁଶ ରଖିବା ପାଇଁ ବନ ବିଭାଗ ସମେତ କୋଷ୍ଟଗାର୍ଡ, ମେରାଇନ୍‌ ପୋଲିସ, ମତ୍ସ୍ୟ ବିଭାଗ ପକ୍ଷରୁ ମିଳିତ ପାଟ୍ରୋଲିଂ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri