Posted inଖେଳ

ଅଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା ଶ୍ୱଶୁରଙ୍କୁ ଡିମାଣ୍ଡ କଲେ ୫-୬ ଏକର ଜମି

ଇସଲାମାବାଦ,୧୬।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ପାକିସ୍ତାନ କେବଳ ଗୋଟିଏ ପଦକ ପାଇଥିଲା। ସେହି ପଦକକୁ ଜାଭେଲିନ ଥ୍ରୋରେ ଅର୍ଶଦ ନଦୀମ ଜିତିଥିଲେ। ଭାରତର ତାରକା ଜାଭେଲିନ ଥ୍ରୋ ଖେଳାଳି ନୀରଜ ଚୋପ୍ରାଙ୍କୁ ପରାସ୍ତ କରି ଅର୍ଶଦ ଏହା ହାସଲ କରିଛନ୍ତି। ଏହି ଇଭେଣ୍ଟରେ ଅର୍ଶଦ ଏକ ଅଲିମ୍ପିକ ରେକର୍ଡ ସୃଷ୍ଟି କରି ସ୍ବର୍ଣ୍ଣ ପଦକ ଜିତିଥିବାବେଳେ ନୀରଜ ଚୋପ୍ରା ଦ୍ୱିତୀୟ ସ୍ଥାନରେ ରହି ରୌପ୍ୟ ପଦକ ଜିତିଥିଲେ। ୪୦ବର୍ଷରେ ପାକିସ୍ତାନ ପାଇଁ ପ୍ରଥମ ଅଲିମ୍ପିକ ସ୍ବର୍ଣ୍ଣ ପଦକ ଜିତି ଅର୍ଶଦ ଏକ ବଡ଼ ରେକର୍ଡ ସୃଷ୍ଟି କରିଥିଲେ। ସେ ଏହି ଇଭେଣ୍ଟରେ ୯୨.୯୭ ମିଟର ଦୂରତା ଫିଙ୍ଗି ସ୍ବର୍ଣ୍ଣ ହାସଲ କରିଥିଲେ। ଅର୍ଶଦଙ୍କ ଏହି ଐତିହାସିକ ପ୍ରଦର୍ଶନ ଯୋଗୁଁ ପାକିସ୍ତାନରେ ଉତ୍ସବର ପରିବେଶ ସୃଷ୍ଟି ହୋଇଥିଲା। ଏହି ଖୁସିରେ ତାଙ୍କ ଶ୍ୱଶୁର ମହମ୍ମଦ ନୱାଜ ତାଙ୍କୁ ଏକ ମଇଁଷି ଉପହାର ଦେବାକୁ ଘୋଷଣା କରିଥିବାବେଳେ ତାଙ୍କ ଉପରେ କୋଟି କୋଟି ଟଙ୍କା ବର୍ଷା ହୋଇଛି। ଅର୍ଶଦ କହିଛନ୍ତି ଯେ ଯଦି ତାଙ୍କ ଶ୍ୱଶୁର ମଇଁଷି ବଦଳରେ ୫-୬ ଏକଜ ଜମି ପୁରସ୍କାର ସ୍ବରୂପ ଦେଇଥାନ୍ତେ ତେବେ ଭଲ ହୋଇଥାନ୍ତା।
୨୭ ବର୍ଷୀୟ ଅର୍ଶଦ ନଦୀମ ପ୍ୟାରିସ ଅଲିମ୍ପିକ୍ସରେ ଥରେ ନୁହେଁ ଦୁଇଥର ୯୦ମାର୍କ ଅତିକ୍ରମ କରିଛନ୍ତି। ଏହି ଇଭେଣ୍ଟରେ ସେ ଏକମାତ୍ର ଆଥଲେଟ ଯିଏ ଦୁଇଥର ୯୦ର ଫିଗର ଛୁଇଁଥିଲେ। ଅଲିମ୍ପିକ ରେକର୍ଡ ସହ ସ୍ବର୍ଣ୍ଣ ଜିତିଥିବା ଅର୍ଶଦ ନଦୀମ ଏକ ସାକ୍ଷାତକାରରେ କହିଛନ୍ତି ଯେ ସେ ଜାଣି ନାହାଁନ୍ତି ଯେ ତାଙ୍କ ଶ୍ୱଶୁର ତାଙ୍କୁ ଏକ ମଇଁଷି ଉପହାର ଦେବାକୁ ଘୋଷଣା କରିଛନ୍ତି। ସେ ତାଙ୍କ ପତ୍ନୀ ଆୟେଶାଙ୍କ ସହ ଏହା ଶେୟାର କରିଥିଲେ। ଅର୍ଶଦ କହିଛନ୍ତି, ‘ପତ୍ନୀ କହିଥିଲେ ଯେ ବାପା ମଇଁଷି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?